< दानिय्येल 1 >

1 यहूदा के राजा यहोयाकीम के राज्य के तीसरे वर्ष में बाबेल के राजा नबूकदनेस्सर ने यरूशलेम पर चढ़ाई करके उसको घेर लिया।
ଯିହୁଦାର ରାଜା ଯିହୋୟାକୀମ୍‍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା।
2 तब परमेश्वर ने यहूदा के राजा यहोयाकीम को परमेश्वर के भवन के कई पात्रों सहित उसके हाथ में कर दिया; और उसने उन पात्रों को शिनार देश में अपने देवता के मन्दिर में ले जाकर, अपने देवता के भण्डार में रख दिया।
ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍‍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହି ସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।
3 तब उस राजा ने अपने खोजों के प्रधान अश्पनज को आज्ञा दी कि इस्राएली राजपुत्रों और प्रतिष्ठित पुरुषों में से ऐसे कई जवानों को ला,
ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍‍, ରାଜକୀୟ ଓ କୁଳୀନ ବଂଶରୁ
4 जो निर्दोष, सुन्दर और सब प्रकार की बुद्धि में प्रवीण, और ज्ञान में निपुण और विद्वान और राजभवन में हाजिर रहने के योग्य हों; और उन्हें कसदियों के शास्त्र और भाषा की शिक्षा दे।
ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା।
5 और राजा ने आज्ञा दी कि उसके भोजन और पीने के दाखमधु में से उन्हें प्रतिदिन खाने-पीने को दिया जाए। इस प्रकार तीन वर्ष तक उनका पालन-पोषण होता रहे; तब उसके बाद वे राजा के सामने हाजिर किए जाएँ।
ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା।
6 उनमें यहूदा की सन्तान से चुने हुए, दानिय्येल, हनन्याह, मीशाएल, और अजर्याह नामक यहूदी थे।
ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ।
7 और खोजों के प्रधान ने उनके दूसरे नाम रखें; अर्थात् दानिय्येल का नाम उसने बेलतशस्सर, हनन्याह का शद्रक, मीशाएल का मेशक, और अजर्याह का नाम अबेदनगो रखा।
ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍‍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍‍, ମୀଶାୟେଲଙ୍କୁ ମୈଶକ୍‍ ଓ ଅସରୀୟକୁ ଅବେଦ୍‍ନଗୋ ନାମ ଦେଲା।
8 परन्तु दानिय्येल ने अपने मन में ठान लिया कि वह राजा का भोजन खाकर और उसका दाखमधु पीकर स्वयं को अपवित्र न होने देगा; इसलिए उसने खोजों के प्रधान से विनती की, कि उसे अपवित्र न होने दे।
ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।
9 परमेश्वर ने खोजों के प्रधान के मन में दानिय्येल के प्रति कृपा और दया भर दी।
ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ।
10 १० और खोजों के प्रधान ने दानिय्येल से कहा, “मैं अपने स्वामी राजा से डरता हूँ, क्योंकि तुम्हारा खाना-पीना उसी ने ठहराया है, कहीं ऐसा न हो कि वह तेरा मुँह तेरे संगी जवानों से उतरा हुआ और उदास देखे और तुम मेरा सिर राजा के सामने जोखिम में डालो।”
ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, “ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ।”
11 ११ तब दानिय्येल ने उस मुखिए से, जिसको खोजों के प्रधान ने दानिय्येल, हनन्याह, मीशाएल, और अजर्याह के ऊपर देख-भाल करने के लिये नियुक्त किया था, कहा,
ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;
12 १२ “मैं तुझ से विनती करता हूँ, अपने दासों को दस दिन तक जाँच, हमारे खाने के लिये साग-पात और पीने के लिये पानी ही दिया जाए।
“ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।
13 १३ फिर दस दिन के बाद हमारे मुँह और जो जवान राजा का भोजन खाते हैं उनके मुँह को देख; और जैसा तुझे देख पड़े, उसी के अनुसार अपने दासों से व्यवहार करना।”
ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।”
14 १४ उनकी यह विनती उसने मान ली, और दस दिन तक उनको जाँचता रहा।
ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା।
15 १५ दस दिन के बाद उनके मुँह राजा के भोजन के खानेवाले सब जवानों से अधिक अच्छे और चिकने देख पड़े।
ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ।
16 १६ तब वह मुखिया उनका भोजन और उनके पीने के लिये ठहराया हुआ दाखमधु दोनों छुड़ाकर, उनको साग-पात देने लगा।
ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା।
17 १७ और परमेश्वर ने उन चारों जवानों को सब शास्त्रों, और सब प्रकार की विद्याओं में बुद्धिमानी और प्रवीणता दी; और दानिय्येल सब प्रकार के दर्शन और स्वप्न के अर्थ का ज्ञानी हो गया।
ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
18 १८ तब जितने दिन के बाद नबूकदनेस्सर राजा ने जवानों को भीतर ले आने की आज्ञा दी थी, उतने दिनों के बीतने पर खोजों का प्रधान उन्हें उसके सामने ले गया।
ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍‍ନିତ୍ସରର ଛାମୁକୁ ଆଣିଲା।
19 १९ और राजा उनसे बातचीत करने लगा; और दानिय्येल, हनन्याह, मीशाएल, और अजर्याह के तुल्य उन सब में से कोई न ठहरा; इसलिए वे राजा के सम्मुख हाजिर रहने लगे।
ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖାଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।
20 २० और बुद्धि और हर प्रकार की समझ के विषय में जो कुछ राजा उनसे पूछता था उसमें वे राज्य भर के सब ज्योतिषियों और तंत्रियों से दसगुणे निपुण ठहरते थे।
ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।
21 २१ और दानिय्येल कुस्रू राजा के राज्य के पहले वर्ष तक बना रहा।
ପୁଣି, ଦାନିୟେଲ କୋରସ୍‍ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ସେଠାରେ ରହିଲେ।

< दानिय्येल 1 >