< निर्गमन 16 >

1 फिर इस्राएली एलिम से चलकर सिन नामक निर्जन देश पहुंचे. यह एलिम एवं सीनायी के बीच में था. मिस्र देश से निकले दो महीने तथा पन्द्रह दिन हो चुके थे.
ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ।
2 इस निर्जन क्षेत्र में सभी इस्राएली मोशेह तथा अहरोन से नाराज होने लगे.
ସେତେବେଳେ ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ମଣ୍ଡଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ।
3 इस्राएली कहने लगे, “अच्छा होता कि याहवेह ने हम लोगों को मिस्र में ही मार डाला होता, वहां हम मांस की हांडियों के पास बैठते थे और पेट भरकर रोटी खाते थे; आप तो हमें इस निर्जन देश में इसलिये ले आए हैं कि हम सारे लोग भूख से मर जाएं.”
ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”
4 इस पर याहवेह ने मोशेह से कहा, “सुनो, मैं तुम्हारे लिए स्वर्ग से रोटी बरसाऊंगा, और प्रतिदिन लोग बाहर जाकर रोज अपनी ज़रूरत के अनुसार रोटी बटोर लें, मैं उन्हें जाचूंगा और देखूंगा कि वे मेरी आज्ञा मानते हैं या नहीं.
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା।
5 छठे दिन जब वह बटोरे हुए भोजन वस्तु से खाना बनाएं तब वह अन्य दिनों से दुगना होगा.”
ଷଷ୍ଠ ଦିନରେ ସେମାନେ ଯାହା ଆଣିବେ, ତାହା ରାନ୍ଧିଲେ ଦିନକୁ ଦିନ ଯାହା ସଂଗ୍ରହ କରନ୍ତି, ତାହା ଦୁଇଗୁଣ ହେବ।”
6 मोशेह एवं अहरोन ने सब इस्राएलियों को कहा, “शाम को तुम समझ जाओगे कि याहवेह ही ने तुम्हें मिस्र देश से निकाला है.
ଏଥିଉତ୍ତାରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଅଛନ୍ତି, ଏହା ତୁମ୍ଭେମାନେ ସନ୍ଧ୍ୟାକାଳରେ ଜାଣିବ।
7 सुबह तुम्हें याहवेह का तेज दिखाई देगा, क्योंकि याहवेह ने तुम्हारा बड़बड़ाना सुन लिया है—हम कौन हैं, जो तुम इतना गुस्सा दिखा रहे हो?”
ପୁଣି, ପ୍ରାତଃକାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?”
8 मोशेह ने कहा, “अब याहवेह तुम्हें शाम को मांस और सुबह रोटी देंगे, क्योंकि याहवेह ने उनके विरुद्ध तुम्हारा बड़बड़ाना सुन लिया हैं. हम कौन होते हैं? तुम्हारा गुस्सा हम पर नहीं, परंतु याहवेह पर होता है.”
ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟାକାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃକାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”
9 फिर मोशेह ने अहरोन से कहा, “सभी इस्राएलियों से कहो, ‘याहवेह के पास आओ, क्योंकि उन्होंने तुम्हारा बड़बड़ाना सुन लिया है.’”
ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।’”
10 जब अहरोन सभी इस्राएलियों से बात कर रहे थे, तब उन्होंने निर्जन देश की ओर देखा और उनको याहवेह का तेज बादल में दिखाई दिया.
ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।
11 याहवेह ने मोशेह से कहा,
ପୁଣି, ସଦାପ୍ରଭୁ ମୋଶାଙ୍କୁ କହିଲେ,
12 “मैंने इस्राएलियों का बड़बड़ाना सुन लिया है; उन्हें बता दो, ‘शाम को तुम्हें मांस और सुबह तुम्हें रोटी, पेट भरकर मिलेगी; तब तुम जान जाओगे कि मैं ही याहवेह, तुम्हारा परमेश्वर हूं.’”
“ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ‘ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।’”
13 सायंकाल बटेरें उड़ती हुई आईं और छावनी को ढक लिया तथा सुबह छावनी के आस-पास ओस की एक परत पड़ी हुई दिखी.
ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃକାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।
14 जब ओस की परत उठ गई, तब उन्होंने देखा कि ज़मीन पर एक पतली परत पड़ी हुई है, जैसे बर्फ.
ଏଉତ୍ତାରେ ପତିତ କାକର ଊର୍ଦ୍ଧ୍ୱଗତ ହେଲାରୁ ଭୂମିସ୍ଥିତ କାକର ପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା।
15 वे आपस में कहने लगे, “क्या है यह?” वे समझ नहीं पा रहे थे कि वह क्या चीज़ है! मोशेह ने बताया, “यही है वह रोटी, जो तुम्हारे खाने के लिए याहवेह ने दी है.
ଆଉ ଇସ୍ରାଏଲ-ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କʼଣ ଅଟେ?” ଯେହେତୁ ତାହା କʼଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।
16 और याहवेह की आज्ञा है, ‘हर व्यक्ति जितना खा सके उतना ही ले सब व्यक्ति अपने-अपने तंबू में हर व्यक्ति के लिये एक ओमेर के हिसाब से ले.’”
ଏ ବିଷୟରେ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଭୋଜନ ଶକ୍ତି ବୁଝି ତାହା ସଂଗ୍ରହ କର; ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ଆପଣା ଆପଣା ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟାନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣରେ ତାହା ସଂଗ୍ରହ କର।’”
17 इस्राएलियों ने वैसा ही किया. किसी ने कम तो किसी ने ज्यादा लिया.
