< निर्गमन 30 >
1 “धूप जलाने के लिए बबूल की लकड़ी की एक वेदी बनाना.
“ଆଉ ତୁମ୍ଭେ ଧୂପ ଜଳାଇବା ପାଇଁ ଶିଟୀମ୍ କାଷ୍ଠର ଏକ ବେଦି ନିର୍ମାଣ କରିବ।
2 वेदी चौकोर हो, उसकी लंबाई तथा चौड़ाई पैंतालीस-पैंतालीस सेंटीमीटर तथा ऊंचाई नब्बे सेंटीमीटर की हो, उसकी सींग उसी टुकड़े में से बनाए.
ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି, ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।
3 वेदी के अंदर-बाहर, ऊपर-नीचे, चारों ओर सोना लगवाना—सींग में भी सोना लगवाना. इसके चारों ओर तुम सोने की किनारी लगवाना.
ତହିଁର ପୃଷ୍ଠ ଓ ଚାରି ପାର୍ଶ୍ୱ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ୱର୍ଣ୍ଣର କାନ୍ଥି କରିବ।
4 इसकी किनारियों के नीचे सोने के दो-दो कड़े लगवाना. और इसको इन डंडे के द्वारा उठाने के लिए ही दोनों तरफ कड़े लगवाना जो आमने-सामने हो.
ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।
5 डंडे बबूल की लकड़ी से बनाकर उसमें सोना लगाना.
ସେହି ସାଙ୍ଗୀ ଶିଟୀମ୍ କାଷ୍ଠରେ ନିର୍ମାଣ କରି ସ୍ୱର୍ଣ୍ଣରେ ମଡ଼ାଇବ।
6 वेदी को उस पर्दे के सामने रखना, जो साक्षी पट्टिया के संदूक के पास है, अर्थात् करुणासन के आगे जो साक्षी पत्र के ऊपर है, वहीं मैं तुमसे मिला करूंगा.
ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ-ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ ବସ୍ତ୍ରର ଆଗରେ ତାହା ରଖିବ।
7 “अहरोन इसी वेदी पर सुगंधधूप जलाया करे, वह हर रोज सुबह दीये को ठीक करके फिर दिया जलाए.
ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ।
8 अहरोन शाम के समय जब दीयों को जलाए तब धूप भी जलाए; यह धूप याहवेह के सामने पीढ़ी से पीढ़ी तक लगातार जलाया जाए.
ପୁଣି, ସନ୍ଧ୍ୟାକାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପଦାହ ହେବ।
9 तुम उस वेदी पर और किसी प्रकार की धूप न जलाना और न उस पर होमबलि अथवा अन्नबलि चढ़ाना तथा न तुम इस वेदी पर कोई पेय बलि उण्डेलना.
ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ-ନୈବେଦ୍ୟ ଢାଳିବ ନାହିଁ।
10 साल में एक बार अहरोन इस वेदी के सींगों पर प्रायश्चित किया करेगा. वह वर्ष में एक ही बार पीढ़ी से पीढ़ी तक पापबलि के लहू से प्रायश्चित किया करेगा. यह याहवेह के लिए परम पवित्र है.”
ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।”
11 याहवेह ने मोशेह से कहा
ଆଉ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,
12 “जब तुम इस्राएलियों को गिनने लगो, और जिनकी गिनती हो चुकी हो वे अपने लिए याहवेह को प्रायश्चित दें ताकि गिनती करते समय कोई परेशानी न आ जाये.
“ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ।
13 हर एक व्यक्ति, जिसको गिना जा रहा है, वह व्यक्ति पवित्र स्थान की नाप के अनुसार याहवेह के लिए चांदी का आधा शेकेल दे. एक शेकेल बीस गेराह है.
ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।
14 हर एक पुरुष, जो बीस वर्ष से ऊपर का हो चुका है, और जिसकी गिनती की जा रही है, वह याहवेह को भेंट दे.
କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ।
15 जब कभी तुम अपने प्रायश्चित के लिए याहवेह को भेंट दो तब न तो धनी व्यक्ति आधे शेकेल से ज्यादा दे और न गरीब आधे शेकेल से कम दे.
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥେ ସଦାପ୍ରଭୁଙ୍କୁ ସେହି ଉପହାର ଦେବା ସମୟରେ ଧନବାନ ଅର୍ଦ୍ଧ ଶେକଲରୁ ଅଧିକ ଦେବ ନାହିଁ, ପୁଣି, ଦରିଦ୍ର ତହିଁରୁ ଊଣା ଦେବ ନାହିଁ।
16 तुम इस्राएलियों से प्रायश्चित का रुपया लेकर मिलनवाले तंबू के कामों में लेना ताकि यह इस्राएलियों के लिए याहवेह के सामने यादगार बन जाए, और अपने प्राण का प्रायश्चित भी हो जाए.”
ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।”
17 फिर याहवेह ने मोशेह से कहा,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
18 “तुम्हें कांसे की एक हौद भी बनानी होगी. उसका पाया कांसे का बनाना. यह हाथ-पैर धोने के लिए काम में लिया जायेगा. उसे मिलनवाले तंबू और वेदी के बीच में रखकर उसमें पानी भरना.
“ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।
19 अहरोन तथा उसके पुत्र इसी पानी में अपने हाथ एवं पांव धोया करें.
