< यहोशू 20 >
1 फिर याहवेह ने यहोशू से कहा:
ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ;
2 “इस्राएल वंश से कहो, कि मैंने मोशेह के द्वारा जैसा तुमसे कहा था, कि अपने लिए शरण के शहर बनाओ,
‘ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର।
3 ताकि यदि किसी व्यक्ति से अनजाने में किसी की हत्या हो जाए, तब विरोधियों से अपने आपको बचाने के लिए उस शरण के शहर में जाकर छिप सके.
ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହି ସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।
4 वो व्यक्ति अपनी भूल-चूक को बुजुर्गों को बताए और वे उसे नगर के अंदर ले लें, और उसे ठहरने को जगह दे, ताकि वह उनके साथ रहने लगे.
ଆଉ ତହିଁ ମଧ୍ୟରୁ କୌଣସି ନଗରକୁ ପଳାୟନକାରୀ ଲୋକ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଠିଆ ହୋଇ ନଗରର ପ୍ରାଚୀନମାନଙ୍କ କର୍ଣ୍ଣଗୋଚରରେ ଆପଣାର କଥା କହିବ, ତହୁଁ ସେମାନେ ନଗର ମଧ୍ୟରେ ଆପଣାମାନଙ୍କ ନିକଟକୁ ତାହାକୁ ଆଣି ଆପଣାମାନଙ୍କ ମଧ୍ୟରେ ବାସ କରିବାକୁ ସ୍ଥାନ ଦେବେ।
5 यदि हत्या का विरोधी उसका पीछा करता है, तो वे उस व्यक्ति को विरोधी के हाथ में न छोड़े, क्योंकि उससे यह हत्या जानबूझकर नहीं हुई है, और न उनके बीच कोई दुश्मनी थी.
ପୁଣି ରକ୍ତର ପ୍ରତିହନ୍ତା ତାହା ପଛେ ପଛେ ଗୋଡ଼ାଇଲେ, ସେମାନେ ନରହତ୍ୟାକାରୀକୁ ତାହା ହସ୍ତରେ ସମର୍ପଣ କରିବେ ନାହିଁ; କାରଣ ସେ ଅଜ୍ଞାତସାରରେ ଆପଣା ପ୍ରତିବାସୀକୁ ବଧ କରିଅଛି ଓ ସେ ପୂର୍ବରେ ତାହାକୁ ହିଂସା କରି ନ ଥିଲା।
6 हत्यारा उस नगर में तब तक रह सकता है, जब तक वह सभा में न्याय के लिए खड़ा न हो जाए, या जब तक उस समय के महापुरोहित की मृत्यु न हो जाए. उसके बाद ही वह हत्यारा अपने घर जा सकता है.”
ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ଡଳୀ ସାକ୍ଷାତରେ ଠିଆ ହେବା ଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁୁ ହେବା ଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରେ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ।’”
7 इसके लिए उन्होंने नफताली के पर्वतीय प्रदेश के गलील में केदेश, एफ्राईम के पर्वतीय प्रदेश में शेकेम तथा यहूदिया के पर्वतीय प्रदेश में किरयथ-अरबा, अर्थात् हेब्रोन को शरण के शहर निश्चित किया.
ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ-ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।
8 और यरदन के पार येरीख़ो के पूर्व में रियूबेन के गोत्र के मैदानी निर्जन प्रदेश में बेज़र, गाद के गोत्र के गिलआद के रामोथ तथा मनश्शेह गोत्र के बाशान के गोलान भी चुने गये.
ପୁଣି ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍ ବଂଶର ଗିଲୀୟଦରେ ରାମୋତ୍ ଓ ମନଃଶି ବଂଶର ବାଶନରେ ଗୋଲନ୍ ନିରୂପଣ କଲେ।
9 ये सभी नगर उन इस्राएली तथा विदेशी लोगों के लिए हैं, जिनसे अनजाने में किसी की हत्या हो जाती है, वह यहां आ जाए और सुरक्षित रहें ताकि विरोधी उसको मार न सके, जब तक सभा के सामने खूनी को नहीं लाया जाता तब तक वह व्यक्ति शरण शहर में ही रह सकता है!
କେହି ଭ୍ରାନ୍ତିରେ ନରହତ୍ୟା କଲେ, ମଣ୍ଡଳୀ ସାକ୍ଷାତରେ ଠିଆ ହେବା ପର୍ଯ୍ୟନ୍ତ ସେହି ସ୍ଥାନକୁ ପଳାଇ ଯେପରି ରକ୍ତର ପ୍ରତିହନ୍ତାର ହସ୍ତରେ ନ ମରେ, ଏନିମନ୍ତେ ଇସ୍ରାଏଲ ସନ୍ତାନ ସମସ୍ତଙ୍କ ପାଇଁ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକ ପାଇଁ ଏସବୁ ନଗର ନିରୂପିତ ହେଲା।