< תהילים 73 >
מזמור לאסף אך טוב לישראל אלהים לברי לבב׃ | 1 |
ଆସଫର ଗୀତ। ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।
ואני כמעט נטוי רגלי כאין שפכה אשרי׃ | 2 |
ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା।
כי קנאתי בהוללים שלום רשעים אראה׃ | 3 |
କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି।
כי אין חרצבות למותם ובריא אולם׃ | 4 |
ଯେହେତୁ ସେମାନଙ୍କ ମରଣରେ କୌଣସି ବନ୍ଧନ ନାହିଁ; ମାତ୍ର ସେମାନଙ୍କ ବଳ ଦୃଢ଼ ଥାଏ।
בעמל אנוש אינמו ועם אדם לא ינגעו׃ | 5 |
ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ; କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ।
לכן ענקתמו גאוה יעטף שית חמס למו׃ | 6 |
ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ।
יצא מחלב עינמו עברו משכיות לבב׃ | 7 |
ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ; ମନର ବାଞ୍ଛା ଅପେକ୍ଷା ସେମାନେ ଅଧିକ ପ୍ରାପ୍ତ ହୁଅନ୍ତି।
ימיקו וידברו ברע עשק ממרום ידברו׃ | 8 |
ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି।
שתו בשמים פיהם ולשונם תהלך בארץ׃ | 9 |
ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ୱା ପୃଥିବୀରେ ଭ୍ରମଣ କରେ।
לכן ישיב עמו הלם ומי מלא ימצו למו׃ | 10 |
ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ୱାରା ନିଗିଡ଼ାଯାଏ।
ואמרו איכה ידע אל ויש דעה בעליון׃ | 11 |
ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ? ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି?”
הנה אלה רשעים ושלוי עולם השגו חיל׃ | 12 |
ଦେଖ, ଏମାନେ ଦୁଷ୍ଟ ଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।
אך ריק זכיתי לבבי וארחץ בנקיון כפי׃ | 13 |
ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି;
ואהי נגוע כל היום ותוכחתי לבקרים׃ | 14 |
କାରଣ ମୁଁ ଦିନସାରା ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।
אם אמרתי אספרה כמו הנה דור בניך בגדתי׃ | 15 |
“ଏରୂପ କହିବି” ବୋଲି ଯଦି ମୁଁ କହିଥାʼନ୍ତି ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥାʼନ୍ତି।
ואחשבה לדעת זאת עמל היא בעיני׃ | 16 |
ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା ବେଳେ ମୋʼ ପ୍ରତି ତାହା ଅତି କଷ୍ଟକର ହେଲା;
עד אבוא אל מקדשי אל אבינה לאחריתם׃ | 17 |
ଶେଷରେ ମୁଁ ପରମେଶ୍ୱରଙ୍କ ଧର୍ମଧାମକୁ ଗଲି ଓ ସେମାନଙ୍କର ଶେଷ ଫଳ ବିବେଚନା କଲି।
אך בחלקות תשית למו הפלתם למשואות׃ | 18 |
ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ; ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ।
איך היו לשמה כרגע ספו תמו מן בלהות׃ | 19 |
ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।
כחלום מהקיץ אדני בעיר צלמם תבזה׃ | 20 |
ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ୱପ୍ନ, ସେପରି, ହେ ପ୍ରଭୋ, ତୁମ୍ଭେ ଜାଗ୍ରତ ହେଲେ, ସେମାନଙ୍କ ମୂର୍ତ୍ତିକୁ ତୁଚ୍ଛଜ୍ଞାନ କରିବ।
כי יתחמץ לבבי וכליותי אשתונן׃ | 21 |
ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।
ואני בער ולא אדע בהמות הייתי עמך׃ | 22 |
ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।
ואני תמיד עמך אחזת ביד ימיני׃ | 23 |
ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।
בעצתך תנחני ואחר כבוד תקחני׃ | 24 |
ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
מי לי בשמים ועמך לא חפצתי בארץ׃ | 25 |
ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।
כלה שארי ולבבי צור לבבי וחלקי אלהים לעולם׃ | 26 |
ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।
כי הנה רחקיך יאבדו הצמתה כל זונה ממך׃ | 27 |
କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ; ତୁମ୍ଭଙ୍କୁ ଛାଡ଼ି ବ୍ୟଭିଚାର କରିବା ଲୋକ ସମସ୍ତଙ୍କୁ ତୁମ୍ଭେ ଉଚ୍ଛିନ୍ନ କରିଅଛ।
ואני קרבת אלהים לי טוב שתי באדני יהוה מחסי לספר כל מלאכותיך׃ | 28 |
ମାତ୍ର ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ; ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁ ପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ୱରୂପ କରିଅଛି।