< प्रकाशित वाक्य 21 >
1 तब मैंने एक नया स्वर्ग और एक नई पृथ्वी देखी, अब पहले का स्वर्ग और पहले की पृथ्वी का अस्तित्व न रहा था. समुद्र का अस्तित्व भी न रहा था.
ପରେ “ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ” ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।
2 तब मैंने पवित्र नगरी, नई येरूशलेम को स्वर्ग से, परमेश्वर की ओर से उतरते हुए देखा. वह अपने वर के लिए खुबसूरती से सजाई गई वधू के जैसे सजी थी.
ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।
3 तब मैंने सिंहासन से एक ऊंचे शब्द में यह कहते सुना, “देखो! मनुष्यों के बीच में परमेश्वर का निवास! अब परमेश्वर उनके बीच निवास करेंगे. वे उनकी प्रजा होंगे तथा स्वयं परमेश्वर उनके बीच होंगे.
ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
4 परमेश्वर उनकी आंखों से हर एक आंसू पोंछ देंगे. अब से मृत्यु मौजूद न रहेगी. अब न रहेगा विलाप, न रोना और न पीड़ा क्योंकि जो पहली बातें थी, अब वे न रहीं.”
ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।
5 उन्होंने, जो सिंहासन पर विराजमान हैं, कहा, “देखो! अब मैं नई सृष्टि की रचना कर रहा हूं!” तब उन्होंने मुझे संबोधित करते हुए कहा, “लिखो, क्योंकि जो कुछ कहा जा रहा है, सच और विश्वासयोग्य है.”
ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ।
6 तब उन्होंने आगे कहा, “सब पूरा हो चुका! मैं ही अल्फ़ा और ओमेगा हूं—आदि तथा अंत. मैं उसे, जो प्यासा है, जीवन-जल के सोतों से मुफ्त में पीने को दूंगा.
ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ।
7 जो विजयी होगा, उसे यह उत्तराधिकार प्राप्त होगा: मैं उसका परमेश्वर होऊंगा, और वह मेरी संतान.
ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।
8 किंतु डरपोकों, अविश्वासियों, भ्रष्टों, हत्यारों, व्यभिचारियों, टोन्हों, मूर्तिपूजकों और सभी झूठ बोलने वालों का स्थान उस झील में होगा, जो आग तथा गंधक से धधकती रहती है. यही है दूसरी मृत्यु.” (Limnē Pyr )
କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ। (Limnē Pyr )
9 तब जिन सात स्वर्गदूतों के पास सात अंतिम विपत्तियों से भरे सात कटोरे थे, उनमें से एक ने मेरे पास आकर मुझसे कहा, “आओ, मैं तुम्हें वधू—मेमने की पत्नी दिखाऊं.”
ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି।
10 तब वह मुझे मेरी आत्मा में ध्यानमग्न अवस्था में एक बड़े पहाड़ के ऊंचे शिखर पर ले गया और मुझे परमेश्वर की ओर से स्वर्ग से उतरता हुआ पवित्र नगर येरूशलेम दिखाया.
ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ୍ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମ ସହରକୁ ଦେଖାଇଲେ, ତାହା ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରୁଥିଲା ଏବଂ ଈଶ୍ବରଙ୍କ ଗୌରବ ବିଶିଷ୍ଟ ଥିଲା;
11 परमेश्वर की महिमा से सुसज्जित उसकी आभा पारदर्शी स्फटिक जैसे बेशकीमती रत्न सूर्यकांत के समान थी.
ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି।
12 नगर की शहरपनाह ऊंची तथा विशाल थी. उसमें बारह द्वार थे तथा बारहों द्वारों पर बारह स्वर्गदूत ठहराए गए थे. उन द्वारों पर इस्राएल के बारह गोत्रों के नाम लिखे थे.
ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି।
13 तीन द्वार पूर्व दिशा की ओर, तीन उत्तर की ओर, तीन दक्षिण की ओर तथा तीन पश्चिम की ओर थे.
ପୂର୍ବରେ ତିନି ଦ୍ୱାର, ଉତ୍ତରରେ ତିନି ଦ୍ୱାର, ଦକ୍ଷିଣରେ ତିନି ଦ୍ୱାର ଓ ପଶ୍ଚିମରେ ତିନି ଦ୍ୱାର।
14 नगर की शहरपनाह की बारह नीवें थी. उन पर मेमने के बारहों प्रेरितों के नाम लिखे थे.
ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ ଥିଲା, ସେହିସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି।
15 जो स्वर्गदूत, मुझे संबोधित कर रहा था, उसके पास नगर, उसके द्वार तथा उसकी शहरपनाह को मापने के लिए सोने का एक मापक-दंड था.
ଯେ ମୋ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ୱାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା।
16 नगर की संरचना वर्गाकार थी—उसकी लंबाई उसकी चौड़ाई के बराबर थी. उसने नगर को इस मापदंड से मापा. नगर 2,220 किलोमीटर लंबा, इतना ही चौड़ा और इतना ही ऊंचा था.
