< 2 शमूएल 20 >

1 वहाँ संयोग से शेबा नामक एक बिन्यामीनी था, वह ओछा पुरुष बिक्री का पुत्र था; वह नरसिंगा फूँककर कहने लगा, “दाऊद में हमारा कुछ अंश नहीं, और न यिशै के पुत्र में हमारा कोई भाग है; हे इस्राएलियों, अपने-अपने डेरे को चले जाओ!”
ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”
2 इसलिए सब इस्राएली पुरुष दाऊद के पीछे चलना छोड़कर बिक्री के पुत्र शेबा के पीछे हो लिए; परन्तु सब यहूदी पुरुष यरदन से यरूशलेम तक अपने राजा के संग लगे रहे।
ତହିଁରେ ସମଗ୍ର ଇସ୍ରାଏଲ ଲୋକ ଦାଉଦଙ୍କର ପଶ୍ଚାତ୍‍ଗମନରୁ ଫେରି ବିଖ୍ରିିର ପୁତ୍ର ଶେବଃର ପଶ୍ଚାତ୍‍ଗମନ କଲେ; ମାତ୍ର ଯର୍ଦ୍ଦନଠାରୁ ଯିରୂଶାଲମ ପର୍ଯ୍ୟନ୍ତ ଯିହୁଦା-ଲୋକମାନେ ଆପଣା ରାଜାଙ୍କଠାରେ ଆସକ୍ତ ରହିଲେ।
3 तब दाऊद यरूशलेम को अपने भवन में आया; और राजा ने उन दस रखैलों को, जिन्हें वह भवन की चौकसी करने को छोड़ गया था, अलग एक घर में रखा, और उनका पालन-पोषण करता रहा, परन्तु उनसे सहवास न किया। इसलिए वे अपनी-अपनी मृत्यु के दिन तक विधवापन की सी दशा में जीवित ही बन्द रहीं।
ଏଉତ୍ତାରେ ଦାଉଦ ଯିରୂଶାଲମର ଆପଣା ପ୍ରାସାଦକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପତ୍ନୀଙ୍କୁ ପ୍ରାସାଦ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହିତ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବିଧବା ପରି ରହିଲେ।
4 तब राजा ने अमासा से कहा, “यहूदी पुरुषों को तीन दिन के भीतर मेरे पास बुला ला, और तू भी यहाँ उपस्थित रहना।”
ଏଉତ୍ତାରେ ରାଜା ଅମାସାଙ୍କୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋʼ ଠାରେ ଏକତ୍ର କର ଓ ତୁମ୍ଭେ ମଧ୍ୟ ଉପସ୍ଥିତ ହୁଅ।”
5 तब अमासा यहूदियों को बुलाने गया; परन्तु उसके ठहराए हुए समय से अधिक रह गया।
ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ରାଜାଙ୍କ ଦତ୍ତ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା।
6 तब दाऊद ने अबीशै से कहा, “अब बिक्री का पुत्र शेबा अबशालोम से भी हमारी अधिक हानि करेगा; इसलिए तू अपने प्रभु के लोगों को लेकर उसका पीछा कर, ऐसा न हो कि वह गढ़वाले नगर पाकर हमारी दृष्टि से छिप जाए।”
ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ଓ ସୈନ୍ୟମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀର-ବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।”
7 तब योआब के जन, और करेती और पलेती लोग, और सब शूरवीर उसके पीछे हो लिए; और बिक्री के पुत्र शेबा का पीछा करने को यरूशलेम से निकले।
ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ଯିରୂଶାଲମରୁ ବାହାରି ବିଖ୍ରିିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ।
8 वे गिबोन में उस भारी पत्थर के पास पहुँचे ही थे, कि अमासा उनसे आ मिला। योआब तो योद्धा का वस्त्र फेंटे से कसे हुए था, और उस फेंटे में एक तलवार उसकी कमर पर अपनी म्यान में बंधी हुई थी; और जब वह चला, तब वह निकलकर गिर पड़ी।
ସେମାନେ ଗିବୀୟୋନ୍‍ସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ନିକଟକୁ ଆସିଲେ। ସେହି ସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା।
