< תהילים 98 >
מזמור שירו ליהוה שיר חדש כי נפלאות עשה הושיעה לו ימינו וזרוע קדשו׃ | 1 |
ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।
הודיע יהוה ישועתו לעיני הגוים גלה צדקתו׃ | 2 |
ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି।
זכר חסדו ואמונתו לבית ישראל ראו כל אפסי ארץ את ישועת אלהינו׃ | 3 |
ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।
הריעו ליהוה כל הארץ פצחו ורננו וזמרו׃ | 4 |
ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର।
זמרו ליהוה בכנור בכנור וקול זמרה׃ | 5 |
ବୀଣା ଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।
בחצצרות וקול שופר הריעו לפני המלך יהוה׃ | 6 |
ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର।
ירעם הים ומלאו תבל וישבי בה׃ | 7 |
ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
נהרות ימחאו כף יחד הרים ירננו׃ | 8 |
ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକ ସଙ୍ଗେ ଆନନ୍ଦଗାନ କରନ୍ତୁ;
לפני יהוה כי בא לשפט הארץ ישפט תבל בצדק ועמים במישרים׃ | 9 |
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।