< תהילים 62 >

למנצח על ידותון מזמור לדוד אך אל אלהים דומיה נפשי ממנו ישועתי׃ 1
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍‍‍ର ରୀତି ଅନୁସାରେ ଦାଉଦଙ୍କର ଗୀତ। ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।
אך הוא צורי וישועתי משגבי לא אמוט רבה׃ 2
କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।
עד אנה תהותתו על איש תרצחו כלכם כקיר נטוי גדר הדחויה׃ 3
ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ?
אך משאתו יעצו להדיח ירצו כזב בפיו יברכו ובקרבם יקללו סלה׃ 4
ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। (ସେଲା)
אך לאלהים דומי נפשי כי ממנו תקותי׃ 5
ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
אך הוא צורי וישועתי משגבי לא אמוט׃ 6
କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।
על אלהים ישעי וכבודי צור עזי מחסי באלהים׃ 7
ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।
בטחו בו בכל עת עם שפכו לפניו לבבכם אלהים מחסה לנו סלה׃ 8
ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। (ସେଲା)
אך הבל בני אדם כזב בני איש במאזנים לעלות המה מהבל יחד׃ 9
ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।
אל תבטחו בעשק ובגזל אל תהבלו חיל כי ינוב אל תשיתו לב׃ 10
ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।
אחת דבר אלהים שתים זו שמעתי כי עז לאלהים׃ 11
ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।
ולך אדני חסד כי אתה תשלם לאיש כמעשהו׃ 12
ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।

< תהילים 62 >