< זכריה 5 >

ואשוב ואשא עיני ואראה והנה מגלה עפה׃ 1
ଏଉତ୍ତାରେ ମୁଁ ପୁନର୍ବାର ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ।
ויאמר אלי מה אתה ראה ואמר אני ראה מגלה עפה ארכה עשרים באמה ורחבה עשר באמה׃ 2
ପୁଣି, ଦୂତ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ ଉତ୍ତର କଲି, “ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି ତହିଁର ଲମ୍ବା କୋଡ଼ିଏ ହାତ ଓ ଓସାର ଦଶ ହାତ।”
ויאמר אלי זאת האלה היוצאת על פני כל הארץ כי כל הגנב מזה כמוה נקה וכל הנשבע מזה כמוה נקה׃ 3
ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।
הוצאתיה נאם יהוה צבאות ובאה אל בית הגנב ואל בית הנשבע בשמי לשקר ולנה בתוך ביתו וכלתו ואת עציו ואת אבניו׃ 4
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ଗ୍ରାସ କରିବ।”
ויצא המלאך הדבר בי ויאמר אלי שא נא עיניך וראה מה היוצאת הזאת׃ 5
ଏଉତ୍ତାରେ ମୋʼ ସଙ୍ଗେ ଯେଉଁ ଦୂତ କଥା କହୁଥିଲେ, ସେ ବାହାରେ ଆସି ମୋତେ କହିଲେ, “ଏବେ ତୁମ୍ଭେ ଊର୍ଦ୍ଧ୍ୱକୁ ଦୃଷ୍ଟି କର, ଏହି ଯାହା ଆସୁଅଛି, ତାହା କଅଣ?”
ואמר מה היא ויאמר זאת האיפה היוצאת ויאמר זאת עינם בכל הארץ׃ 6
ତହିଁରେ ମୁଁ କହିଲି, “ଏ କଅଣ?” ତହୁଁ ସେ କହିଲେ, “ଏହା ଐଫା-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।”
והנה ככר עפרת נשאת וזאת אשה אחת יושבת בתוך האיפה׃ 7
ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି।
ויאמר זאת הרשעה וישלך אתה אל תוך האיפה וישלך את אבן העפרת אל פיה׃ 8
ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା!” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇଦେଲେ ଓ ତହିଁର ମୁହଁକୁ ବନ୍ଦ କରିଦେଲେ।
ואשא עיני וארא והנה שתים נשים יוצאות ורוח בכנפיהם ולהנה כנפים ככנפי החסידה ותשאנה את האיפה בין הארץ ובין השמים׃ 9
ସେତେବେଳେ ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ।
ואמר אל המלאך הדבר בי אנה המה מולכות את האיפה׃ 10
ତହିଁରେ ଯେଉଁ ଦୂତ ମୋʼ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି?”
ויאמר אלי לבנות לה בית בארץ שנער והוכן והניחה שם על מכנתה׃ 11
ଏଥିରେ ସେ ମୋତେ କହିଲେ, “ଶିନୀୟର ଦେଶରେ ସେହି ପାତ୍ର ପାଇଁ ଏକ ମନ୍ଦିର ନିର୍ମାଣ କରିବାକୁ; ପୁଣି, ତାହା ପ୍ରସ୍ତୁତ ହେଲେ ସେଠାରେ ସେହି ପାତ୍ର ଆପଣା ସ୍ଥାନରେ ସ୍ଥାପନ କରାଯିବ।”

< זכריה 5 >