< गिनती 29 >
1 “‘पहले महीने की पहली तारीख पर तुम पवित्र सभा आयोजित करोगे. इस दिन तुम कोई भी मेहनत न करोगे. यह वह दिन होगा, जिसे तुम तुरही बजाने के लिए प्रयोग करोगे.
“ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।
2 तुम याहवेह को सुखद-सुगंध भेंट करने के लिए यह होमबलि भेंट करोगे: एक बछड़ा, एक मेढ़ा तथा सात एक वर्ष के निर्दोष मेमने.
ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ;
3 इनके अलावा उनकी अन्नबलि भी; तेल मिला हुआ मैदा; बछड़ों के साथ ढाई किलो, मेढ़े के साथ दो किलो;
ଆଉ ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
4 तथा हर एक मेमने के साथ एक-एक किलो तेल मिला हुआ मैदा,
ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;
5 साथ में अपने प्रायश्चित के लिए पापबलि में एक बकरा.
ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ।
6 नए चांद के लिए होमबलि तथा इससे संबंधित अन्नबलि के लिए नियमित होमबलि तथा अन्नबलि तथा उससे संबंधित पेय बलियां, जैसा उनके विषय में याहवेह ने आज्ञा दी थी, वैसे भेंट किए जाएं.
ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ।
7 “‘इसी महीने की दसवीं तारीख पर तुम एक पवित्र सभा आयोजित करोगे; तुम स्वयं को नम्र करोगे, तुम किसी प्रकार की मेहनत नहीं करोगे.
ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ;
8 सुखद-सुगंध के लिए तुम याहवेह के लिए यह होमबलि भेंट करोगे: एक बछड़ा, एक मेढ़ा तथा एक वर्ष के सात निर्दोष मेमने.
ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;
9 उनके साथ अन्नबलि होगी: तेल मिला हुआ मैदा; बछड़े के साथ ढाई किलो, मेढ़े के साथ दो किलो;
ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
10 तथा हर एक मेमने के साथ एक-एक किलो मैदा.
ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;
11 प्रायश्चित के लिए पापबलि, नियमित होमबलि तथा अन्नबलि एवं पेय बलियां के अलावा पापबलि के लिए एक बकरा भी भेंट किया जाए.
ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
12 “‘इसके बाद सातवें महीने की पन्द्रहवीं तारीख पर तुम एक पवित्र सभा आयोजित करोगे. तुम इसमें कोई भी मेहनत न करोगे, और याहवेह के लिए सात दिन उत्सव मनाओगे.
ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।
13 तुम याहवेह के लिए सुखद-सुगंध के लिए आग के द्वारा यह होमबलि भेंट करो: तेरह बछड़े, दो मेढ़े, चौदह एक वर्ष के निर्दोष मेमने.
ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।
14 उन तेरह बछड़ों के साथ यह अन्नबलि होगी: तेल मिला हुआ मैदा ढाई किलो, मेढ़े के साथ तेल मिला हुआ मैदा दो किलो,
ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ
15 तथा हर एक मेमने के साथ एक-एक किलो तेल मिला हुआ मैदा.
ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;
16 नियमित होमबलि, अन्नबलि तथा पेय बलि के अलावा पापबलि के लिए एक बकरा भेंट किया जाए.
ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
17 “‘इसके बाद अगले दिन पशुओं में से बारह बछड़े, दो मेढ़े, एक वर्ष के चौदह निर्दोष मेमने.
ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
18 इनके अलावा अन्नबलि और पेय बलि चढ़ाना; जो बछड़ों, मेढ़ों तथा मेमनों के लिए उनकी संख्या के अनुरूप, नियम के अनुसार हो.
ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
19 तथा नियमित होमबलि के अलावा पापबलि के लिए एक बकरा तथा इसके साथ अन्नबलि तथा उनकी पेय बलियां.
ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
20 “‘तीसरे दिन ग्यारह बछड़े, दो मेढ़े, एक वर्ष के चौदह निर्दोष मेमने.
ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
21 इनके अलावा अन्नबलि और पेय बलि चढ़ाना जो बछड़ों, मेढ़ों तथा मेमनों के साथ उनकी संख्या के अनुरूप, नियम के अनुसार हो.
ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
22 तथा नियमित होमबलि के अलावा पापबलि के लिए एक बकरा तथा इसके लिए अन्नबलि तथा उनकी पेय बलियां.
ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
23 “‘चौथे दिन दस बछड़े, दो मेढ़े, एक वर्ष के चौदह निर्दोष मेमने.
ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକ ବର୍ଷୀୟ ଚଉଦ ମେଷବତ୍ସ,
24 इनके अलावा अन्नबलि और पेय बलि चढ़ाना जो बछड़ों, मेढ़ों तथा मेमनों के साथ उनकी संख्या के अनुरूप, नियम के अनुसार हो.
ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
25 नियमित होमबलि, अन्नबलि तथा पेय बलि के अलावा पापबलि के लिए एक बकरा भेंट किया जाए.
ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
26 “‘पांचवें दिन नौ बछड़े, दो मेढ़े, एक वर्ष के चौदह निर्दोष मेमने.
ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
27 इनके अलावा अन्नबलि और पेय बलि चढ़ाना जो बछड़ों, मेढ़ों तथा मेमनों के साथ उनकी संख्या के अनुरूप, नियम के अनुसार हो.
ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
28 नियमित होमबलि तथा अन्नबलि तथा पेय बलि के अलावा एक बकरा पापबलि के लिए चढ़ाया जाएगा.
ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
29 “‘छठवें दिन आठ बछड़े, दो मेढ़े, एक वर्ष के चौदह निर्दोष मेमने.
ଆଉ ଷଷ୍ଠ ଦିନରେ ନିଖୁନ୍ତ ଆଠ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
30 इनके अलावा अन्नबलि और पेय बलि चढ़ाना जो बछड़ों, मेढ़ों तथा मेमनों के साथ उनकी संख्या के अनुरूप, नियम के अनुसार हो.
ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
31 तथा नियमित होमबलि के अलावा पापबलि के लिए एक बकरा तथा इसके लिए अन्नबलि तथा उनकी पेय बलियां.
ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
32 “‘सातवें दिन सात बछड़े दो मेढ़े, एक वर्ष के चौदह निर्दोष मेमने.
ଆଉ ସପ୍ତମ ଦିନରେ ନିଖୁନ୍ତ ସାତ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
33 इनके अलावा अन्नबलि और पेय बलि चढ़ाना जो बछड़ों, मेढ़ों तथा मेमनों के साथ उनकी संख्या के अनुरूप, नियम के अनुसार हो.
ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
34 तथा नियमित होमबलि के अलावा पापबलि के लिए एक बकरा तथा इसके लिए अन्नबलि तथा उनकी पेय बलियां.
ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
35 “‘आठवें दिन तुम एक पवित्र सभा आयोजित करोगे. इस दिन तुम कोई भी मेहनत न करोगे.
ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
36 किंतु तुम होमबलि, आग के द्वारा भेंट बलि चढ़ाओगे, जो याहवेह के लिए सुखद-सुगंध होगी: एक बछड़ा, एक मेढ़ा, एक वर्ष के, निर्दोष सात मेमने.
ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ,
37 बछड़े, मेढ़े तथा मेमनों के साथ उनकी संख्या के अनुसार उनकी अन्नबलि तथा उनकी पेय बलि.
ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
38 नियमित होमबलि तथा अन्नबलि तथा पेय बलि के अलावा एक बकरा पापबलि के लिए चढ़ाया जाएगा.
ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
39 “‘ठहराए गए अवसरों पर तुम ये सब याहवेह के सामने प्रस्तुत करोगे. तुम्हारी संकल्प की गई तथा स्वेच्छा बलियों के अलावा तुम्हारी होमबलियां, अग्निबलियां, पेय बलियां तथा मेल बलियां भी चढ़ाना होंगे.’”
ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ, ସ୍ୱେଚ୍ଛାଦତ୍ତ ଉପହାର ସମ୍ବନ୍ଧୀୟ ତୁମ୍ଭମାନଙ୍କ ହୋମବଳି, ତୁମ୍ଭମାନଙ୍କ ଭକ୍ଷ୍ୟ ନୈବେଦ୍ୟ, ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ବ୍ୟତୀତ ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”
40 मोशेह ने यह सब याहवेह द्वारा उन्हें दी गई आज्ञा के अनुसार इस्राएल के घराने पर प्रकट कर दिया.
ସଦାପ୍ରଭୁ ମୋଶାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଲେ, ମୋଶା ସେହି ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ।