< תהילים 97 >

יהוה מלך תגל הארץ ישמחו איים רבים׃ 1
ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ।
ענן וערפל סביביו צדק ומשפט מכון כסאו׃ 2
ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।
אש לפניו תלך ותלהט סביב צריו׃ 3
ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ।
האירו ברקיו תבל ראתה ותחל הארץ׃ 4
ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା।
הרים כדונג נמסו מלפני יהוה מלפני אדון כל הארץ׃ 5
ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।
הגידו השמים צדקו וראו כל העמים כבודו׃ 6
ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି।
יבשו כל עבדי פסל המתהללים באלילים השתחוו לו כל אלהים׃ 7
ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।
שמעה ותשמח ציון ותגלנה בנות יהודה למען משפטיך יהוה׃ 8
ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ।
כי אתה יהוה עליון על כל הארץ מאד נעלית על כל אלהים׃ 9
କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ।
אהבי יהוה שנאו רע שמר נפשות חסידיו מיד רשעים יצילם׃ 10
ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍‍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
אור זרע לצדיק ולישרי לב שמחה׃ 11
ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।
שמחו צדיקים ביהוה והודו לזכר קדשו׃ 12
ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।

< תהילים 97 >