< תהילים 95 >

לכו נרננה ליהוה נריעה לצור ישענו׃ 1
ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
נקדמה פניו בתודה בזמרות נריע לו׃ 2
ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
כי אל גדול יהוה ומלך גדול על כל אלהים׃ 3
କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।
אשר בידו מחקרי ארץ ותועפות הרים לו׃ 4
ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର।
אשר לו הים והוא עשהו ויבשת ידיו יצרו׃ 5
ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ।
באו נשתחוה ונכרעה נברכה לפני יהוה עשנו׃ 6
ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;
כי הוא אלהינו ואנחנו עם מרעיתו וצאן ידו היום אם בקלו תשמעו׃ 7
କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।
אל תקשו לבבכם כמריבה כיום מסה במדבר׃ 8
ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
אשר נסוני אבותיכם בחנוני גם ראו פעלי׃ 9
ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।
ארבעים שנה אקוט בדור ואמר עם תעי לבב הם והם לא ידעו דרכי׃ 10
ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, “ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;”
אשר נשבעתי באפי אם יבאון אל מנוחתי׃ 11
ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।

< תהילים 95 >