< תהילים 83 >

שיר מזמור לאסף אלהים אל דמי לך אל תחרש ואל תשקט אל׃ 1
ଗୀତ, ଆସଫର ଗୀତ। ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।
כי הנה אויביך יהמיון ומשנאיך נשאו ראש׃ 2
କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି।
על עמך יערימו סוד ויתיעצו על צפוניך׃ 3
ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।
אמרו לכו ונכחידם מגוי ולא יזכר שם ישראל עוד׃ 4
ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”
כי נועצו לב יחדו עליך ברית יכרתו׃ 5
କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
אהלי אדום וישמעאלים מואב והגרים׃ 6
ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,
גבל ועמון ועמלק פלשת עם ישבי צור׃ 7
ଗବାଲ, ଅମ୍ମୋନ, ଅମାଲେକ୍‍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
גם אשור נלוה עמם היו זרוע לבני לוט סלה׃ 8
ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। (ସେଲା)
עשה להם כמדין כסיסרא כיבין בנחל קישון׃ 9
ମିଦୀୟନ ଦେଶ ପ୍ରତି, କୀଶୋନ୍‍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍‍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।
נשמדו בעין דאר היו דמן לאדמה׃ 10
ସେମାନେ ଐନ୍‍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
שיתמו נדיבמו כערב וכזאב וכזבח וכצלמנע כל נסיכמו׃ 11
ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍‍ ଓ ସେବ୍‍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;
אשר אמרו נירשה לנו את נאות אלהים׃ 12
ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”
אלהי שיתמו כגלגל כקש לפני רוח׃ 13
ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
כאש תבער יער וכלהבה תלהט הרים׃ 14
ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;
כן תרדפם בסערך ובסופתך תבהלם׃ 15
ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।
מלא פניהם קלון ויבקשו שמך יהוה׃ 16
ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
יבשו ויבהלו עדי עד ויחפרו ויאבדו׃ 17
ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;
וידעו כי אתה שמך יהוה לבדך עליון על כל הארץ׃ 18
ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।

< תהילים 83 >