< 1 शमूएल 28 >
1 यह घटना उस समय की है, जब फिलिस्तीनियों ने इस्राएल से युद्ध के उद्देश्य से अपनी सेना सुनियोजित की. राजा आकीश ने दावीद से कहा, “आशा है तुम यह समझ रहे हो कि तुम और तुम्हारे साथी भी हमारी सेना में शामिल हैं.”
ସେହି ସମୟରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ନିମନ୍ତେ ପଲେଷ୍ଟୀୟମାନେ ସଂଗ୍ରାମ ପାଇଁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ। ଏଣୁ ଆଖୀଶ୍ ଦାଉଦଙ୍କୁ କହିଲା, “ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସୈନ୍ୟସାମନ୍ତଭୁକ୍ତ ହୋଇ ମୋʼ ସଙ୍ଗେ ଯିବାକୁ ହେବ, ଏହା ତୁମ୍ଭେ ନିଶ୍ଚୟ ଜାଣ।”
2 दावीद ने उसे उत्तर दिया, “अति उत्तम! आप भी देख लेना आपका सेवक आपके लिए क्या-क्या कर सकता है.” “वाह!” आकीश ने दावीद से कहा, “मैं आजीवन तुम्हें अपना अंगरक्षक बनाए रहूंगा.”
ତହିଁରେ ଦାଉଦ ଆଖୀଶ୍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ।” ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, “ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।”
3 इस समय शमुएल की मृत्यु हो चुकी थी. सारे इस्राएल ने उनके लिए विलाप किया तथा उन्हीं के गृहनगर रामाह में उनको दफना दिया. इस समय तक शाऊल ने संपूर्ण देश में से सारे मोहनियों तथा तांत्रिकों को बाहर निकाल दिया था.
ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।
4 फिलिस्तीनी सैनिक एकत्र हुए, और शूनेम नामक स्थान पर उन्होंने अपना पड़ाव खड़ा किया. शाऊल ने भी इस्राएली सेना संगठित की, और उन्होंने अपना पड़ाव गिलबोआ में खड़ा किया.
ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି, ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲ୍ବୋୟରେ ଛାଉଣି ସ୍ଥାପନ କଲେ।
5 जब शाऊल ने फिलिस्तीनियों की सेना की ओर दृष्टि की, तो वह भयभीत हो गए और उनका हृदय बहुत ही विचलित हो गया.
ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମନ୍ତ ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟନ୍ତ କମ୍ପିତ ହେଲା।
6 जब उन्होंने याहवेह से जानकारी चाही, याहवेह ने उन्हें कोई उत्तर ही न दिया; न तो स्वप्नों के माध्यम से, न उरीम के माध्यम से और न ही भविष्यवक्ताओं के माध्यम से.
ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍ ଦ୍ୱାରା, ନା ଭବିଷ୍ୟଦ୍ବକ୍ତାମାନଙ୍କ ଦ୍ୱାରା।
7 हारकर शाऊल ने अपने सेवकों को आदेश दिया, “मेरे लिए एक ऐसी स्त्री की खोज करो, जो डायन हो, कि मैं उससे पूछताछ कर सकूं.” उनके सेवक यह सूचना लाए. “सुनिए, एक डायन है, एन-दोर में.”
ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, “ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି।” ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ଐନ୍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।”
8 तब शाऊल ने भेष बदला और अपने वस्त्र परिवर्तित कर लिए तथा अपने साथ दो व्यक्तियों को लेकर चल पड़े. वे उस स्त्री के पास रात में पहुंचे. शाऊल ने उस स्त्री को आदेश दिया, “मेरे लिए आत्मा को बुलाकर पूछताछ कीजिए.” मेरे लिए उन्हें बुला दीजिए, जिसका मैं नाम लूंगा.
ତହୁଁ ଶାଉଲ ଅନ୍ୟ ବସ୍ତ୍ର ପିନ୍ଧି ଛଦ୍ମବେଶ ଧରି ଦୁଇ ଜଣ ପୁରୁଷଙ୍କୁ ସଙ୍ଗେ ନେଇଗଲେ ଓ ସେମାନେ ରାତ୍ରି ବେଳେ ସେହି ସ୍ତ୍ରୀ ନିକଟରେ ଉପସ୍ଥିତ ହେଲେ; ତହୁଁ ଶାଉଲ କହିଲେ, “ତୁମ୍ଭେ ଭୂତ ଦ୍ୱାରା ମୋʼ ପାଇଁ ଟିକିଏ ମନ୍ତ୍ର ପଢ଼, ମୁଁ ତୁମ୍ଭକୁ ଯାହାଙ୍କର ନାମ କହିବି, ତାଙ୍କୁ ମୋʼ କତିକି ଉଠାଇ ଆଣ।”
9 मगर उस स्त्री ने उन्हें उत्तर दिया, “आपको यह ज्ञात तो अवश्य ही होगा कि शाऊल ने क्या किया है. कैसे उन्होंने सारे देश के तांत्रिकों तथा जादू-टोन्हों का वध करवा दिया है. आप क्यों मेरे वध के लिए जाल बिछा रहे हैं?”
