< תהילים 69 >
למנצח על שושנים לדוד הושיעני אלהים כי באו מים עד נפש׃ | 1 |
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋʼ ବେକ ପର୍ଯ୍ୟନ୍ତ ଜଳରାଶି ଆସିଅଛି।
טבעתי ביון מצולה ואין מעמד באתי במעמקי מים ושבלת שטפתני׃ | 2 |
ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି।
יגעתי בקראי נחר גרוני כלו עיני מיחל לאלהי׃ | 3 |
ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।
רבו משערות ראשי שנאי חנם עצמו מצמיתי איבי שקר אשר לא גזלתי אז אשיב׃ | 4 |
ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।
אלהים אתה ידעת לאולתי ואשמותי ממך לא נכחדו׃ | 5 |
ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ।
אל יבשו בי קויך אדני יהוה צבאות אל יכלמו בי מבקשיך אלהי ישראל׃ | 6 |
ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ।
כי עליך נשאתי חרפה כסתה כלמה פני׃ | 7 |
କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି।
מוזר הייתי לאחי ונכרי לבני אמי׃ | 8 |
ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି।
כי קנאת ביתך אכלתני וחרפות חורפיך נפלו עלי׃ | 9 |
କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି।
ואבכה בצום נפשי ותהי לחרפות לי׃ | 10 |
ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା।
ואתנה לבושי שק ואהי להם למשל׃ | 11 |
ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି।
ישיחו בי ישבי שער ונגינות שותי שכר׃ | 12 |
ନଗର-ଦ୍ୱାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।
ואני תפלתי לך יהוה עת רצון אלהים ברב חסדך ענני באמת ישעך׃ | 13 |
ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
הצילני מטיט ואל אטבעה אנצלה משנאי וממעמקי מים׃ | 14 |
ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ।
אל תשטפני שבלת מים ואל תבלעני מצולה ואל תאטר עלי באר פיה׃ | 15 |
ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ।
ענני יהוה כי טוב חסדך כרב רחמיך פנה אלי׃ | 16 |
ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର।
ואל תסתר פניך מעבדך כי צר לי מהר ענני׃ | 17 |
ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।
קרבה אל נפשי גאלה למען איבי פדני׃ | 18 |
ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।
אתה ידעת חרפתי ובשתי וכלמתי נגדך כל צוררי׃ | 19 |
ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି।
חרפה שברה לבי ואנושה ואקוה לנוד ואין ולמנחמים ולא מצאתי׃ | 20 |
ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।
ויתנו בברותי ראש ולצמאי ישקוני חמץ׃ | 21 |
ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।
יהי שלחנם לפניהם לפח ולשלומים למוקש׃ | 22 |
ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ।
תחשכנה עיניהם מראות ומתניהם תמיד המעד׃ | 23 |
ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।
שפך עליהם זעמך וחרון אפך ישיגם׃ | 24 |
ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳିଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ।
תהי טירתם נשמה באהליהם אל יהי ישב׃ | 25 |
ସେମାନଙ୍କର ବସତି ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ବୁରେ କେହି ବାସ ନ କରୁ।
כי אתה אשר הכית רדפו ואל מכאוב חלליך יספרו׃ | 26 |
କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି।
תנה עון על עונם ואל יבאו בצדקתך׃ | 27 |
ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ।
ימחו מספר חיים ועם צדיקים אל יכתבו׃ | 28 |
ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।
ואני עני וכואב ישועתך אלהים תשגבני׃ | 29 |
ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ।
אהללה שם אלהים בשיר ואגדלנו בתודה׃ | 30 |
ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।
ותיטב ליהוה משור פר מקרן מפריס׃ | 31 |
ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ।
ראו ענוים ישמחו דרשי אלהים ויחי לבבכם׃ | 32 |
ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।
כי שמע אל אביונים יהוה ואת אסיריו לא בזה׃ | 33 |
କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।
יהללוהו שמים וארץ ימים וכל רמש בם׃ | 34 |
ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।
כי אלהים יושיע ציון ויבנה ערי יהודה וישבו שם וירשוה׃ | 35 |
କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।
וזרע עבדיו ינחלוה ואהבי שמו ישכנו בה׃ | 36 |
ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।