< निर्गमन 35 >

1 मोशेह ने सभी इस्राएलियों से कहा, “जो काम याहवेह ने करने के लिए कहा वह यह है:
ତହିଁ ଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରି କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି।
2 छः दिन तुम काम करना, लेकिन सातवां दिन पवित्र और याहवेह के लिए परम विश्राम का दिन मानना. जो कोई इस दिन काम करते हुए पाया जाए, उसे मार डाला जाए.
ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମବାର ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।
3 किसी भी घर में विश्राम के दिन आग तक न जलाएं.”
ତୁମ୍ଭେମାନେ ବିଶ୍ରାମବାରରେ ଆପଣାମାନଙ୍କ କୌଣସି ବାସ ସ୍ଥାନରେ ଅଗ୍ନି ଜାଳିବ ନାହିଁ।”
4 मोशेह ने सभी इस्राएलियों को कहा, “याहवेह कहते हैं
ଆଉ, ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
5 कि तुम सब मिलकर याहवेह के लिए भेंट लाओ. जो कोई अपनी इच्छा से देना चाहे वे; “सोना, चांदी, कांसे;
ତୁମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉପହାର ସଂଗ୍ରହ କର; ଯେକେହି ସ୍ୱଚ୍ଛନ୍ଦମନା, ସେ ସଦାପ୍ରଭୁଙ୍କ ନିମନ୍ତେ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ,
6 नीले, बैंगनी तथा लाल सूक्ष्म मलमल; बकरे के रोम;
ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର, କ୍ଷୌମସୂତ୍ର ଓ ଛାଗର ଲୋମ,
7 मेढ़े की रंगी हुई लाल खाल; सूंस की खाल बबूल की लकड़ी;
ପୁଣି, ରକ୍ତୀକୃତ ମେଷ ଚର୍ମ, ଶିଶୁକ ଚର୍ମ ଓ ଶିଟୀମ୍‍ କାଷ୍ଠ,
8 दीपक के लिए तेल; अभिषेक का तेल एवं सुगंधधूप के लिए सुगंध द्रव्य;
ପୁଣି, ଦୀପାର୍ଥକ ତୈଳ, ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପାର୍ଥକ ଗନ୍ଧଦ୍ରବ୍ୟ,
9 सुलेमानी गोमेद नाग तथा अन्य नग एफ़ोद तथा सीनाबंद में जड़ने के लिए दें.
ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର, ଏହି ସମସ୍ତ ସଦାପ୍ରଭୁଙ୍କର ଉପହାର ଆଣିବ।
10 “तुममें से जो कुशल कारीगर हैं, वे आये और याहवेह ने जिन चीज़ों को बनाने की आज्ञा दी है, उन चीज़ों को बनाएं:
ଆଉ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ବିଜ୍ଞମନା ଲୋକ ଆସି ସଦାପ୍ରଭୁଙ୍କର ଆଦିଷ୍ଟ ସକଳ ବସ୍ତୁ ନିର୍ମାଣ କରନ୍ତୁ,
11 “तंबू, ओहार समेत निवास उसकी घुंड़ी, उसके लिए आवश्यक तख्ते, बड़े, छड़, खंभे तथा कुर्सियां;
ଅର୍ଥାତ୍‍, ଆବାସ, ତହିଁର ତମ୍ବୁ, ଛାତ, ଆଙ୍କୁଡ଼ା, ପଟା, ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,
12 संदूक, डंडों समेत करुणासन, बीच वाला पर्दा;
ପୁଣି, ସିନ୍ଦୁକ, ତହିଁର ସାଙ୍ଗୀ, ପାପାଚ୍ଛାଦନ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର,
13 मेज़ और उसके सभी सामान और डंडे, भेंट की रोटी;
ପୁଣି, ମେଜ, ତହିଁର ସାଙ୍ଗୀ, ପାତ୍ରସକଳ ଓ ଦର୍ଶନୀୟ ରୁଟି,
14 प्रकाश के लिए दीया, उससे संबंधित पात्र, दीप एवं उनके लिए आवश्यक तेल;
ପୁଣି, ଦୀପ୍ତି ନିମନ୍ତେ ଦୀପବୃକ୍ଷ, ତହିଁର ପାତ୍ର, ପ୍ରଦୀପ ଓ ଦୀପାର୍ଥକ ତୈଳ,
15 धूप वेदी डंडों समेत, अभिषेक का तेल तथा सुगंधधूप; आंगन के प्रवेश द्वार के लिए पर्दा;
ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
16 होमबलि की वेदी और उसकी कांसे की झंझरी, उसके डंडे तथा उसके सामान; कांसे की हौदी,
ପୁଣି, ହୋମବେଦି, ତହିଁର ପିତ୍ତଳ-ଝାଞ୍ଜିରୀ, ସାଙ୍ଗୀ, ପାତ୍ରସକଳ, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି,
17 आंगन के लिए पर्दा, खंभे और कुर्सियां, और आंगन के द्वार का पर्दा;
ପୁଣି, ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ, ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
18 निवास और आंगन दोनों की खूंटियां तथा रस्सियां;
ପୁଣି, ଆବାସର କଣ୍ଟା, ପ୍ରାଙ୍ଗଣର କଣ୍ଟା ଓ ଉଭୟର ରଜ୍ଜୁ,
19 पवित्र स्थान में सेवा के अवसर पर बुने हुए वस्त्र, अहरोन तथा उनके पुत्रों के लिए पवित्र वस्त्र, जो पुरोहित के पद पर कार्य करते समय पहना जायेगा.”