ଆଉ ହାରୋଣ ଓ ତାହାର ପୁତ୍ରଗଣ ତହିଁରେ ଆପଣା ଆପଣା ହସ୍ତ ଓ ପଦ ପ୍ରକ୍ଷାଳନ କରିବେ।
20 जब-जब वे मिलनवाले तंबू में जायें तब-तब वे हाथ-पांव धोकर ही जाएं, और जब वे वेदी के समीप याहवेह की सेवा करने या धूप जलाने जाएं;
ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି,
21 तब वे हाथ-पांव धोकर ही जाएं ऐसा नहीं करने से वे मर जायेंगे. अहरोन एवं उसके वंश को पीढ़ी से पीढ़ी के लिए सदा यही विधि माननी है.”
ଏଥିପାଇଁ ସେମାନେ ଆପଣା ଆପଣା ହସ୍ତ ଓ ପଦ ଧୌତ କରିବେ; ଏହା ତାହାର ଓ ତାହା ବଂଶର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।”
22 और याहवेह ने मोशेह से कहा
ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
23 “तुम उत्तम से उत्तम सुगंध द्रव्य, पवित्र स्थान की माप के अनुसार साढ़े पांच किलो, गन्धरस, पौने तीन किलो सुगंधित दालचीनी, पौने तीन किलो सुगंधित अगर,
“ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚ ଶହ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି, ଅଢ଼ାଇଶତ ଶେକଲ ସୁଗନ୍ଧି,
24 साढ़े पांच किलो दालचीनी तथा पौने चार लीटर जैतून का तेल.
ପାଞ୍ଚ ଶହ ଶେକଲ ଗୁଡ଼ତ୍ୱକ୍ ଓ ଏକ ହିନ୍ ଜୀତ ତୈଳ ସଂଗ୍ରହ କରିବ।
25 इन सबको लेकर अभिषेक का पवित्र तेल तैयार करना, ऐसा कार्य जैसा इत्र बनानेवाले का हो; और यह अभिषेक का पवित्र तेल कहलायेगा.
ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
26 और इसी तेल से मिलनवाले तंबू, साक्षी पत्र के संदूक,
ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ,
27 मेज़ और उसकी सारी चीज़ें, दीया और उसकी सारी चीज़ें, तथा सुगंधधूप वेदी,
ପୁଣି, ମେଜ, ତହିଁର ସକଳ ପାତ୍ର, ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,
28 होमबलि की वेदी, पाए के साथ हौदी का अभिषेक करना.
ଆଉ ଧୂପବେଦି, ତହିଁର ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ।
29 तुम इन सबको पवित्र करना, ताकि ये सब अति पवित्र हो जाएं. जो कोई इनको छुएगा, वह पवित्र हो जाएगा.
ପୁଣି, ଏହିସବୁ ବସ୍ତୁକୁ ପବିତ୍ର କରିବ, ତହିଁରେ ତାହା ମହାପବିତ୍ର ହେବ, ଯାହା କିଛି ତାହା ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
30 “तुम अहरोन एवं उसके पुत्रों को अभिषेक करके पवित्र करना, ताकि वे मेरे पुरोहित होकर मेरी सेवा किया करें.
ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକ କର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ।
31 तुम इस्राएलियों से यह कहना, ‘यह पीढ़ी से पीढ़ी तक मेरे लिए पवित्र अभिषेक का तेल होगा.
ଆଉ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
32 यह किसी भी मनुष्य के शरीर पर न डालना और न ही तुम कभी भी इसके समान कोई और तेल बनाना. यह पवित्र तेल है. यह तुम्हारे लिए पवित्र रहेगा.
ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ।
33 जो कोई उस पवित्र तेल के समान कोई और तेल बनाने की कोशिश करे या उसमें से किसी अन्य व्यक्ति को दे, तो उसे अपने लोगों के बीच से निकाल दिया जाये.’”
ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”
34 फिर याहवेह ने मोशेह से कहा, “तुम गन्धरस, नखी, गन्धाबिरोजा, सुगंध द्रव्य तथा शुद्ध लोबान, ये सब बराबर मात्रा में लेना, और
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର।
35 इन्हें लेकर एक सुगंधधूप बनाना—जैसे लवण के साथ, विशुद्ध तथा पवित्र हवन सामग्री को बनाता है.
ପୁଣି, ତଦ୍ଦ୍ୱାରା ଗନ୍ଧବଣିକର କ୍ରିୟାରେ ପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର।
36 इसमें से छोटा टुकड़ा लेकर बारिक पीसकर थोड़ा मिलनवाले तंबू में साक्षी पत्र के आगे रखना, जहां मैं तुमसे भेंट करूंगा. वह तुम्हारे लिए परम पवित्र होगा.
ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।
37 जो धूप तुम बनाओगे, उसमें अपनी इच्छा से कुछ मिलावट न करना बल्कि इसे याहवेह के लिए पवित्र रखना.
ପୁଣି, ତୁମ୍ଭେ ଯେଉଁ ସୁଗନ୍ଧି ଧୂପ କରିବ, ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆପଣାମାନଙ୍କ ନିମନ୍ତେ କର ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
38 जो कोई धूप के लिए अपनी मर्जी से कुछ भी मिलायेगा तो उसे निकाल दिया जाये.”
ଯେକେହି ଆପଣା ଆଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”