< תהילים 56 >
למנצח על יונת אלם רחקים לדוד מכתם באחז אתו פלשתים בגת חנני אלהים כי שאפני אנוש כל היום לחם ילחצני׃ | 1 |
ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ରହୋକୀମ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ପଲେଷ୍ଟୀୟମାନେ ତାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋʼ ପ୍ରତି ଉପଦ୍ରବ କରଇ।
שאפו שוררי כל היום כי רבים לחמים לי מרום׃ | 2 |
ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ।
יום אירא אני אליך אבטח׃ | 3 |
ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
באלהים אהלל דברו באלהים בטחתי לא אירא מה יעשה בשר לי׃ | 4 |
ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ?
כל היום דברי יעצבו עלי כל מחשבתם לרע׃ | 5 |
ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ।
יגורו יצפינו המה עקבי ישמרו כאשר קוו נפשי׃ | 6 |
ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି।
על און פלט למו באף עמים הורד אלהים׃ | 7 |
ସେମାନେ କʼଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ? ହେ ପରମେଶ୍ୱର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର।
נדי ספרתה אתה שימה דמעתי בנאדך הלא בספרתך׃ | 8 |
ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ?
אז ישובו אויבי אחור ביום אקרא זה ידעתי כי אלהים לי׃ | 9 |
ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ।
באלהים אהלל דבר ביהוה אהלל דבר׃ | 10 |
ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। ସଦାପ୍ରଭୁଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି।
באלהים בטחתי לא אירא מה יעשה אדם לי׃ | 11 |
ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରି ପାରିବ?
עלי אלהים נדריך אשלם תודת לך׃ | 12 |
ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି।
כי הצלת נפשי ממות הלא רגלי מדחי להתהלך לפני אלהים באור החיים׃ | 13 |
କାରଣ ତୁମ୍ଭେ ମୃତ୍ୟୁୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିବ ନାହିଁ?