ପୁଣି, ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକ କର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ।”
20 इसके बाद इस्राएल के सारे लोग मोशेह के पास से चले गये.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ସମ୍ମୁଖରୁ ପ୍ରସ୍ଥାନ କଲେ।
21 जिसका मन आनंद से भर गया वे अपनी इच्छा से मिलनवाले तंबू के बनाने के कार्य के लिये और सेवकाई में और पवित्र वस्त्र बनाने के लिए याहवेह के लिए भेंट लाने लगे.
ପୁଣି, ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ବୁ ନିର୍ମାଣ ନିମନ୍ତେ ଓ ତତ୍‍ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।
22 तब वे सभी स्त्री-पुरुष, अपनी इच्छा से अपने-अपने गहने, नथुनी, अंगूठी, कंगन और सोने के गहने लाए और हर एक पुरुष ने याहवेह को सोना भेंट किया.
ପୁଣି, ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେସମସ୍ତେ ଆସି ଉରୋମଣି, କୁଣ୍ଡଳ, ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱର୍ଣ୍ଣର ଉପହାର ଉତ୍ସର୍ଗ କଲେ।
23 हर व्यक्ति, जिसके पास नीले बैंगनी तथा लाल वस्त्र, बकरे के रोम, लाल रंग में रंगी गई मेढ़े की खाल तथा सूंस की खाल थी, सब ले आए.
ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।
24 और जो चांदी तथा कांसे भेंट करना चाहते थे उन्होंने याहवेह के लिए वह दी, जिनके पास बबूल की लकड़ी थी, जो सेवकाई में काम आ सके उन्होंने वही दिया.
ପୁଣି, ଯେ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା; ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍‍ କାଷ୍ଠ ଥିଲା, ସେ ତାହା ଆଣିଲା।
25 प्रत्येक निपुण स्त्रियां अपने हाथों से कात कर जो उनके पास था उसे ले आईं—नीले, बैंगनी तथा लाल सूत और सन,
ବୁଦ୍ଧିମତୀ ସ୍ତ୍ରୀମାନେ ଆପଣା ଆପଣା ହସ୍ତରେ ସୂତା କାଟି ନୀଳ ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ଆଣିଲେ।
26 और जो स्त्रियां इच्छुक थीं और कातने में निपुण थीं, उन्होंने बकरे के रोम के सूत काते.
ପୁଣି, ଯେଉଁ ସ୍ତ୍ରୀମାନଙ୍କର ମନ ଜ୍ଞାନରେ ପ୍ରବୃତ୍ତ ହେଲା, ସେସମସ୍ତେ ଛାଗ ଲୋମର ସୂତା କାଟିଲେ।
27 प्रधान जन सुलेमानी गोमेद और दूसरे वे सारे रत्न जो एफ़ोद और सीनाबंद के लिये थे, वे ले आये.
ପୁଣି, ଅଧ୍ୟକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକାଦି ଖଚନାର୍ଥକ ମଣି,
28 लोग सुगंध द्रव्य और जैतून का तेल दीपकों के लिए, अभिषेक के तेल के लिए तथा सुगंधित धूप बनाने के लिए ले आए.
ଆଉ ଦୀପ ଓ ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ ଓ ତୈଳ ଆଣିଲେ।
29 सभी इस्राएली स्त्री-पुरुष जिनकी इच्छा थी, याहवेह के लिये मोशेह को दी गई आज्ञा के अनुसार सारे कार्य करने के लिये याहवेह के लिए भेंट लाए.
ଇସ୍ରାଏଲ-ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।
30 तब मोशेह ने इस्राएलियों से कहा, “सुनो, याहवेह ने यहूदाह गोत्र से हूर के पौत्र उरी के पुत्र बसलेल को चुना है,
ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, “ଦେଖ, ସଦାପ୍ରଭୁ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଅଛନ୍ତି।
31 और परमेश्वर ने उन्हें अपने आत्मा से प्रवीणता, समझ, बुद्धि और सब कामों की समझ देकर भर दिया है.
ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି
32 ताकि वह सोना, चांदी एवं कांसे पर कलात्मक रचना कर सकें,
ଚିତ୍ର କର୍ମ ଓ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ ଖୋଦନ
33 और जड़ने के उद्देश्य से पत्थर काटने में कुशल तथा लकड़ी के खोदने में बुद्धि से कलाकारी का काम कर सकें.
ଓ ଖଚନାର୍ଥକ ମଣିର କର୍ତ୍ତନ ଓ ନାନା ଶିଳ୍ପକର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କରିଅଛନ୍ତି।
34 याहवेह ने बसलेल तथा दान के गोत्र के अहीसामक के पुत्र ओहोलियाब को दूसरों को सिखाने की शक्ति दी.
ପୁଣି, ଶିକ୍ଷା ଦେବା ପାଇଁ ତାହାର ଓ ଦାନ୍ ବଂଶୀୟ ଅହୀଷାମକର ପୁତ୍ର ଅହଲୀୟାବର ମନରେ ପ୍ରବୃତ୍ତି ଦେଲେ।
35 याहवेह ने उन्हें कौशल से भर दिया है कि वह एक कारीगर के किए जानेवाले सारे कामों को कर सके; खोदने, गढ़ने, नीले, बैंगनी तथा लाल रंग के मलमल पर कशीदाकारी करने और बुनने वाले वस्त्र को नए-नए तरीके से बनाएं.
ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍‍, ଯାବତୀୟ ଶିଳ୍ପକର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।”

< निर्गमन 35 >