ଏଥିରେ ସେ ସ୍ତ୍ରୀ କହିଲା, “ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁୁ ଘଟାଇବା ପାଇଁ କାହିଁକି ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ?”
10 इस पर शाऊल ने याहवेह की शपथ लेते हुए उसे आश्वासन दिया, “जीवन्त याहवेह की शपथ, तुम्हारा इसके कारण कोई भी बुरा न होगा.”
ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ।”
11 “अच्छा बताइए, आपके लिए मैं किसे बुलाऊंगा?” उसने पूछा उसने उत्तर दिया, “ऐसा करो, मेरे लिए तुम शमुएल को बुला लाओ.”
ସେତେବେଳେ ସେହି ସ୍ତ୍ରୀ କହିଲା, “ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି?” ସେ କହିଲେ, “ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ।”
12 जब शमुएल आए, उन्हें देख वह स्त्री बहुत ही उच्च स्वर में चिल्ला उठी. वह शाऊल से कहने लगी, “आपने मेरे साथ छल क्यों किया है? आप शाऊल हैं!”
ଏଥିରେ ସେ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଉଚ୍ଚସ୍ୱରରେ କ୍ରନ୍ଦନ କଲା, ଆଉ ସେ ଶାଉଲଙ୍କୁ କହିଲା, “ଆପଣ କାହିଁକି ମୋତେ ପ୍ରତାରଣା କଲେ? କାରଣ ଆପଣ ଶାଉଲ।”
13 “डरो मत!” राजा ने उसे आश्वासन दिया और पूछा, “तुम क्या देखती हो?” “मुझे भूमि में से एक दिव्य आकृति ऊपर आती हुई दिखाई दे रही है.”
ତହୁଁ ରାଜା ତାହାକୁ କହିଲେ, “ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, “ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି।”
14 शाऊल ने उससे पूछा, “उसका स्वरूप कैसा दिखाई दे रहा है?” स्त्री ने उत्तर दिया, “एक वृद्ध व्यक्ति ऊपर आ रहे हैं. वह बागा ओढ़े हुए हैं.” इससे शाऊल को यह अहसास हुआ कि वह शमुएल हैं. वह भूमि की ओर नतमस्तक हुए और सामने घुटने टेक दिए.
ଏଥିରେ ଶାଉଲ ତାହାକୁ ପଚାରିଲେ, “ତାହାର ରୂପ କି ପ୍ରକାର?” ସେ କହିଲା, “ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ!” ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ।
15 शमुएल ने शाऊल से पूछा, “मुझे बुलाकर तुमने मेरा विश्राम भंग क्यों किया?” शाऊल ने उत्तर दिया, “मैं घोर संकट में आ पड़ा हूं. फिलिस्तीनी हमारे विरुद्ध युद्ध के लिए उठ खड़े हुए हैं. परमेश्वर मुझसे विमुख हो गए हैं. उनसे मुझे कोई भी उत्तर प्राप्त नहीं हो रहा: न तो भविष्यवक्ताओं के माध्यम से, न स्वप्नों के माध्यम से. इसलिये मुझे आपको कष्ट देना पड़ा है. कृपया मुझे बताइए मैं क्या करूं.”
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।”
16 “जब याहवेह ही तुमसे विमुख हो चुके हैं, तुम्हारे शत्रु बन चुके हैं, तो क्या लाभ है मुझसे पूछने का?” शमुएल ने उन्हें उत्तर दिया.
ଏଥିରେ ଶାମୁୟେଲ କହିଲେ, “ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ?
