< 2 इतिहास 36 >
1 यहोआहाज़, येहोआकिम और येहोआकिन का शासन: तब देश की प्रजा ने येरूशलेम में योशियाह के पुत्र यहोआहाज़ को उसके पिता योशियाह की जगह पर राजा होने के लिए चुना.
ଏଥିଉତ୍ତାରେ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍ଙ୍କୁ ନେଇ ତାଙ୍କର ପିତାଙ୍କ ପଦରେ ତାଙ୍କୁ ଯିରୂଶାଲମରେ ରାଜା କଲେ।
2 शासन शुरू करते समय यहोआहाज़ की उम्र तेईस साल थी. येरूशलेम में उसने तीन महीने शासन किया.
ଯିହୋୟାହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ।
3 तब मिस्र के राजा ने उसे येरूशलेम में गद्दी से हटा दिया और देश पर साढ़े तीन हज़ार किलो चांदी और पैंतीस किलो सोने का कर लगा दिया.
ଏଥିଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଅର୍ଥଦଣ୍ଡ ନିର୍ଦ୍ଧାରଣ କଲା।
4 तब मिस्र के राजा ने उसके भाई एलियाकिम को यहूदिया और येरूशलेम का राजा बना दिया और उसका नाम बदलकर यहोइयाकिम रख दिया. मगर उसके भाई यहोआहाज़ को वह अपने साथ मिस्र ले गया.
ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲିୟାକୀମ୍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍ଙ୍କୁ ଧରି ମିସରକୁ ନେଇଗଲା।
5 यहोइयाकिम की उम्र पच्चीस साल की थी, जब वह राजा बनाया गया. उसने येरूशलेम में ग्यारह साल शासन किया. उसने याहवेह अपने परमेश्वर की दृष्टि में बुरा किया.
ଯିହୋୟାକୀମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ।
6 बाबेल के राजा नबूकदनेज्ज़र ने हमला कर दिया और उसे कांसे की बेड़ियों से बांधकर बाबेल ले गया.
ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍ନିତ୍ସର ଆସି ବାବିଲକୁ ନେଇଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା।
7 इसके अलावा नबूकदनेज्ज़र ने याहवेह के भवन की कुछ वस्तुएं लेकर बाबेल में अपने मंदिर में रख दीं.
ନବୂଖଦ୍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା।
8 यहोइयाकिम द्वारा किए गए बाकी काम, उसके द्वारा किए गए घृणित काम और उसके सारे दोषों का वर्णन इस्राएल और यहूदिया के राजा नामक पुस्तक में किया गया है. उसके स्थान पर उसका पुत्र यहोइयाखिन राजा बन गया.
ଏହି ଯିହୋୟାକୀମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଓ ତାଙ୍କ ମଧ୍ୟରେ ପ୍ରାପ୍ତ ଘୃଣାଯୋଗ୍ୟ କ୍ରିୟାସକଳ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି; ଏଉତ୍ତାରେ ତାଙ୍କର ପୁତ୍ର ଯିହୋୟାଖୀନ୍ ତାଙ୍କର ପଦରେ ରାଜ୍ୟ କଲେ।
9 राजा बनने के समय यहोइयाखिन की उम्र आठ साल की थी. येरूशलेम में उसने तीन महीने और दस दिन शासन किया. उसने वही किया, जो याहवेह की दृष्टि में बुरा है.
ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ଦଶ ଦିନ ରାଜ୍ୟ କଲେ; ଆଉ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
10 साल खत्म होते-होते वसन्त ऋतु में राजा नबूकदनेज्ज़र ने उसे याहवेह के भवन की कीमती वस्तुओं के साथ बाबेल बुलवा लिया और उसके संबंधी सीदकियाहू को यहूदिया और येरूशलेम पर राजा ठहरा दिया.
ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।
11 जब सीदकियाहू ने शासन शुरू किया उसकी उम्र इक्कीस साल थी. येरूशलेम में उसने ग्यारह साल शासन किया.
ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ;
12 उसने वह किया, जो याहवेह उसके परमेश्वर की दृष्टि में बुरा है. उसने याहवेह के अभिवक्ता भविष्यद्वक्ता येरेमियाह के सामने अपने आपको नम्र नहीं किया.
ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ।
13 उसने राजा नबूकदनेज्ज़र के विरुद्ध विद्रोह कर दिया, जिसने उसे सच्चा रहने के लिए परमेश्वर की शपथ दिलाई थी. वह हठी हो गया और उसका हृदय कठोर हो गया फलस्वरूप वह याहवेह इस्राएल के परमेश्वर की ओर न हुआ.
ମଧ୍ୟ ଯେଉଁ ନବୂଖଦ୍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।
14 इसके अलावा पुरोहितों के अधिकारी और प्रजा और दूसरे जनताओं की घृणित प्रथाओं का पालन करते हुए याहवेह से विश्वासघात किया. येरूशलेम में पवित्र याहवेह के भवन को उन्होंने अशुद्ध कर दिया था.
ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।
15 अपनी प्रजा के प्रति और अपने घर के प्रति अपनी दया के कारण याहवेह उनके पूर्वजों के परमेश्वर ने कई बार अपने दूतों के द्वारा उनके लिए अपना संदेश भेजा;
ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
16 मगर वे हमेशा अपने ही परमेश्वर के संदेशवाहकों का मज़ाक उड़ाते रहे, उनके संदेश का तिरस्कार करते रहे और परमेश्वर के भविष्यवक्ताओं को मज़ाक का पात्र बना दिया. यह तब तक होता रहा जब तक याहवेह का क्रोध उनकी प्रजा पर टूट न पड़ा, जब तक परिस्थिति काबू से बाहर न हो गई.
ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
17 तब परमेश्वर उनके विरुद्ध कलदियों के राजा को ले आए. उसने उनके युवाओं का उन्हीं के पवित्र स्थान में वध कर दिया. उसने न तो युवाओं पर कृपा दिखाई और न कुंवारी कन्याओं पर, न बूढ़ों पर न कमज़ोरों पर. परमेश्वर ने सभी को नबूकदनेज्ज़र के अधीन कर दिया.
ଏନିମନ୍ତେ ସେ କଲ୍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।
18 वह परमेश्वर के भवन की छोटी-बड़ी सभी वस्तुएं, याहवेह के भवन के खजाने और राजा और उसके साथी शासकों के भी खजाने, सभी कुछ अपने साथ बाबेल ले गया.
ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।
19 तब उन्होंने परमेश्वर के भवन को भस्म कर दिया. उन्होंने येरूशलेम की शहरपनाह तोड़ डाली, उसके सारे मजबूत भवनों को आग लगाकर नाश कर दिया, सभी कीमती वस्तुओं को ध्वस्त कर दिया.
ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।
20 उन सभी को, जो तलवार के वार से बच निकले थे, उन्हें वह अपने साथ बाबेल ले गया. ये सभी उस समय तक उसके और उसकी संतान के सेवक तब तक बने रहे जब तक फारस का शासन चलता रहा.
ପୁଣି, ସେ ଖଡ୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ;
21 यह भविष्यद्वक्ता येरेमियाह द्वारा की गई याहवेह की भविष्यवाणी पूरी हुई थी, कि भूमि उन सत्तर सालों का शब्बाथ प्राप्त कर सके, जिनसे इसे दूर रखा गया था.
ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।
22 फारस के राजा कोरेश के शासन के पहले साल में येरेमियाह द्वारा कही गई याहवेह की भविष्यवाणी पूरी करने के उद्देश्य से याहवेह ने फारस के राजा की आत्मा को उभारा. फलस्वरूप उसने सभी राज्य में यह लिखित घोषणा करवा दी:
ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍ର ମନରେ ପ୍ରବୃତ୍ତି ଜନ୍ମାନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା,
23 फारस के राजा कोरेश की ओर से यह घोषणा की जा रही है: “‘स्वर्ग के परमेश्वर याहवेह ने मुझे पृथ्वी के सारे राज्यों का अधिकार सौंपा है. उन्हीं ने मुझे उनके लिए यहूदिया के येरूशलेम में एक भवन बनाने के लिए चुना है. तुम सब में से जो कोई उनकी प्रजा में से है, याहवेह उसका परमेश्वर उसके साथ रहे, उसे वहां जाने दिया जाए.’”
“ପାରସ୍ୟର ରାଜା କୋରସ୍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’”