< न्यायियों 16 >
1 जब शिमशोन अज्जाह गया हुआ था, वहां उसकी नज़र एक वेश्या पर पड़ी, उसने उसके साथ संबंध बनाए.
ଏଥିଉତ୍ତାରେ ଶାମ୍ଶୋନ୍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା।
2 अज्जावासियों को बताया गया: “शिमशोन यहां आया हुआ है.” यह सुन उन्होंने उस स्थान को घेर लिया और सारी रात नगर के फाटक पर घात लगाए बैठे रहे. सारी रात वे चुपचाप रहे. उनकी योजना थी: “हम सुबह होने का इंतजार करेंगे, और भोर में हम उसकी हत्या कर देंगे.”
ତହିଁରେ ଶାମ୍ଶୋନ୍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା। ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗର-ଦ୍ୱାରରେ ଛକି ବସିଲେ, ପୁଣି ସାରାରାତ୍ରି ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ।
3 शिमशोन आधी रात तक सोता रहा, फिर वह उठा, नगर द्वार के पल्लों को तथा दोनों मीनारों को पकड़ा, उन्हें उनकी छड़ों सहित उखाड़कर अपने कंधों पर रखा और उन्हें उस पहाड़ की चोटी पर ले गया, जो हेब्रोन के सामने है.
ମାତ୍ର ଶାମ୍ଶୋନ୍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗର ଦ୍ୱାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ ଶୃଙ୍ଗକୁ ଘେନିଗଲା।
4 इसके बाद, कुछ समय में उसे सोरेक घाटी की एक स्त्री से प्रेम हो गया, जिसका नाम दलीलाह था.
ଏଉତ୍ତାରେ ସେ ସୋରେକ୍ ଉପତ୍ୟକାରେ ଏକ ସ୍ତ୍ରୀକୁ ପ୍ରେମ କଲା, ତାହାର ନାମ ଦଲୀଲା।
5 फिलिस्तीनी के प्रधान दलीलाह से भेंटकरने आए और उसे आज्ञा दी, “उसे फुसला कर यह मालूम करो कि उसकी इस महान शक्ति का राज़ क्या है, और यह भी कि उसे कैसे बांधा जा सकता है, ताकि उसे वश में किया जाए. यह होने पर हमसे हर एक तुम्हें ग्यारह सौ चांदी के सिक्के देगा.”
ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”
6 दलीलाह ने शिमशोन से पूछा, “कृपया मुझे बताइए, आपकी महान शक्ति का राज़ क्या है, आपको दबाने के लिए किस प्रकार बांधा जा सकता है?”
ତହୁଁ ଦଲୀଲା ଶାମ୍ଶୋନ୍କୁ କହିଲା, “ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ?”
7 शिमशोन ने उसे उत्तर दिया, “यदि वे मुझे सात ऐसी तांतों से बांध दें, जिन्हें सुखाया नहीं गया है, तो मैं निर्बल हो जाऊंगा—किसी भी दूसरे मनुष्य के समान साधारण.”
ତହିଁରେ ଶାମ୍ଶୋନ୍ ତାହାକୁ କହିଲା, “ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୋଟି କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।”
8 फिलिस्तीनी प्रधानों ने सात नई तांतें लाकर दलीलाह को दे दी, जो सुखाई नहीं गई थी. दलीलाह ने शिमशोन को इनसे बांध दिया.
ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୋଟି କଞ୍ଚା ତନ୍ତ ଆଣି ସେହି ସ୍ତ୍ରୀକୁ ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା।
9 उसने एक कमरे में कुछ व्यक्ति घात में बैठा रखे थे. वह चिल्लाई, “शिमशोन, फिलिस्तीनी तुम्हें पकड़ने आ रहे हैं!” किंतु शिमशोन ने उन तांतों को ऐसे तोड़ दिया जैसे आग लगते ही धागा टूट जाता है. उसका बल रहस्य ही बना रहा.
ସେସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ।
10 दलीलाह ने शिमशोन से कहा, “देखिए, आपने मेरे साथ छल किया है. आपने झूठ कहा है. कृपया मुझे बताइए कि आपको किस प्रकार बांधा जा सकता है.”
ଏଥିଉତ୍ତାରେ ଦଲୀଲା ଶାମ୍ଶୋନ୍କୁ କହିଲା, “ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ?”
11 शिमशोन ने उसे उत्तर दिया, “यदि वे मुझे ऐसी रस्सियों से बांधें, जिनका उपयोग पहले किया नहीं गया है, मैं किसी भी अन्य व्यक्ति के समान निर्बल रह जाऊंगा.”
ତହିଁରେ ସେ ତାହାକୁ କହିଲା, “ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକର ସମାନ ହୋଇଯିବି।”
12 तब दलीलाह ने वैसा ही किया. उसने शिमशोन को नई रस्सियों से बांध दिया. यह करने के बाद वह चिल्लाई, “शिमशोन! फिलिस्तीनी तुम्हें पकड़ने आ रहे हैं!” ये लोग कमरे में इसकी प्रतीक्षा ही कर रहे थे. शिमशोन ने अपनी बाहों पर बांधी गई इन रस्सियों को ऐसे तोड़ दिया, मानो उसकी बांहें धागों से बांधी गई हों.
ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, “ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ସେସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ଡେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ଡାଇ ପକାଇଲା।
13 दलीलाह ने शिमशोन से कहा, “अब तक मेरे साथ झूठ और छल ही करते रहे हैं. मुझे बताइए आपको बांधा कैसे जा सकता है.” शिमशोन ने उसे उत्तर दिया, “यदि मेरी सात लटों को बुनकर खूंटी की सहायता से जकड़ दें, तो मैं निर्बल और किसी भी दूसरे व्यक्ति के समान हो जाऊंगा!”
ତେବେ ଦଲୀଲା ଶାମ୍ଶୋନ୍କୁ କହିଲା, “ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ।” ତହିଁରେ ସେ ତାହାକୁ କହିଲା, “ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତ ବେଣୀ ବୁଣିବ, ତେବେ ହୋଇପାରେ।”
14 सो जब शिमशोन सो रहा था, दलीलाह ने उसकी सात लटों को वस्त्र में बुन दिया और उन्हें खूंटी में फंसा दिया. फिर वह चिल्लाई, “शिमशोन आपको पकड़ने के लिए फिलिस्तीनी आ रहे हैं!” शिमशोन नींद से जाग उठा और करघे की खूंटी समेत वस्त्र को खींचकर ले गया.
ତହୁଁ ସେ ତନ୍ତଖୁଣ୍ଟିରେ ତାହା ବାନ୍ଧି ତାହାକୁ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଉଠି ତନ୍ତଖୁଣ୍ଟି ଉପାଡ଼ି ବସ୍ତ୍ର ନେଇ ଚାଲିଗଲା।
15 तब दलीलाह ने शिमशोन से कहा, “यह कैसे संभव है कि आप मुझसे यह कहें, ‘मुझे तुमसे प्रेम है,’ जब आपका हृदय मेरे प्रति सच्चा ही नहीं है? तीन बार आपने मुझसे छल किया है, और मुझसे यह छिपाए रखा है कि आपकी अपार शक्ति का राज़ क्या है.”
ଏଣୁ ସେ ତାହାକୁ କହିଲା, “ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ‘ତୁମ୍ଭେ ମୋତେ ପ୍ରେମ କରୁଅଛ’ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ।”
16 तब वह उसे हर दिन सताने लगी. वह शिमशोन को इतना मजबूर करने लगी कि शिमशोन की नाक में दम आ गया.
ଏହିରୂପେ ସେ ନିତି ନିତି କଥାରେ ତାହାକୁ ଅନୁରୋଧ କରି ଏପରି ବ୍ୟସ୍ତ କଲା ଯେ, ତାହାର ଆତ୍ମା ମରଣ ପାଇଁ ଅସ୍ଥିର ହେଲା।
17 सो शिमशोन ने उसके सामने वह सब प्रकट कर दिया, जो उसके हृदय में था. उसने दलीलाह को बताया, “मैं अपनी माता के गर्भ से परमेश्वर के लिए नाज़ीर हूं. मेरे सिर पर कभी भी उस्तरा नहीं लगाया गया है. यदि उस्तरे से मेरे केश साफ़ कर दिए जाएं, तो मैं निर्बल होकर साधारण मनुष्य समान हो जाऊंगा.”
ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, “ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋʼ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।”
18 जब दलीलाह को यह अहसास हुआ कि शिमशोन ने उस पर अपने हृदय के सारे राज़ बता दिए हैं, उसने फिलिस्तीनी प्रधानों को यह संदेश देते हुए बुलवा लिया, “एक बार और आ जाइए, क्योंकि उसने मुझे सारा राज़ बता दिया है.” तब फिलिस्तीनी प्रधान उसके पास आए और अपने साथ वे सिक्के भी ले आए.
ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ “ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି,” ଏହା କହି ସେମାନଙ୍କୁ ଡାକିଲା। ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ;
19 उसने शिमशोन को अपने घुटनों पर सुला लिया, एक आदमी को बुलवाकर उसकी सात लटों पर उस्तरा चलवा दिया; शक्ति उसमें से जाती रही और दलीलाह उसे अपने वश में करने लगी!
ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।
20 वह चिल्लाई, “शिमशोन, फिलिस्तीनी आपको पकड़ने आ रहे हैं!” वह अपनी नींद से जाग उठा. उसने सोचा, “इसके पहले के अवसरों के समान मैं अब भी एक झटके में स्वयं को आज़ाद कर लूंगा.” किंतु उसे यह मालूम ही न था कि याहवेह उसे छोड़ गए हैं.
ତହୁଁ ସେ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, “ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି।” ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ।
21 फिलिस्तीनी आए और उन्होंने उसे पकड़कर उसकी आंखें निकाल डालीं. वे उसे अज्जाह ले गए और उसे कांसे की बेड़ियों में जकड़ दिया. वह कारागार में चक्की चलाने लगा.
ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା।
22 उसके सिर पर उस्तरा फेरे जाने के बाद अब उसके बाल दोबारा बढ़ने लगे.
ତଥାପି ତାହାର କ୍ଷୌର ହେଲା ଉତ୍ତାରେ ତାହାର ମସ୍ତକର କେଶ ପୁନର୍ବାର ବଢ଼ିବାକୁ ଲାଗିଲା।
23 फिलिस्तीनी प्रधानों ने अपने देवता दागोन के सम्मान में आनंद उत्सव और विशेष बलि का आयोजन किया. उनका विचार था, “हमारे देवता ने हमारे शत्रु शिमशोन को हमारे हाथों में सौंप दिया है.”
ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, “ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍ଶୋନ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
24 जब लोगों ने शिमशोन को देखा, उन्होंने अपने देवता की स्तुति में कहा, “हमारे देवता ने हमारे शत्रु को हमारे वश में कर दिया है, वह हमारे देश को नाश करता रहा, उसने हमारी प्रजा के बहुतों को मार गिराया है.”
ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ। କାରଣ ସେମାନେ କହିଲେ, “ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
25 जब वे इस प्रकार के उल्लास में लीन थे, उन्होंने प्रस्ताव किया, “शिमशोन को बुलवाया जाए कि वह हमारा मनोरंजन करे.” तब उन्होंने कारागार से शिमशोन को बुलवाया और वह उनका मनोरंजन करने लगा. उन्होंने शिमशोन को मीनारों के बीच में खड़ा कर दिया.
ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, “ଶାମ୍ଶୋନ୍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ।” ତହୁଁ ସେମାନେ ଶାମ୍ଶୋନ୍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।
26 वहां शिमशोन ने उस बालक से कहा, जो उसे चलाने के लिए उसका हाथ पकड़ा करता था, “मुझे उन मीनारों को छूने दो, जिन पर यह भवन टिका है, कि मैं उनका टेक ले सकूं.”
ତହୁଁ ଶାମ୍ଶୋନ୍ ଆପଣା ହସ୍ତଧାରୀ ବାଳକକୁ କହିଲା, “ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ନିର୍ଭର ଅଛି, ତାହା ମୋତେ ସ୍ପର୍ଶ କରିବାକୁ ଛାଡ଼ିଦିଅ, ମୁଁ ତହିଁ ଉପରେ ଆଉଜିବି।”
27 इस समय वह भवन स्त्री-पुरुषों से भरा हुआ था, सभी फिलिस्तीनी शासक भी वहीं थे. छत पर लगभग तीन हज़ार स्त्री-पुरुष शिमशोन द्वारा किया जा रहा मनोरंजन का कार्य देख रहे थे.
ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍ଶୋନ୍ର କୌତୁକ ଦେଖୁଥିଲେ।
28 जब शिमशोन ने याहवेह की यह दोहाई दी, “प्रभु याहवेह, कृपा कर मुझे याद कीजिए. परमेश्वर, बस एक ही बार मुझे शक्ति दे दीजिए, कि मैं फिलिस्तीनियों से अपनी दोनो आंखों का बदला ले सकूं.”
ସେତେବେଳେ ଶାମ୍ଶୋନ୍ ସଦାପ୍ରଭୁଙ୍କୁ ଡାକି କହିଲା, “ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହି ଥରକ ମୋତେ ବଳବାନ କର।”
29 शिमशोन ने दो बीच के मीनारों को पकड़ लिया, जिन पर पूरा भवन टिका था. उसने उन्हें मजबूती से जकड़ कर उन पर अपना सारा बोझ डाल दिया. उसका दायां हाथ एक खंभे को तथा बायां हाथ दूसरे को पकड़ा हुआ था.
ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍ଶୋନ୍ ତହିଁର ଗୋଟିଏକୁ ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକୁ ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା।
30 शिमशोन ने विचार किया, “सही होगा कि मेरी मृत्यु फिलिस्तीनियों के साथ ही हो जाए!” वह अपनी पूरी शक्ति लगाकर झुक गया. तब यह हुआ कि वह भवन, प्रधानों और वहां जमा हुआ लोगों पर आ गिरा. इस प्रकार उनकी गिनती, जिनकी हत्या शिमशोन ने स्वयं अपनी मृत्यु के साथ की थी, उनसे अधिक हो गई, जिनकी हत्या शिमशोन ने अपने जीवन भर में की थी.
ପୁଣି ଶାମ୍ଶୋନ୍ କହିଲା, “ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ।” ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା। ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ।
31 तब उसके भाई और उसके पिता के परिवार के सभी सदस्य वहां आ गए और उसे वहां से उठाकर ज़ोराह तथा एशताओल के बीच उसके पिता मानोहा की गुफा की कब्र में ले जाकर रख दिया. शिमशोन ने बीस साल इस्राएल का शासन किया था.
ଏଥିଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରାୟ ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବର ସ୍ଥାନରେ ତାହାକୁ କବର ଦେଲେ। ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।