< 2 इतिहास 34 >
1 योशियाह के राजा बनने के समय उसकी उम्र आठ साल की थी और उसने येरूशलेम में एकतीस साल शासन किया.
ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ।
2 उसने वह किया, जो याहवेह की दृष्टि में सही था. अपने पूर्वज दावीद के नीतियों के पथ का आचरण करता रहा. वह इनसे न तो दाएं मुड़ा और न बाएं.
ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ପଥରେ ଚାଲିଲେ, ଆଉ, ଦକ୍ଷିଣରେ କି ବାମରେ ଫେରିଲେ ନାହିଁ।
3 कारण यह था कि अपने शासनकाल के आठवें साल में ही उसने अपने पूर्वज दावीद के परमेश्वर की खोज करना शुरू कर दिया. अपने शासनकाल के बारहवें साल में उसने यहूदिया और येरूशलेम को ऊंचे स्थानों पर बनाई वेदियों, अशेरा देवी की खोदी हुई और ढाली हुई मूर्तियों को हटाकर शुद्ध करना शुरू कर दिया.
ତାହାଙ୍କ ରାଜତ୍ଵର ଅଷ୍ଟମ ବର୍ଷରେ ସେ ଅଳ୍ପ ବୟସ୍କ ଥାଉ ଥାଉ ଆପଣା ପୂର୍ବପୁରୁଷ ଦାଉଦଙ୍କର ପରମେଶ୍ୱରଙ୍କୁ ଅନ୍ୱେଷଣ କରିବାକୁ ଆରମ୍ଭ କଲେ ଓ ସେ ଦ୍ୱାଦଶ ବର୍ଷରେ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାରୁ ଯିହୁଦା ଓ ଯିରୂଶାଲମକୁ ଶୁଚି କରିବାକୁ ଲାଗିଲେ।
4 उन्होंने राजा की उपस्थिति ही में बाल देवताओं की वेदियों, धूप वेदियों को, जो उनसे ऊंचे पर थी, काट डालीं. उसने अशेरा की खोदी हुई और ढाली गई मूर्तियों को चूर-चूर कर पीस डाला और उस बुकनी को उन लोगों की कब्र पर छिड़क दिया, जो इनके लिए बलि चढ़ाते रहे थे.
ପୁଣି, ଲୋକମାନେ ତାଙ୍କ ସାକ୍ଷାତରେ ବାଲ୍ ଦେବଗଣର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ, ଆଉ ସେ ତହିଁ ଉପରେ ସ୍ଥାପିତ ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇଲେ ଓ ଆଶେରା ମୂର୍ତ୍ତି, ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାସବୁ ଭାଙ୍ଗି ଚୂର୍ଣ୍ଣ କରି ସେସବୁର ଉଦ୍ଦେଶ୍ୟରେ ବଳିଦାନକାରୀ ଲୋକମାନଙ୍କ କବର ଉପରେ ତାହା ବିଞ୍ଚିଲେ।
5 इसके बाद उसने बाल-अशेराह के पुरोहितों की अस्थियां इन्हीं वेदियों पर जलाकर यहूदिया और येरूशलेम को शुद्ध कर दिया.
ଆଉ, ସେମାନଙ୍କ ଯଜ୍ଞବେଦି ଉପରେ ଯାଜକମାନଙ୍କ ଅସ୍ଥି ଦଗ୍ଧ କରି ଯିହୁଦା ଓ ଯିରୂଶାଲମକୁ ଶୁଚି କଲେ।
6 मनश्शेह, एफ्राईम शिमओन में भी, यहां कि नफताली और उसके पास के क्षेत्रों में, उसने वेदियां गिरा दीं,
ସେ ମନଃଶି ଓ ଇଫ୍ରୟିମ ଓ ଶିମୀୟୋନର ନଗରସମୂହରେ ନପ୍ତାଲି ପର୍ଯ୍ୟନ୍ତ କାନ୍ଥଡ଼ାର ଚତୁର୍ଦ୍ଦିଗରେ ଏହି ପ୍ରକାର କଲେ।
7 अशेरा की खोदी हुई मूर्तियों को कूटकर उनका चूरा बना दिया. उसने सारे इस्राएल देश की सभी धूप वेदियों को काटकर टुकड़े-टुकड़े कर दिया. यह करके वह येरूशलेम लौट गया.
ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ।
8 उसके शासनकाल के अट्ठारहवें साल में जब उसने सारे देश और भवन को शुद्ध कर लिया, उसने अज़लियाह के पुत्र शापान और नगर अध्यक्ष मआसेइयाह और अभिलेखक यहोआहाज़ के पुत्र योआह को याहवेह अपने परमेश्वर के भवन की मरम्मत की जवाबदारी सौंपी.
ଏଥିଉତ୍ତାରେ ସେ ଆପଣା ରାଜତ୍ଵର ଅଠର ବର୍ଷରେ ଦେଶ ଓ ଗୃହ ଶୁଚି କଲା ଉତ୍ତାରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଗୃହର ମରାମତି ନିମନ୍ତେ ଅତ୍ସଲୀୟର ପୁତ୍ର ଶାଫନ୍କୁ ଓ ନଗରାଧ୍ୟକ୍ଷ ମାସେୟକୁ ଓ ଯୋୟାହସର ପୁତ୍ର ଯୋୟାହ ଇତିହାସ ଲେଖକକୁ ପଠାଇଲେ।
9 उन्होंने महापुरोहित हिलकियाह से भेंट की और परमेश्वर के भवन में लाई गई धनराशि उन्हें सौप दी, जो मनश्शेह, एफ्राईम और इस्राएल के भाग से और सारे यहूदिया बिन्यामिन और येरूशलेम वासियों से लेवियों और द्वारपालों द्वारा इकट्ठा की गई थी.
ତହୁଁ ସେମାନେ ହିଲ୍କୀୟ ମହାଯାଜକ ନିକଟକୁ ଆସି ଲେବୀୟ ଦ୍ୱାରପାଳମାନଙ୍କ ଦ୍ୱାରା ମନଃଶି ଓ ଇଫ୍ରୟିମ ଓ ସମଗ୍ର ଇସ୍ରାଏଲର ଅବଶିଷ୍ଟାଂଶ, ପୁଣି ସମଗ୍ର ଯିହୁଦା ଓ ବିନ୍ୟାମୀନ୍ ଓ ଯିରୂଶାଲମ ନିବାସୀମାନଙ୍କ ହସ୍ତରୁ ସଂଗୃହୀତ ପରମେଶ୍ୱରଙ୍କ ଗୃହକୁ ଆନୀତ ସକଳ ମୁଦ୍ରା ତାହା ନିକଟରେ ସମର୍ପଣ କଲେ।
10 इसके बाद उन्होंने यह धन उन्हें सौंप दिया, जिनके ऊपर याहवेह के भवन के बनाने की जवाबदारी थी. उन्होंने यह धन उन्हें दे दिया, जो याहवेह के भवन को दोबारा बनाने और मरम्मत का काम करते थे.
ଆଉ, ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପି ଦେଲେ; ପୁଣି ସଦାପ୍ରଭୁଙ୍କ ଗୃହର କର୍ମକାରୀମାନେ ସେହି ଗୃହର ଜୀର୍ଣ୍ଣସଂସ୍କାର ଓ ପୁନଃନିର୍ମାଣ ନିମନ୍ତେ ତାହା ଦେଲେ;
11 इन्होंने यह धन बढ़ई और राजमिस्त्रियों को दे दिया कि वे इससे संवारे हुए पत्थर और भवन की उन बल्लियों के लिए नई लकड़ी ले आएं, जो रख रखाव के बिना टूट-फूट चुकी थी, क्योंकि यहूदिया के राजाओं ने इनको नष्ट ही कर दिया था.
ଅର୍ଥାତ୍, ଯିହୁଦା-ରାଜାଗଣ ଯେସକଳ ଗୃହ ବିନାଶ କରିଥିଲେ, ତହିଁ ନିମନ୍ତେ ଖୋଦିତ ପ୍ରସ୍ତର ଓ ବରଗା ଓ କଡ଼ିକାଠ କିଣିବା ପାଇଁ ତାହା ସୂତ୍ରଧର ଓ ଗାନ୍ଥକମାନଙ୍କୁ ଦେଲେ।
12 अधिकारियों की देखरेख में इन शिल्पियों ने विश्वासयोग्यता से अपनी जवाबदारी पूरी की, मेरारी के पुत्र लेवी याहाथ और ओबदयाह, कोहाथ के परिवार से ज़करयाह और मेशुल्लाम अधिकारी भी थे और वे सभी श्रेणी के कामों को देखते थे कुछ लेवी लेखक कुछ अधिकारी और कुछ द्वारपाल थे.
ଆଉ, ଲୋକମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ; ମରାରି-ସନ୍ତାନଗଣ ମଧ୍ୟରୁ ଯହତ୍ ଓ ଓବଦୀୟ, ଏହି ଲେବୀୟମାନେ ସେମାନଙ୍କର ତତ୍ତ୍ୱାବଧାରକ ଥିଲେ; ପୁଣି, କହାତ-ସନ୍ତାନଗଣର ମଧ୍ୟରୁ ଜିଖରୀୟ ଓ ମଶୁଲ୍ଲମ୍ ଓ ଅନ୍ୟ ଲେବୀୟମାନେ, ଅର୍ଥାତ୍, ବାଦ୍ୟ ବଜାଇବାକୁ ନିପୁଣ ସମସ୍ତ ଲୋକ କର୍ମ ଚଳାଇବାକୁ ନିଯୁକ୍ତ ଥିଲେ।
ଆହୁରି, ସେମାନେ ଭାରବାହକମାନଙ୍କର ତତ୍ତ୍ୱାବଧାରକ ଓ କର୍ମ ଚଳାଇବା ପାଇଁ ସର୍ବପ୍ରକାର ସେବାକାର୍ଯ୍ୟକାରୀମାନଙ୍କ ଉପରେ ନିଯୁକ୍ତ ଥିଲେ; ପୁଣି, ଲେବୀୟମାନଙ୍କ ମଧ୍ୟରୁ ଲେଖକ, କାର୍ଯ୍ୟଶାସକ ଓ ଦ୍ୱାରପାଳ ଥିଲେ।
14 जब वे याहवेह के भवन में लाया गया धन बाहर ला रहे थे, पुरोहित हिलकियाह को मोशेह द्वारा सौंपी गई याहवेह की व्यवस्था की पुस्तक मिली.
ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍କୀୟ ଯାଜକ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା।
15 यह देख हिलकियाह ने लेखक शापान से कहा, “याहवेह के भवन में मुझे व्यवस्था की पुस्तक मिली है.” हिलकियाह ने पुस्तक शापान को सौंप दी.
ତହିଁରେ ହିଲ୍କୀୟ ଶାଫନ୍ ଲେଖକକୁ ଉତ୍ତର କରି କହିଲା, “ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା-ପୁସ୍ତକ ପାଇଅଛି।” ପୁଣି ହିଲ୍କୀୟ ଶାଫନ୍କୁ ସେହି ପୁସ୍ତକ ଦେଲା।
16 शापान ने पुस्तक को राजा के सामने लाते हुए उसे कहा: “जो काम आपके सेवकों को सौंपा गया था, उसे वे कर रहे हैं.
ଆଉ, ଶାଫନ୍ ରାଜାଙ୍କ ନିକଟକୁ ସେହି ପୁସ୍ତକ ନେଇଗଲା, ଆହୁରି ରାଜାଙ୍କ ନିକଟକୁ ପୁନର୍ବାର ସମ୍ବାଦ ନେଇ କହିଲା, “ଆପଣଙ୍କ ଦାସମାନଙ୍କ ପ୍ରତି ଅର୍ପିତ ସମସ୍ତ କାର୍ଯ୍ୟ ସେମାନେ କରୁଅଛନ୍ତି।
17 याहवेह के भवन में मिला सारा धन उन्होंने अधिकारियों और कर्मचारियों को दे दिया है.”
ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହରେ ଥିବା ମୁଦ୍ରା କାଢ଼ିନେଇ ତତ୍ତ୍ୱାବଧାରକମାନଙ୍କ ହସ୍ତରେ ଓ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
18 इसके अलावा लेखक शापान ने राजा को सूचित किया, “पुरोहित हिलकियाह ने मुझे एक पुस्तक दी है.” तब शापान ने राजा के सामने उस पुस्तक में से पढ़ा.
ଆହୁରି, ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, ହିଲ୍କୀୟ ଯାଜକ ଆମ୍ଭକୁ ଖଣ୍ଡେ ପୁସ୍ତକ ଦେଇଅଛନ୍ତି ଆଉ, ଶାଫନ୍ ରାଜାଙ୍କ ସାକ୍ଷାତରେ ତହିଁରୁ ପାଠ କଲା।
19 जब राजा ने व्यवस्था के शब्द सुने, उसने अपने वस्त्र फाड़ दिए.