ନଗରୀଟି ଚାରିକୋଣିଆ, ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ; ସେ ସେହି ନଳରେ ନଗରୀକୁ ମାପନ୍ତେ ବାର ହଜାର ତୀର ହେଲା; ସେଥିର ଦୈର୍ଘ୍ୟ, ପ୍ରସ୍ଥ ଓ ଉଚ୍ଚତା।
17 तब उसने शहरपनाह को मापा. वह सामान्य मानवीय मापदंड के अनुसार पैंसठ मीटर थी. यही माप स्वर्गदूत का भी था.
ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣ ଅନୁସାରେ ଏକ ଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣ ଅନୁସାରେ ମାପୁଥିଲେ।
18 शहरपनाह सूर्यकांत मणि की तथा नगर शुद्ध सोने का बना था, जिसकी आभा निर्मल कांच के समान थी.
ସେହି ପ୍ରାଚୀର ସୂର୍ଯ୍ୟକାନ୍ତ ମଣି ନିର୍ମିତ, ପୁଣି, ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ।
19 शहरपनाह की नींव हर एक प्रकार के कीमती पत्थरों से सजायी गयी थी: पहला पत्थर था सूर्यकांत, दूसरा नीलकांत, तीसरा स्फटिक, चौथा पन्ना
ନଗରୀର ପ୍ରାଚୀରର ଭିତ୍ତିମୂଳ ସମସ୍ତ ପ୍ରକାର ବହୁମୂଲ୍ୟ ମଣିରେ ଭୂଷିତ। ପ୍ରଥମ ଭିତ୍ତିମୂଳ ହୀରକର, ଦ୍ୱିତୀୟ ନୀଳକାନ୍ତ ମଣିର, ତୃତୀୟ ବୈଦୁର୍ଯ୍ୟ ମଣିର, ଚତୁର୍ଥ ମରକତ ମଣିର,
20 पांचवां गोमेद, छठा माणिक्य, सातवां स्वर्णमणि; आठवां हरितमणि; नवां पुखराज; दसवां चन्द्रकांत; ग्यारहवां धूम्रकांत और बारहवां नीलम.
ପଞ୍ଚମ ପୁଲକ ମଣିର, ଷଷ୍ଠ ମାଣିକ୍ୟ ମଣିର, ସପ୍ତମ ପୁଷ୍ପରାଗ ମଣିର, ଅଷ୍ଟମ ଫିରୋଜ୍ ମଣିର, ନବମ ଗୋମେଦକ ମଣିର, ଦଶମ ଲଶୁନୀୟ ମଣିର, ଏକାଦଶ ଇନ୍ଦ୍ରନୀଳ ମଣିର ଓ ଦ୍ୱାଦଶ ସୁଗନ୍ଧ ମଣିର।
21 नगर के बारहों द्वार बारह मोती थे—हर एक द्वार एक पूरा मोती था तथा नगर का प्रधान मार्ग शुद्ध सोने का बना था, जिसकी आभा निर्मल कांच के समान थी.
ଦ୍ୱାଦଶ ଦ୍ୱାର ଦ୍ୱାଦଶ ମୁକ୍ତା, ପ୍ରତ୍ୟେକ ଦ୍ୱାର ଗୋଟିଏ ଗୋଟିଏ ମୁକ୍ତାରେ ନିର୍ମିତ; ଆଉ ନଗରୀର ପଥ ସ୍ୱଚ୍ଛ କାଚ ସଦୃଶ ଶୁଦ୍ଧ ସୁବର୍ଣ୍ଣ ନିର୍ମିତ।
22 इस नगर में मुझे कोई मंदिर दिखाई न दिया क्योंकि स्वयं सर्वशक्तिमान प्रभु परमेश्वर और मेमना इसका मंदिर हैं.
ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି।
23 नगर को रोशनी देने के लिए न तो सूर्य की ज़रूरत है न चंद्रमा की क्योंकि परमेश्वर का तेज उसे उजियाला देता है तथा स्वयं मेमना इसका दीपक है.
ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।
24 राष्ट्र उसकी रोशनी में वास करेंगे तथा पृथ्वी के राजा इसमें अपना वैभव ले आएंगे.
ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ।
25 दिन की समाप्ति पर नगर द्वार कभी बंद न किए जाएंगे क्योंकि रात यहां कभी होगी ही नहीं.
ସେଥିର ଦ୍ୱାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ।
26 सभी राष्ट्रों का वैभव और आदर इसमें लाया जाएगा.
ଲୋକେ ଜାତିସମୂହର ଐଶ୍ୱର୍ଯ୍ୟ ଓ ମହିମା ତାହା ମଧ୍ୟକୁ ଆଣିବେ।
27 कोई भी अशुद्ध वस्तु इस नगर में न तो प्रवेश हो सकेगी और न ही वह, जिसका स्वभाव लज्जास्पद और बातें झूठ से भरी है, इसमें प्रवेश वे ही कर पाएंगे, जिनके नाम मेमने की जीवन-पुस्तक में लिखे हैं.
କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।