< प्रेरितों के काम 28 >

1 जब सभी यात्री वहां सुरक्षित आ गए. तब हमें मालूम हुआ कि इस द्वीप का नाम मैलिते था.
ଆମ୍ଭେମାନେ ରକ୍ଷା ପାଇଲା ପରେ ସେହି ଦ୍ୱୀପ ମେଲିତୀ ବୋଲି ଜାଣିଲୁ।
2 वहां के निवासियों ने हमारे प्रति अनोखी दया दिखाई. लगातार वर्षा के कारण तापमान में गिरावट आ गई थी. ठंड के कारण उन्होंने आग जलाकर हमारा स्वागत किया.
ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅଭ୍ୟର୍ଥନା କଲେ।
3 जब पौलॉस ने लकड़ियों का एक गट्ठा आग पर रखा ही था कि ताप के कारण एक विषैला सांप उसमें से निकलकर उनकी बांह पर लिपट गया.
କିନ୍ତୁ ପାଉଲ ବିଡ଼ାଏ କାଠ ଗୋଟାଇ ନିଆଁ ଉପରେ ପକାନ୍ତେ, ତାତି ହେତୁ ଗୋଟାଏ କାଳସର୍ପ ବାହାରି ତାହାଙ୍କ ହାତରେ କାମୁଡ଼ି ଲାଗିରହିଲା।
4 वहां के निवासियों ने इस जंतु को उनकी बांह से लटका देखा तो आपस में कहने लगे, “सचमुच यह व्यक्ति हत्यारा है. समुद्री बाढ़ से तो यह बच निकला है किंतु न्याय-देवी नहीं चाहती कि यह जीवित रहे.”
ବର୍ବରମାନେ ତାହାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ।
5 किंतु पौलॉस ने उस जंतु को आग में झटक दिया और उनका कोई बुरा नहीं हुआ.
କିନ୍ତୁ ପାଉଲ ଜନ୍ତୁଟାକୁ ଝାଡ଼ି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ।
6 वे सभी यह इंतजार करते रहे कि उनकी बांह सूज जाएगी या वह किसी भी क्षण मरकर गिर पड़ेंगे. वे देर तक इसी की प्रतीक्षा करते रहे किंतु उनके साथ कुछ भी असामान्य नहीं हुआ. इसलिये लोगों का नज़रिया ही बदल गया और वे कहने लगे कि पौलॉस एक देवता हैं.
ସେ ଯେ ଫୁଲିଯିବେ କିମ୍ବା ହଠାତ୍‍ ମରି ପଡ଼ିଯିବେ, ଏହା ସେମାନେ ଅପେକ୍ଷା କରୁଥିଲେ; ମାତ୍ର ଅନେକ ବେଳ ପର୍ଯ୍ୟନ୍ତ ଅପେକ୍ଷାରେ ରହିଲା ପରେ ତାହାଙ୍କ ପ୍ରତି କୌଣସି ଅନିଷ୍ଟ ନ ଘଟିବାର ଦେଖି ସେମାନେ ନିଜ ନିଜ ମନ ବଳାଇ କହିଲେ, ଏ ଜଣେ ଦେବତା।
7 उस स्थान के पास ही एक भूमिखंड था, जो उस द्वीप के प्रधान शासक पुब्लियुस की संपत्ति थी. उसने हमें अपने घर में आमंत्रित किया और तीन दिन तक हमारी विशेष आवभगत की.
ସେହି ସ୍ଥାନ ନିକଟରେ ପୁବ୍ଲିୟ ନାମକ ସେହି ଦ୍ୱୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ।
8 उसका पिता बीमार था. वह ज्वर और आंव से पीड़ित पड़ा था. पौलॉस उसे देखने गए. उसके लिए प्रार्थना करने तथा उस पर हाथ रखने के द्वारा उन्होंने उस व्यक्ति को स्वस्थ कर दिया.
ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଆମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ।
9 परिणामस्वरूप उस द्वीप के अन्य रोगी भी पौलॉस के पास आने लगे और स्वस्थ होते चले गए.
ଏହି ଘଟଣା ପରେ ସେହି ଦ୍ୱୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ;
10 उन्होंने अनेक प्रकार से हमारा सम्मान किया. जब हमने वहां से जल-यात्रा शुरू की, उन्होंने वे सारी वस्तुएं, जो हमारे लिए ज़रूरी थी, जलयान पर रख दीं.
ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ।
11 तीन महीने बाद हमने अलेक्सान्द्रिया जा रहे जलयान पर यात्रा शुरू की. यह जलयान ठंड के कारण इस द्वीप में ठहरा हुआ था. इस यान के अगले भाग पर एक जोड़ी देवताओं की एक आकृति—दिओस्कूरोईस गढ़ी हुई थी.
ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ୱୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ।
12 सायराक्यूज़ नगर पहुंचने पर हम वहां तीन दिन रहे.
ସୁରାକୂସାରେ ପହଞ୍ଚି ଆମ୍ଭେମାନେ ସେଠାରେ ତିନି ଦିନ ରହିଲୁ,
13 वहां से आगे बढ़कर हम रेगियम नगर पहुंचे. एक दिन बाद जब हमें दक्षिण वायु मिली हम फिर आगे बढ़े और दूसरे दिन पुतेओली नगर जा पहुंचे.
ପୁଣି, ସେ ସ୍ଥାନରୁ ବୁଲି ରେଗୀୟ ବନ୍ଦରରେ ପହଞ୍ଚିଲୁ ଦିନକ ପରେ ଦକ୍ଷିଣା ପବନ ବହିବାରୁ ଦ୍ୱିତୀୟ ଦିନରେ ପୁତେଅଲି ସହରକୁ ଆସିଲୁ;
14 वहां कुछ भाई बहिन थे, जिन्होंने हमें अपने घर में ठहरने के लिए आमंत्रित किया. हम वहां सात दिन ठहरे. आखिरकार हम रोम नगर पहुंच गए.
ସେ ସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଆମ୍ଭମାନଙ୍କୁ ଅନୁରୋଧ କଲେ; ଏହି ପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ।
15 हमारे विषय में समाचार मिलने पर भाई बहिन हमसे भेंट करने अप्पियुस के चौक तथा त्रिओन ताबेरनॉन नामक स्थान तक आए. उन्हें देख पौलॉस ने बहुत आनंदित हो परमेश्वर के प्रति धन्यवाद प्रकट किया.
ଭାଇମାନେ ଆମ୍ଭମାନଙ୍କ ସମ୍ବାଦ ପାଇ ସେହି ସ୍ଥାନରୁ ଆପ୍ପୀୟଙ୍କ ହାଟ ଓ ତିନି ସରେଇଘର ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେଟିବା ପାଇଁ ଆସିଲେ, ପୁଣି, ପାଉଲ ସେମାନଙ୍କୁ ଦେଖି ଈଶ୍ବରଙ୍କ ଧନ୍ୟବାଦ କରି ସାହସ ପାଇଲେ।
16 रोम पहुंचने पर पौलॉस को अकेले रहने की आज्ञा मिल गई किंतु उन पर पहरे के लिए एक सैनिक को ठहरा दिया गया था.
ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା।
17 तीन दिन बाद उन्होंने यहूदी अगुओं की एक सभा बुलाई. उनके इकट्ठा होने पर पौलॉस ने उन्हें संबोधित करते हुए कहा, “मेरे प्रिय भाइयो, यद्यपि मैंने स्वजातीय यहूदियों तथा हमारे पूर्वजों की प्रथाओं के विरुद्ध कुछ भी नहीं किया है फिर भी मुझे येरूशलेम में बंदी बनाकर रोमी सरकार के हाथों में सौंप दिया गया है.
ତିନି ଦିନ ପରେ ସେ ଯିହୁଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମ ସହରରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି।
18 मेरी जांच करने के बाद वे मुझे रिहा करने के लिए तैयार थे क्योंकि उन्होंने मुझे प्राण-दंड का दोषी नहीं पाया.
ସେମାନେ ମୋହର ବିଚାର କରି ମୋʼଠାରେ ପ୍ରାଣଦଣ୍ଡର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ;
19 किंतु जब यहूदियों ने इसका विरोध किया तो मुझे मजबूर होकर कयसर के सामने दोहाई देनी पड़ी—इसलिये नहीं कि मुझे अपने राष्ट्र के विरुद्ध कोई आरोप लगाना था.
କିନ୍ତୁ ଯିହୁଦୀମାନେ ସେଥିର ବିରୁଦ୍ଧରେ କହିବାରୁ ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାକୁ ବାଧ୍ୟ ହେଲି; ମୋହର ଯେ ସ୍ୱଜାତି ବିରୁଦ୍ଧରେ ଅଭିଯୋଗ କରିବାର କିଛି ଥିଲା, ତାହା ନୁହେଁ।
20 मैंने आप लोगों से मिलने की आज्ञा इसलिये ली है कि मैं आपसे विचार-विमर्श कर सकूं, क्योंकि यह बेड़ी मैंने इस्राएल की आशा की भलाई में धारण की है.”
ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି।
21 उन्होंने पौलॉस को उत्तर दिया, “हमें यहूदिया प्रदेश से आपके संबंध में न तो कोई पत्र प्राप्‍त हुआ है और न ही किसी ने यहां आकर आपके विषय में कोई प्रतिकूल सूचना दी है.
ସେଥିରେ ସେମାନେ ତାହାଙ୍କୁ କହିଲେ, ଆପଣଙ୍କ ସମ୍ବନ୍ଧରେ ଯିହୂଦିୟା ପ୍ରଦେଶରୁ ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ, କି ଭାଇମାନଙ୍କ ମଧ୍ୟରୁ କେହି ଏଠାକୁ ଆସି ଆପଣଙ୍କ ବିଷୟରେ କୌଣସି ମନ୍ଦ ସମ୍ବାଦ ଦେଇ ନାହାନ୍ତି ବା କହି ନାହାନ୍ତି।
22 हमें इस मत के विषय में आपसे ही आपके विचार सुनने की इच्छा थी. हमें मालूम है कि हर जगह इस मत का विरोध हो रहा है.”
କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି।
23 तब इसके लिए एक दिन तय किया गया और निर्धारित समय पर बड़ी संख्या में लोग उनके घर पर आए. सुबह से लेकर शाम तक पौलॉस सच्चाई से परमेश्वर के राज्य के विषय में शिक्षा देते रहे तथा मसीह येशु के विषय में मोशेह की व्यवस्था और भविष्यद्वक्ताओं के लेखों से स्पष्ट करके उन्हें दिलासा दिलाते रहे.
ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାହାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
24 उनकी बातों को सुनकर उनमें से कुछ तो मान गए, किंतु कुछ अन्यों ने इसका विश्वास नहीं किया.
ସେଥିରେ କେହି କେହି କୁହାଯାଇଥିବା ବିଷୟରେ ବିଶ୍ୱାସ କଲେ, କିନ୍ତୁ କେହି କେହି ବିଶ୍ୱାସ କଲେ ନାହିଁ।
25 जब वे एक दूसरे से सहमत न हो सके तो वे पौलॉस की इस अंतिम बात को सुनकर जाने लगे: “भविष्यवक्ता यशायाह ने पवित्र आत्मा के द्वारा आप लोगों के पूर्वजों पर एक ठीक सच्चाई ही प्रकाशित की थी:
ପୁଣି, ସେମାନେ ନିଜ ନିଜ ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷମାନଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ୱାରା ପବିତ୍ର ଆତ୍ମା ଯଥାର୍ଥ ରୂପେ କହିଥିଲେ,
26 “‘इन लोगों से जाकर कहो, “तुम लोग सुनते तो रहोगे, किंतु समझोगे नहीं. तुम लोग देखते भी रहोगे, किंतु पहचान न सकोगे.”
“ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ‘ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
27 क्योंकि इन लोगों का हृदय जड़ हो चुका है. अपने कानों से वे कदाचित ही कुछ सुन पाते हैं और आंखें तो उन्होंने मूंद ही रखी हैं, कि कहीं वे आंखों से देख न लें और कानों से सुन न लें और अपने हृदय से समझकर लौट आएं और मैं, परमेश्वर, उन्हें स्वस्थ और पूर्ण बना दूं.’
କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ନିଜ ନିଜ ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’”
28 “इसलिये यह सही है कि आपको यह मालूम हो जाए कि परमेश्वर का यह उद्धार अब गैर-यहूदियों के लिए भी मौजूद है. वे भी इसे स्वीकार करेंगे.” [
ଅତଏବ ଈଶ୍ବରଙ୍କ ଏହି ପରିତ୍ରାଣ ଅଣଯିହୁଦୀମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହୁଅନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ।
29 उनकी इन बातों के बाद यहूदी वहां से आपस में झगड़ते हुए चले गए.]
[ଆଉ ସେ ଏହିସବୁ କଥା କହନ୍ତେ ଯିହୁଦୀମାନେ ନିଜ ନିଜ ମଧ୍ୟରେ ବାଦାନୁବାଦ କରୁ କରୁ ପ୍ରସ୍ଥାନ କଲେ।]
30 पौलॉस वहां अपने भाड़े के मकान में पूरे दो साल रहे. वह भेंट करने आए व्यक्तियों को पूरे दिल से स्वीकार करते थे.
ସେ ସମ୍ପୂର୍ଣ୍ଣ ଦୁଇ ବର୍ଷ ପର୍ଯ୍ୟନ୍ତ ଆପଣା ଭଡ଼ାଘରେ ରହିଲେ,
31 वह निडरता से, बिना रोक-टोक के, पूरे साफ़-साफ़ शब्दों में परमेश्वर के राज्य का प्रचार करते और प्रभु येशु मसीह के विषय में शिक्षा देते रहे.
ପୁଣି, ଯେତେ ଲୋକ ତାହାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୂର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଈଶ୍ବରଙ୍କ ରାଜ୍ୟର କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ବିଷୟସବୁ ଶିକ୍ଷା ଦେଉଥିଲେ।

< प्रेरितों के काम 28 >