ଏଥିରେ ରାଜା ସେହି ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।
20 राजा ने हिलकियाह, शापान के पुत्र अहीकाम, मीकाह के पुत्र अबदोन, लेखक शापान और राजा के सेवक असाइयाह को आदेश दिया:
ପୁଣି, ରାଜା ହିଲ୍କୀୟକୁ ଓ ଶାଫନ୍ର ପୁତ୍ର ଅହୀକାମକୁ ଓ ମୀଖାର ପୁତ୍ର ଅବ୍ଦୋନ୍କୁ ଓ ଶାଫନ୍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ,
21 “जाओ, मेरे लिए, इस्राएल और यहूदिया की बाकी प्रजा की ओर से याहवेह से यह मालूम करो कि वह पुस्तक जो मिली है, उसका मतलब क्या है, क्योंकि भयंकर है हमारे लिए ठहराया गया याहवेह का क्रोध, इसलिये है कि हमारे पूर्वजों ने इसमें लिखी याहवेह की सारी शिक्षाओं का पालन नहीं किया है.”
“ତୁମ୍ଭେମାନେ ଯାଇ ମୋʼ ନିମନ୍ତେ, ପୁଣି ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଅବଶିଷ୍ଟ ଲୋକଙ୍କ ନିମନ୍ତେ ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ସଦାପ୍ରଭୁଙ୍କୁ ପଚାର; କାରଣ ଆମ୍ଭମାନଙ୍କ ପିତୃଲୋକମାନେ ଏହି ପୁସ୍ତକର ସକଳ ଲିଖନାନୁସାରେ କର୍ମ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟ ପାଳନ ନ କରିବାରୁ ଆମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ମହାକୋପ ବର୍ଷିଅଛି।”
22 तब हिलकियाह और वे, जिन्हें राजा द्वारा आदेश दिया गया था, नबिया हुलदाह से भेंट करने गए. वह वस्त्रालय के रखवाले शल्लूम की पत्नी थी. शल्लूम तोखात का पुत्र, हस्राह का पोता था. हुलदाह का घर येरूशलेम के नए बने हुए भाग में था. उन्होंने उसके सामने यह बात रखी.
ତହିଁରେ ହିଲ୍କୀୟ ଓ ରାଜାଜ୍ଞାପ୍ରାପ୍ତ ଲୋକମାନେ ହସ୍ରର ପୌତ୍ର ତୋଖତର ପୁତ୍ର ଶଲ୍ଲୁମ୍ ନାମକ ବସ୍ତ୍ରାଗାରରକ୍ଷକର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ପୁଣି ସେମାନେ ତାହାକୁ ସେହି ଭାବର କଥା କହିଲେ।
23 हुलदा ने उन्हें उत्तर दिया, “याहवेह, इस्राएल के परमेश्वर का संदेश यह है: ‘जिस व्यक्ति ने तुम्हें मुझसे मिलने के लिए भेजा है, उससे यह कहना:
ତହିଁରେ ସେ ସେମାନଙ୍କୁ ଉତ୍ତର କଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ କତିକି ପଠାଇଲା, ତାହାକୁ କୁହ,
24 याहवेह का वचन यह है, “यह देखना, मैं इस स्थान पर और इसके निवासियों पर विपत्ति भेज रहा हूं. हां, वे सारे शाप, जिनका वर्णन यहूदिया प्रदेश के राजा के सम्मुख में पढ़ी गई इस पुस्तक में किया गया है.
‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନେ ଯିହୁଦାର ରାଜା ସାକ୍ଷାତରେ ଯେଉଁ ପୁସ୍ତକ ପାଠ କରିଅଛନ୍ତି, ତହିଁରେ ଲିଖିତ ସକଳ ଅଭିଶାପ ଘଟାଇବା।
25 इसलिये कि उन्होंने मुझे भुला दिया है और विदेशी देवताओं के सामने धूप जलाया है, कि वे मेरे क्रोध को अपनी सभी हाथों से बनाई हुई मूर्तियों के द्वारा भड़का दें. तब इस स्थान पर मेरा क्रोध उंडेला जाएगा और याद रखना, यह शांत नहीं होगा.”’
କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ।
26 मगर यहूदिया के राजा, जिसने, तुम्हें मेरे पास भेजा है, कि मैं याहवेह से उनकी इच्छा पता करूं, उससे तुम यह कहना: ‘उन बातों के बारे में, जो तुमने सुनी है, इस्राएल के राजा को याहवेह, इस्राएल के परमेश्वर का संदेश यह है:
ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲା ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ କହିବ, ତୁମ୍ଭର ଶୁଣିବା ବାକ୍ୟ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
27 इसलिये कि तुम्हारा हृदय दीन था और तुमने जब इस स्थान के विरुद्ध और इसके निवासियों के विरुद्ध परमेश्वर के संदेश को सुनकर अपने आपको विनीत बना लिया और तुम मेरे सामने नम्र हो गए, तुमने अपने कपड़े फाड़ दिए और मेरे सामने रोते रहे, मैंने वास्तव में तुम्हारी सुन ली है. यह याहवेह ने कहा है.
ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ୱରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
28 इसलिये सुनो, मैं तुम्हें तुम्हारे पूर्वजों में मिला दूंगा. शान्तिपूर्ण स्थिति में तुम्हारा अंतिम संस्कार होगा. इस स्थान पर जो बुराई मेरे द्वारा भेजी जाएगी, उसे तुम्हारी आंखें न देखेंगी.’” यह संदेश उन्होंने राजा को जा सुनाया.
ଦେଖ, ଆମ୍ଭେ ତୁମ୍ଭର ପିତୃଲୋକମାନଙ୍କ ନିକଟରେ ତୁମ୍ଭକୁ ସଂଗ୍ରହ କରିବା, ଆଉ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଯେଉଁ ଯେଉଁ ଅମଙ୍ଗଳ ଘଟାଇବା, ତାହାସବୁ ତୁମ୍ଭର ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ସେମାନେ ପୁନର୍ବାର ରାଜା ନିକଟକୁ ସମାଚାର ଆଣିଲେ।
29 इसके बाद राजा ने यहूदिया और येरूशलेम के पुरनियों को बुलाकर उन्हें इकट्ठा किया.
ଏଥିଉତ୍ତାରେ ରାଜା ଲୋକ ପଠାଇ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ।
30 राजा याहवेह के भवन को गया, उसके साथ यहूदिया और येरूशलेम के सभी पुरुष, पुरोहित और लेवी और साधारण से लेकर विशेष लोग भी थे. उनके सामने उसने वाचा की पुस्तक जो याहवेह के भवन में पाई गई थी, की सारी बातें पढ़ीं, जिसे सभी ने सुना.
ପୁଣି, ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀମାନେ ଓ ଯାଜକମାନେ ଓ ଲେବୀୟମାନେ ଓ ବଡ଼ ସାନ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।
31 तब राजा अपने स्थान पर खड़ा हुआ और याहवेह के सामने यह वाचा बांधी कि वह याहवेह का ही अनुसरण करेगा, उनके आदेशों, उनकी चेतावनियों और उनकी विधियों का पालन अपने पूरे हृदय और पूरे प्राणों से करेगा, कि वह इस पुस्तक में लिखित वाचा का पालन कर सके.
ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ-ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ।
32 इसके अलावा उसने वहां उपस्थित येरूशलेम और बिन्यामिन वासियों से भी शपथ ली कि वे भी उसके साथ इसमें शामिल होंगे. तब येरूशलेम वासियों ने परमेश्वर की वाचा के अनुसार ही पालन किया-अपने पूर्वजों के परमेश्वर की वाचा के अनुसार.
ଆଉ, ଯିରୂଶାଲମର ଓ ବିନ୍ୟାମୀନ୍ର ଯେତେ ଲୋକ ବିଦ୍ୟମାନ ଥିଲେ, ସେ ସମସ୍ତଙ୍କୁ ସେହି ନିୟମରେ ସେ ସମ୍ମତ କରାଇଲେ। ତହିଁରେ ଯିରୂଶାଲମ ନିବାସୀମାନେ ପରମେଶ୍ୱରଙ୍କର, ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ନିୟମାନୁସାରେ କର୍ମ କଲେ।
33 योशियाह ने इस्राएल के वंशजों के क्षेत्रों से सभी घृणित वस्तुएं हटा दी और इस्राएल में उपस्थित सभी को याहवेह उनके परमेश्वर की ही वंदना करने के लिए प्रेरित किया. योशियाह के पूरे जीवनकाल में वे अपने पूर्वजों के परमेश्वर याहवेह का अनुसरण करते रहने से भटके नहीं.
ପୁଣି, ଯୋଶୀୟ ଇସ୍ରାଏଲ-ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେବା କରାଇଲେ। ସେମାନେ ତାଙ୍କର ଜୀବନଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଅନୁଗମନରୁ କ୍ଷାନ୍ତ ନୋହିଲେ।