9 तो योआब ने अमासा से पूछा, “हे मेरे भाई, क्या तू कुशल से है?” तब योआब ने अपना दाहिना हाथ बढ़ाकर अमासा को चूमने के लिये उसकी दाढ़ी पकड़ी।
ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।
10 १० परन्तु अमासा ने उस तलवार की कुछ चिन्ता न की जो योआब के हाथ में थी; और उसने उसे अमासा के पेट में भोंक दी, जिससे उसकी अंतड़ियाँ निकलकर धरती पर गिर पड़ीं, और उसने उसको दूसरी बार न मारा; और वह मर गया। तब योआब और उसका भाई अबीशै बिक्री के पुत्र शेबा का पीछा करने को चले।
ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।
11 ११ और उसके पास योआब का एक जवान खड़ा होकर कहने लगा, “जो कोई योआब के पक्ष और दाऊद की ओर का हो वह योआब के पीछे हो ले।”
ଏଥିମଧ୍ୟରେ ଯୋୟାବର ଜଣେ ଲୋକ ତାହା ନିକଟରେ ଠିଆ ହୋଇ କହିଲା, “ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।”
12 १२ अमासा सड़क के मध्य अपने लहू में लोट रहा था। जब उस मनुष्य ने देखा कि सब लोग खड़े हो गए हैं, तब अमासा को सड़क पर से मैदान में उठा ले गया, क्योंकि देखा कि जितने उसके पास आते हैं वे खड़े हो जाते हैं, तब उसने उसके ऊपर एक कपड़ा डाल दिया।
ସେସମୟରେ ଅମାସା ରାସ୍ତା ମଧ୍ୟରେ ଆପଣା ରକ୍ତରେ ଲଟ୍‍ପଟ୍‍ ହୋଇ ପଡ଼ିଥିଲା। ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାଙ୍କୁ ରାସ୍ତାରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇଦେଲା।
13 १३ उसके सड़क पर से सरकाए जाने पर, सब लोग बिक्री के पुत्र शेबा का पीछा करने को योआब के पीछे हो लिए।
ଅମାସା ରାସ୍ତାରୁ ବାହର କରାଯାʼନ୍ତେ, ସମସ୍ତ ଲୋକ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ।
14 १४ शेबा सब इस्राएली गोत्रों में होकर आबेल और बेतमाका और बैरियों के देश तक पहुँचा; और वे भी इकट्ठे होकर उसके पीछे हो लिए।
ଏଉତ୍ତାରେ ଯୋୟାବ ଇସ୍ରାଏଲର ସମସ୍ତ ବଂଶ ମଧ୍ୟଦେଇ ଆବେଲ୍‍ ଓ ବେଥ୍‍ମାଖା ଓ ସମସ୍ତ ବେରୀମ୍‍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ।
15 १५ तब योआब के जनों ने उसको आबेल्वेत्माका में घेर लिया; और नगर के सामने एक टीला खड़ा किया कि वह शहरपनाह से सट गया; और योआब के संग के सब लोग शहरपनाह को गिराने के लिये धक्का देने लगे।
ପୁଣି ସେମାନେ ଆସି ବେଥ୍‍-ମାଖାସ୍ଥିତ ଆବେଲ୍‍ରେ ଶେବଃଙ୍କୁ ଆକ୍ରମଣ କଲେ ଓ ନଗର ନିକଟରେ ଓ ଗଡ଼-ପାଚେରୀ ନିକଟରେ ଏକ ଢିପିନିର୍ମିତ ହେଲା; ତହିଁରେ ଯୋୟାବର ସହିତ ଥିବା ସମସ୍ତ ସୈନ୍ୟ ପାଚେରୀ ଭୂମିସାତ୍‍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ।
16 १६ तब एक बुद्धिमान स्त्री ने नगर में से पुकारा, “सुनो! सुनो! योआब से कहो, कि यहाँ आए, ताकि मैं उससे कुछ बातें करूँ।”
ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, “ଶୁଣ, ଶୁଣ! ମୁଁ ବିନୟ କରୁଅଛି, ଯୋୟାବକୁ ଏହି ସ୍ଥାନକୁ ଆସିବାକୁ କୁହ, ଯେପରି ମୁଁ ତାଙ୍କ ସହିତ କଥାବାର୍ତ୍ତା କରିପାରେ।”
17 १७ जब योआब उसके निकट गया, तब स्त्री ने पूछा, “क्या तू योआब है?” उसने कहा, “हाँ, मैं वही हूँ।” फिर उसने उससे कहा, “अपनी दासी के वचन सुन।” उसने कहा, “मैं सुन रहा हूँ।”
ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, “ଆପଣ କʼଣ ଯୋୟାବ?” ସେ ଉତ୍ତର କଲା, “ହଁ।” ତେବେ ସେ ସ୍ତ୍ରୀ ତାହାକୁ କହିଲା, “ଆପଣା ଦାସୀର କଥା ଶୁଣନ୍ତୁ।” ସେ ଉତ୍ତର କଲା, “ମୁଁ ଶୁଣୁଅଛି।”
18 १८ वह कहने लगी, “प्राचीनकाल में लोग कहा करते थे, ‘आबेल में पूछा जाए,’ और इस रीति झगड़े को निपटा देते थे।
ତହୁଁ ସେ କହିଲା, “ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ‘ଲୋକେ ଆବେଲ୍‍ରେ ଅବଶ୍ୟ ପରାମର୍ଶ ପଚାରିବେ,’ ଆଉ ଏହିରୂପେ କାର୍ଯ୍ୟ ସମାପ୍ତ ହେବ।
19 १९ मैं तो मेल मिलापवाले और विश्वासयोग्य इस्राएलियों में से हूँ; परन्तु तू एक प्रधान नगर नष्ट करने का यत्न करता है; तू यहोवा के भाग को क्यों निगल जाएगा?”
ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ?”
20 २० योआब ने उत्तर देकर कहा, “यह मुझसे दूर हो, दूर, कि मैं निगल जाऊँ या नष्ट करूँ!
ଏଥିରେ ଯୋୟାବ ଉତ୍ତର କରି କହିଲା, “ଏହା ଦୂର ହେଉ, ମୁଁ ଯେ ଗ୍ରାସ କରିବି କି ବିନାଶ କରିବି, ତାହା ମୋʼ ଠାରୁ ଦୂର ହେଉ।
21 २१ बात ऐसी नहीं है। शेबा नामक एप्रैम के पहाड़ी देश का एक पुरुष जो बिक्री का पुत्र है, उसने दाऊद राजा के विरुद्ध हाथ उठाया है; अतः तुम लोग केवल उसी को सौंप दो, तब मैं नगर को छोड़कर चला जाऊँगा।” स्त्री ने योआब से कहा, “उसका सिर शहरपनाह पर से तेरे पास फेंक दिया जाएगा।”
କଥା ସେପରି ନୁହେଁ; ମାତ୍ର ବିଖ୍ରିିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାଙ୍କୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି।” ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, “ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ।”
22 २२ तब स्त्री अपनी बुद्धिमानी से सब लोगों के पास गई। तब उन्होंने बिक्री के पुत्र शेबा का सिर काटकर योआब के पास फेंक दिया। तब योआब ने नरसिंगा फूँका, और सब लोग नगर के पास से अलग-अलग होकर अपने-अपने डेरे को गए और योआब यरूशलेम को राजा के पास लौट गया।
ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା। ତହୁଁ ଲୋକମାନେ ବିଖ୍ରିିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ। ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ଗଲେ। ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ ନିକଟକୁ ଫେରିଗଲା।
23 २३ योआब तो समस्त इस्राएली सेना के ऊपर प्रधान रहा; और यहोयादा का पुत्र बनायाह करेतियों और पलेतियों के ऊपर था;
ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା।
24 २४ और अदोराम बेगारों के ऊपर था; और अहीलूद का पुत्र यहोशापात इतिहास का लेखक था;
ଆଉ ଅଦୋନୀରାମ୍‍ ବେଠିକର୍ମକାରୀଙ୍କ ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ,
25 २५ और शवा मंत्री था; और सादोक और एब्यातार याजक थे;
ଶିବା ଲେଖକ ଥିଲା; ପୁଣି ସାଦୋକ ଓ ଅବୀୟାଥର ଯାଜକ ଥିଲେ;
26 २६ और याईरी ईरा भी दाऊद का एक मंत्री था।
ପୁଣି ଯାୟୀରୀୟ ଈରା ମଧ୍ୟ ଦାଉଦଙ୍କର ଯାଜକ ଥିଲା।

< 2 शमूएल 20 >