< 2 राजा 16 >
1 रेमालियाह के पुत्र पेकाह के शासन के सत्रहवें साल में योथाम का पुत्र आहाज़ यहूदिया का राजा बना.
ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍ଙ୍କର ପୁତ୍ର ଆହସ୍ ରାଜତ୍ୱ କରିବାକୁ ଆରମ୍ଭ କଲେ।
2 शासन शुरू करते समय आहाज़ की उम्र बीस साल थी. येरूशलेम में उसने सोलह साल शासन किया. उसने वह नहीं किया जो याहवेह उसके परमेश्वर की दृष्टि में सही था—जैसा उसके पूर्वज दावीद ने किया था.
ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।
3 इसकी बजाय उसका आचरण इस्राएल के राजाओं की नीतियों के अनुसार था; यहां तक कि उसने अपने ही पुत्र को होमबलि के रूप में बलि कर दिया. यह उन जनताओं की घृणित प्रथाओं के अनुसार था, जिन्हें याहवेह ने इस्राएल राष्ट्र के सामने से निकाल दिया था.
ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ।
4 वह पूजा स्थलों पर, पहाड़ियों पर और हर एक हरे वृक्ष के नीचे धूप जलाकर बलि चढ़ाता रहा.
ପୁଣି ସେ ଉଚ୍ଚସ୍ଥଳୀମାନରେ ଓ ପର୍ବତଗଣ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
5 तब अराम का राजा रेज़िन और इस्राएल के राजा रेमालियाह का पुत्र पेकाह येरूशलेम पर युद्ध करने के उद्देश्य से वहां आ गए. उन्होंने आहाज़ को बंदी बना लिया; किंतु वे उसे अपने वश में न कर सके.
ସେତେବେଳେ ଅରାମର ରାଜା ରତ୍ସୀନ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ। ପୁଣି ସେମାନେ ଆହସ୍ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।
6 उसी समय अराम के राजा रेज़िन ने एलाथ नगर को अधीन कर अराम देश में शामिल कर लिया. यह करके उसने हर एक यहूदियावासी को वहां से पूरी तरह निकाल दिया, और एलाथ में एदोमी आकर बस गए और आज भी वहीं रह रहे हैं.
ସେହି ସମୟରେ ଅରାମର ରାଜା ରତ୍ସୀନ, ଏଲତ୍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟମାନଙ୍କୁ ଏଲତ୍ରୁ ତଡ଼ିଦେଲା। ତହିଁରେ ଅରାମୀୟମାନେ ଏଲତ୍କୁ ଆସି ଆଜି ପର୍ଯ୍ୟନ୍ତ ସେଠାରେ ବାସ କରୁଅଛନ୍ତି।
7 आहाज़ ने अश्शूर के राजा तिगलथ-पलेसेर को दूतों द्वारा यह संदेश भेजा: “मैं आपका सेवक, बल्कि आपका पुत्र हूं. कृपया आकर अराम के राजा और इस्राएल के राजा से मेरी रक्षा कीजिए. ये मुझ पर हमला करने को उतारू हैं.”
ଏଥିରେ ଆହସ୍ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋʼ ବିରୁଦ୍ଧରେ ଉଠୁଅଛନ୍ତି।”
8 आहाज़ को याहवेह के भवन में और राजघराने के खजाने में जितना भी सोना और चांदी मिली, वह सब उसने अश्शूर के राजा को उपहार के रूप में भेज दिया.
ପୁଣି ଆହସ୍ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ।
9 अश्शूर के राजा ने आहाज़ का प्रस्ताव स्वीकार कर लिया. तब वह दमेशेक पर हमला कर उसे अपने अधीन करके, नगरवासियों को बंदी बनाकर, उन्हें कीर नामक स्थान को ले गया, और वहां उसने रेज़िन की हत्या कर दी.
ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରି ତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍ ନଗରକୁ ନେଇଗଲା ଓ ରତ୍ସୀନକୁ ବଧ କଲା।
10 यह सब होने के बाद राजा आहाज़ अश्शूर के राजा तिगलथ-पलेसेर से मिलने दमेशेक गया. उसने वहां वह वेदी देखी जो दमेशेक में स्थापित की गई थी. राजा आहाज़ ने वेदी की बनावट का नक्शा पुरोहित उरियाह को भेज दिया. इसमें वेदी को बनाने के सारे शिल्प कौशल का ब्यौरा था.
ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା ତିଗ୍ଲାତ୍-ପିଲେସର୍କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ୍ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।
11 इसके आधार पर पुरोहित उरियाह ने एक वेदी बनाई; ठीक उसी के अनुसार जैसा राजा आहाज़ ने दमेशेक से भेजा था. पुरोहित उरियाह ने राजा आहाज़ के दमेशेक से लौटने के पहले ही यह वेदी तैयार कर ली थी.
ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ୍ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା।
12 जब राजा दमेशेक से लौटा, उसने वह वेदी देखी, राजा वेदी के पास गया,
ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ।
13 वहां राजा ने होमबलि और अन्नबलि चढ़ाई, राजा ने वहां अर्घ उंडेला, और अपनी मेल बलि का लहू उस वेदी पर छिड़क दिया.
ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ-ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିଲେ।
14 याहवेह के सामने रखी कांसे की वेदी को उसने भवन के सामने की ओर से, उसकी अपनी वेदी और याहवेह के भवन के बीच से हटाकर, उसने अपनी वेदी की उत्तरी दिशा में स्थापित करवा दिया.
ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦିକୁ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତର ଭାଗରେ ସ୍ଥାପନ କଲେ।
15 तब राजा आहाज़ ने पुरोहित उरियाह को आदेश दिया, “इस नई विशाल वेदी पर आप भोर की होमबलि, शाम की अन्नबलि, राजा के लिए होमबलि और अन्नबलि और सारी प्रजा के लिए होमबलि और अन्नबलि और उनका अर्घ इस वेदी पर ही चढ़ाना, तथा होमबलि और बलि का सारा लहू इसी वेदी पर छिड़कना. मगर यह कांसे की वेदी सिर्फ मेरे ही इस्तेमाल के लिए रहेगी, कि मैं इसके द्वारा परमेश्वर की इच्छा जान सकूं.”
ଆହୁରି ଆହସ୍ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।”
16 पुरोहित उरियाह ने राजा आहाज़ के आदेश के अनुसार ही किया.
ଏହିରୂପେ ଊରୀୟ ଯାଜକ ଆହସ୍ ରାଜାଙ୍କର ଆଜ୍ଞା ପ୍ରମାଣେ ସବୁ କର୍ମ କଲା।
17 राजा आहाज़ ने ठेलों की चौखटों को काटकर उसमें से चिलमची को निकाल लिया और कांसे के बैलों के ऊपर रखे हुए पानी के बर्तन को उतारकर पत्थर के एक चबूतरे पर स्थापित कर दिया.
ପୁଣି ଆହସ୍ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନ-ପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ରରୂପ ପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେ ସବୁର ଉପରୁ ତାହା ନେଇ ପଥର ଚଟାଣ ଉପରେ ରଖିଲେ।
18 उसने याहवेह के भवन परिसर में शब्बाथ पर इस्तेमाल किए जा रहे ओसारे को और राजा के लिए बनाए गए बाहरी फाटक को अश्शूर के राजा के कारण याहवेह के भवन से हटा दिया.
ଆଉ ସେମାନେ ବିଶ୍ରାମବାର ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବର୍ହିଦ୍ୱାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ।
19 आहाज़ के अन्य कामों का और उसकी अन्य उपलब्धियों का ब्यौरा यहूदिया के राजाओं की इतिहास की पुस्तक में दिया गया है.
ଏହି ଆହସ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
20 आहाज़ हमेशा के लिए अपने पूर्वजों में जा मिला और उसे उसके पूर्वजों के बीच, दावीद के नगर में गाड़ दिया. उसकी जगह पर उसका पुत्र हिज़किय्याह शासन करने लगा.
ଏଥିଉତ୍ତାରେ ଆହସ୍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।