< תהילים 99 >
יהוה מלך ירגזו עמים ישב כרובים תנוט הארץ׃ | 1 |
ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।
יהוה בציון גדול ורם הוא על כל העמים׃ | 2 |
ସଦାପ୍ରଭୁ ସିୟୋନରେ ମହାନ ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ।
יודו שמך גדול ונורא קדוש הוא׃ | 3 |
ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି।
ועז מלך משפט אהב אתה כוננת מישרים משפט וצדקה ביעקב אתה עשית׃ | 4 |
ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।
רוממו יהוה אלהינו והשתחוו להדם רגליו קדוש הוא׃ | 5 |
ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।
משה ואהרן בכהניו ושמואל בקראי שמו קראים אל יהוה והוא יענם׃ | 6 |
ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।
בעמוד ענן ידבר אליהם שמרו עדתיו וחק נתן למו׃ | 7 |
ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ।
יהוה אלהינו אתה עניתם אל נשא היית להם ונקם על עלילותם׃ | 8 |
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ।
רוממו יהוה אלהינו והשתחוו להר קדשו כי קדוש יהוה אלהינו׃ | 9 |
ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।