17 “याहवेह ने वही किया है, जो मेरे द्वारा पूर्वघोषित कर चुके थे. याहवेह ने साम्राज्य तुम्हारे हाथ से छीनकर तुम्हारे पड़ोसी, दावीद को दे दिया है,
ସଦାପ୍ରଭୁ ମୋʼ ଦ୍ୱାରା ଯେପରି କହିଥିଲେ, ସେ ଆପଣା ପାଇଁ ସେପରି କରିଅଛନ୍ତି; ପୁଣି, ସଦାପ୍ରଭୁ ତୁମ୍ଭ ହସ୍ତରୁ ରାଜତ୍ୱ ଟାଣି ଚିରିଅଛନ୍ତି ଓ ତୁମ୍ଭ ପ୍ରତିବାସୀ ଦାଉଦଙ୍କୁ ତାହା ଦେଇଅଛନ୍ତି।
18 क्योंकि तुमने याहवेह के आदेश का पालन नहीं किया और अमालेकियों के प्रति उनके प्रचंड प्रकोप का निष्पादन नहीं किया; तुम्हें आज याहवेह की ओर से यह प्रतिफल प्राप्त हुआ है.
ଯେହେତୁ ତୁମ୍ଭେ ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ ଓ ଅମାଲେକ ପ୍ରତି ତାହାଙ୍କ ପ୍ରଚଣ୍ଡ କୋପ ସଫଳ କଲ ନାହିଁ, ଏହେତୁ ଆଜି ସଦାପ୍ରଭୁ ତୁମ୍ଭ ପ୍ରତି ଏହି କର୍ମ କରିଅଛନ୍ତି।
19 याहवेह तुम्हें तथा इस्राएल को फिलिस्तीनियों के अधीन कर देंगे. कल तुम और तुम्हारे पुत्र मेरे साथ होंगे. याहवेह इस्राएल की सेना को भी फिलिस्तीनियों के अधीन कर देंगे.”
ଆହୁରି ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ମଧ୍ୟ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ; ଏଣୁ କାଲି ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଆମ୍ଭ ସଙ୍ଗୀ ହେବ; ମଧ୍ୟ ସଦାପ୍ରଭୁ ଇସ୍ରାଏଲର ସୈନ୍ୟସାମନ୍ତଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ।”
20 यह सुनते ही शाऊल वैसे के वैसे भूमि पर गिर पड़े, कटे वृक्ष समान. शमुएल के शब्दों ने उन्हें बहुत ही भयभीत कर दिया था. उनका शरीर पूर्णतः शिथिल हो गया था. उन्होंने सारा दिन और रात में भोजन ही नहीं किया था.
ତହିଁରେ ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କର କଥା ସକାଶୁ ଅତିଶୟ ଭୟ କଲେ ଓ ତାଙ୍କଠାରେ ଆଉ କିଛି ବଳ ରହିଲା ନାହିଁ; କାରଣ ସେ ସାରାଦିନ ଓ ସାରାରାତ୍ରି କିଛି ଭୋଜନ କରି ନ ଥିଲେ।
21 वह स्त्री शाऊल के निकट आई, और उसने पाया कि शाऊल बहुत ही भयभीत थे, उसने शाऊल से कहा, “सुनिए, आपकी सेविका ने आपकी आज्ञा का पालन किया है और यह मैंने अपने प्राणों पर खेलकर किया है. आपने मुझे जो आदेश दिया, मैंने वही किया है.
ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ୱଳ ଦେଖି କହିଲା, “ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋʼ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି।
22 तब आप भी अब मेरी सुन लीजिए. मैं आपके लिए भोजन तैयार करती हूं ताकि आप कुछ खा लें. इससे आपको बल प्राप्त होगा कि आप लौटकर जा सकें.”
ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ।”
23 मगर शाऊल अस्वीकार करते रहे, “नहीं मुझे कुछ नहीं खाना है.” मगर शाऊल के सेवक तथा वह स्त्री उनसे आग्रह करते रहे. अंततः उन्होंने उनका आग्रह स्वीकार कर लिया. वह भूमि से उठकर बिछौने पर बैठ गए.
ମାତ୍ର ସେ ଅସମ୍ମତ ହୋଇ କହିଲେ, “ମୁଁ ଭୋଜନ କରିବି ନାହିଁ।” ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି, ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ।
24 उस स्त्री का एक पुष्ट बछड़ा था, उसका उसने तुरंत वध किया, आटा लेकर खमीर रहित रोटियां बनाई.
ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲା।
25 यह सब उसने शाऊल और उसके सेवकों को परोसा. उन्होंने भोजन किया और रात में ही वहां से विदा हो गए.
ତହୁଁ ସେ ଶାଉଲଙ୍କ ସମ୍ମୁଖକୁ ଓ ତାଙ୍କର ଦାସମାନଙ୍କ ସମ୍ମୁଖକୁ ତାହା ଆଣନ୍ତେ, ସେମାନେ ଭୋଜନ କଲେ। ତହିଁ ଉତ୍ତାରେ ସେହି ରାତ୍ରିରେ ସେମାନେ ଉଠି ଚାଲିଗଲେ।