< लैव्यव्यवस्था 3 >
1 “‘यदि उसकी बलि एक मेल बलि है और यदि वह गाय-बैलों से एक पशु की बलि करता है, चाहे वह नर हो अथवा मादा, तो वह निर्दोष पशु को याहवेह के सामने भेंट करे.
ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।
2 वह अपना हाथ इस बलि के सिर पर रखे और मिलनवाले तंबू के द्वार पर इसका वध करे, फिर अहरोन के पुत्र, जो पुरोहित हैं, इसका रक्त वेदी के चारों ओर छिड़क दें.
ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।
3 मेल बलि के अर्पण द्वारा वह याहवेह को अग्निबलि स्वरूप यह अर्पित करे; अर्थात् वह चर्बी जो आंतों को ढांपती है और वह चर्बी, जो आंतों पर लिपटी हुई है,
ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
4 दोनों गुर्दों के साथ उनकी चर्बी जो कमर पर होती है, तथा कलेजे के ऊपर की झिल्ली, इन्हें वह गुर्दों सहित अलग कर दे.
ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
5 फिर अहरोन के पुत्र इसे वेदी पर अग्निबलि के ऊपर रखकर जलाएं जो आग पर रखी हुई है. यह याहवेह के लिए सुखद-सुगंध की अग्निबलि है.
ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
6 “‘किंतु यदि याहवेह के लिए मेल बलि के रूप में उसकी बलि भेड़-बकरियों में से है, तो वह इसमें से निर्दोष नर अथवा मादा को बलि करे.
ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।
7 यदि वह बलि के लिए एक मेमने को भेंट कर रहा है, तो वह इसे याहवेह को इस प्रकार भेंट करें:
ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;
8 वह इस बलि के सिर पर अपना हाथ रखे और मिलनवाले तंबू के सामने इसका वध करे, अहरोन के पुत्र इसके रक्त को वेदी के चारों ओर छिड़क दें.
ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
9 मेल बलि की बलि से वह याहवेह के लिए अग्निबलि के रूप में यह अर्पित करे: इसकी चर्बी व मोटी पूंछ को वह रीढ़ से अलग करेगा, वह चर्बी जो आंतों को ढांपती है, वह संपूर्ण चर्बी, जो आंतों पर है,
ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
10 दोनों गुर्दे उस चर्बी के साथ जो कमर पर है तथा कलेजे के ऊपर की झिल्ली जिसे वह गुर्दों सहित अलग करेगा.
ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
11 फिर पुरोहित इसे वेदी पर अग्नि में आहार स्वरूप जलाए. यह याहवेह के लिए अग्निबलि है.
ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।
12 “‘यदि वह बलि में एक बकरी भेंट कर रहा है, तो वह इसे याहवेह के सामने भेंट करे,
ଆଉ, କେହି ଯଦି ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ,
13 वह अपना हाथ इसके सिर पर रखे और मिलनवाले तंबू के सामने इसका वध करे, अहरोन के पुत्र इसके रक्त को वेदी के चारों ओर छिड़क दें.
ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
14 इसमें से वह याहवेह के लिए अग्निबलि के रूप में ये प्रस्तुत करे: वह चर्बी जो आंतों को ढांपती है, वह पूरी चर्बी जो आंतों पर है,
ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
15 दोनों गुर्दे उस चर्बी के साथ जो कमर पर है, तथा कलेजे के ऊपर की झिल्ली जिसे वह गुर्दों सहित अलग करेगा.
ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
16 फिर पुरोहित इसे वेदी पर आहार स्वरूप, जलते हुए धुएं में भेंट करे; सुखद-सुगंध के लिए एक अग्निबलि. पूरी चर्बी याहवेह की है.
ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।
17 “‘यह तुम्हारी पीढ़ियों तथा तुम्हारे निवासों में एक हमेशा की विधि है, तुम चर्बी को और रक्त को कभी न खाओगे.’”
ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”