ତହିଁରେ ଇସ୍ରାଏଲ ସନ୍ତାନମାନେ ସେହି ପ୍ରକାର କଲେ; କେହି ଅଧିକ ଓ କେହି ଅଳ୍ପ ସଞ୍ଚୟ କଲେ।
18 जिसने अधिक मात्रा में इकट्ठा कर लिया, उसने कुछ भी ज्यादा नहीं पाया और जिसने कम इकट्ठा किया, उसे कोई कमी न हुई.
ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ।
19 मोशेह ने उनसे कहा, “कोई भी व्यक्ति इस भोजन को दूसरे दिन के लिए मत रखना.”
ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃକାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”
20 लेकिन कुछ लोगों ने मोशेह की बात नहीं मानी; और दूसरे दिन के लिए कुछ बचा रखा. दूसरे दिन उन्होंने देखा कि उसमें पूरे कीड़े पड़ गए और बदबू आने लगी. मोशेह ने उन पर गुस्सा किया.
ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ।
21 फिर रोज सुबह जितनी उनको ज़रूरत होती थी उतना ही वे लेते थे.
ଏହିରୂପେ ପ୍ରତିଦିନ ପ୍ରାତଃକାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା।
22 और छठवें दिन हर व्यक्ति ने अगले दिन का भी खाना अपने-अपने लिए लिया और सभी ने जाकर मोशेह को बताया.
ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍‍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ।
23 यह सुनकर मोशेह ने उन्हें समझाया: “याहवेह ने यही कहा था: क्योंकि ‘कल विश्राम दिन है जो याहवेह को समर्पित महा पवित्र दिन, इसलिये आज ही जो कुछ पकाना है पका लो, और जो कुछ उबालना है उबाल लो और जो बच जाता है उसे अगले दिन के लिए अलग रख देना.’”
ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, ‘କାଲି ମହା ବିଶ୍ରାମ ଦିନ, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।’”
24 उन्होंने बचा हुआ अगले दिन के लिए अलग रख दिया—जैसे मोशेह ने कहा. इसमें न तो बदबू आई और न कीड़े लगे.
ତହିଁରେ ସେମାନେ ମୋଶାଙ୍କର ଆଜ୍ଞାନୁସାରେ ପ୍ରଭାତ ପର୍ଯ୍ୟନ୍ତ ତାହା ରଖିଲେ, ଆଉ ତାହା ଦୁର୍ଗନ୍ଧ ହେଲା ନାହିଁ, କି ତହିଁରେ କୌଣସି ପୋକ ଜନ୍ମିଲା ନାହିଁ।
25 फिर मोशेह ने उनसे कहा, “आज तुम इसे खा लो, क्योंकि आज याहवेह को समर्पित विश्राम का पवित्र दिन है; आज बाहर खाना नहीं मिलेगा.
ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ।
26 तुम्हें छः दिन ऐसा ही करना होगा किंतु सातवें दिन, विश्राम का दिन है, उस दिन यह नहीं मिलेगा.”
ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ସପ୍ତମ ଦିନ ବିଶ୍ରାମବାର ଅଟେ, ତହିଁରେ କିଛି ମିଳିବ ନାହିଁ।”
27 कुछ व्यक्ति सातवें दिन भी खाना बटोरने गये लेकिन उन्हें कुछ नहीं मिला.
ତଥାପି ସପ୍ତମ ଦିନରେ ମଧ୍ୟ କେହି କେହି ତାହା ସଂଗ୍ରହ କରିବାକୁ ଗଲେ, ମାତ୍ର କିଛି ପାଇଲେ ନାହିଁ।
28 तब याहवेह ने मोशेह से कहा, “तुम और कब तक मेरे आदेशों और नियमों को नहीं मानोगे?
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ?
29 यह विश्राम का दिन, याहवेह ने, अलग किया हुआ दिन है; याहवेह ही तुम्हें छठे दिन दो दिन का खाना देते हैं. और सातवें दिन सब अपने-अपने घर पर ही रहें—सातवें दिन कोई भी व्यक्ति अपने घर से बाहर न जाए.”
ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।”
30 इस्राएलियों ने सातवें दिन विश्राम का दिन मानना शुरू किया.
ତେବେ ଲୋକମାନେ ସପ୍ତମ ଦିନରେ ବିଶ୍ରାମ କଲେ।
31 इस्राएलियों ने इस वस्तु को मन्‍ना नाम दिया. यह धनिये के बीज जितना सफेद और स्वाद शहद से बने पुओं के जैसा मीठा था.
ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ “ମାନ୍ନା” ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।
32 फिर मोशेह ने उनसे कहा, “याहवेह की यह आज्ञा है: ‘पीढ़ी से पीढ़ी तक सबको यह बताने और दिखाने के लिए एक ओमेर माप मन्‍ना रख लो ताकि तुम उनको बता सको कि जब मैं ने तुम्हें मिस्र देश से निकालकर लाया तब निर्जन देश में यही खाना खिलाया था.’”
ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ‘ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।’”
33 मोशेह ने अहरोन से कहा, “एक बर्तन में मन्‍ना लेकर याहवेह के सामने रखना ताकि आनेवाली पीढ़ियों के लिए वह यादगार रहे.”
ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”
34 याहवेह के द्वारा मोशेह को दिए गए आदेश के अनुसार अहरोन ने मन्‍ना को वाचा के संदूक के पास रख दिया.
ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ-ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ।
35 इस्राएली मन्‍ना तब तक खाते रहे जब तक उस प्रदेश में नहीं आ गए जहां उन्हें बसना था. वे कनान की सीमा जब तक नहीं पहुंच गए, तब तक उसे खाते रहे.
ଇସ୍ରାଏଲ ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ।
36 (एक माप ओमेर एफाह का दसवां भाग है.)
ଏକ ଓମର ଐଫାର ଦଶମାଂଶ।

< निर्गमन 16 >