< यिर्मयाह 7 >

1 जो वचन यहोवा की ओर से यिर्मयाह के पास पहुँचा वह यह है:
ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
2 “यहोवा के भवन के फाटक में खड़ा हो, और यह वचन प्रचार कर, और कह, हे सब यहूदियों, तुम जो यहोवा को दण्डवत् करने के लिये इन फाटकों से प्रवेश करते हो, यहोवा का वचन सुनो।
“ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରରେ ଠିଆ ହୋଇ ସେଠାରେ ଏହି କଥା ପ୍ରଚାର କରି କୁହ, ହେ ଯିହୁଦାର ଲୋକ ସମସ୍ତେ, ସଦାପ୍ରଭୁଙ୍କର ଭଜନା କରିବା ନିମନ୍ତେ ଏହିସବୁ ଦ୍ୱାରରେ ପ୍ରବେଶ କରିଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
3 सेनाओं का यहोवा जो इस्राएल का परमेश्वर है, यह कहता है, अपनी-अपनी चाल और काम सुधारो, तब मैं तुम को इस स्थान में बसे रहने दूँगा।
ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।
4 तुम लोग यह कहकर झूठी बातों पर भरोसा मत रखो, ‘यही यहोवा का मन्दिर है; यही यहोवा का मन्दिर, यहोवा का मन्दिर।’
‘ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର,’ ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।
5 “यदि तुम सचमुच अपनी-अपनी चाल और काम सुधारो, और सचमुच मनुष्य-मनुष्य के बीच न्याय करो,
କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର;
6 परदेशी और अनाथ और विधवा पर अंधेर न करो; इस स्थान में निर्दोष की हत्या न करो, और दूसरे देवताओं के पीछे न चलो जिससे तुम्हारी हानि होती है,
ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍‍ଗାମୀ ନ ହୁଅ;
7 तो मैं तुम को इस नगर में, और इस देश में जो मैंने तुम्हारे पूर्वजों को दिया था, युग-युग के लिये रहने दूँगा।
ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା।
8 “देखो, तुम झूठी बातों पर भरोसा रखते हो जिनसे कुछ लाभ नहीं हो सकता।
ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।
9 तुम जो चोरी, हत्या और व्यभिचार करते, झूठी शपथ खाते, बाल देवता के लिये धूप जलाते, और दूसरे देवताओं के पीछे जिन्हें तुम पहले नहीं जानते थे चलते हो,
ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରିବ,
10 १० तो क्या यह उचित है कि तुम इस भवन में आओ जो मेरा कहलाता है, और मेरे सामने खड़े होकर यह कहो ‘हम इसलिए छूट गए हैं’ कि ये सब घृणित काम करें?
ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ;’ ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରି ପାରୁ?
11 ११ क्या यह भवन जो मेरा कहलाता है, तुम्हारी दृष्टि में डाकुओं की गुफा हो गया है? मैंने स्वयं यह देखा है, यहोवा की यह वाणी है।
ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି? ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।
12 १२ “मेरा जो स्थान शीलो में था, जहाँ मैंने पहले अपने नाम का निवास ठहराया था, वहाँ जाकर देखो कि मैंने अपनी प्रजा इस्राएल की बुराई के कारण उसकी क्या दशा कर दी है?
ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ।
13 १३ अब यहोवा की यह वाणी है, कि तुम जो ये सब काम करते आए हो, और यद्यपि मैं तुम से बड़े यत्न से बातें करता रहा हूँ, तो भी तुम ने नहीं सुना, और तुम्हें बुलाता आया परन्तु तुम नहीं बोले,
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;
14 १४ इसलिए यह भवन जो मेरा कहलाता है, जिस पर तुम भरोसा रखते हो, और यह स्थान जो मैंने तुम को और तुम्हारे पूर्वजों को दिया था, इसकी दशा मैं शीलो की सी कर दूँगा।
ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା!
15 १५ और जैसा मैंने तुम्हारे सब भाइयों को अर्थात् सारे एप्रैमियों को अपने सामने से दूर कर दिया है, वैसा ही तुम को भी दूर कर दूँगा।
ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍‍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା।
16 १६ “इस प्रजा के लिये तू प्रार्थना मत कर, न इन लोगों के लिये ऊँचे स्वर से पुकार न मुझसे विनती कर, क्योंकि मैं तेरी नहीं सुनूँगा।
ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।
17 १७ क्या तू नहीं देखता कि ये लोग यहूदा के नगरों और यरूशलेम की सड़कों में क्या कर रहे हैं?
ସେମାନେ ଯିହୁଦାର ନଗର ଓ ଯିରୂଶାଲମର ସଡ଼କସବୁରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁ ନାହଁ?
18 १८ देख, बाल-बच्चे तो ईंधन बटोरते, बाप आग सुलगाते और स्त्रियाँ आटा गुँधत‍ी हैं, कि स्वर्ग की रानी के लिये रोटियाँ चढ़ाएँ; और मुझे क्रोधित करने के लिये दूसरे देवताओं के लिये तपावन दें।
ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।
19 १९ यहोवा की यह वाणी है, क्या वे मुझी को क्रोध दिलाते हैं? क्या वे अपने ही को नहीं जिससे उनके मुँह पर उदासी छाए?
ସଦାପ୍ରଭୁ କହନ୍ତି, ସେମାନେ କʼଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କʼଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି?
20 २० अतः प्रभु यहोवा ने यह कहा है, क्या मनुष्य, क्या पशु, क्या मैदान के वृक्ष, क्या भूमि की उपज, उन सब पर जो इस स्थान में हैं, मेरे कोप की आग भड़कने पर है; वह नित्य जलती रहेगी और कभी न बुझेगी।”
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।”
21 २१ सेनाओं का यहोवा जो इस्राएल का परमेश्वर है, यह कहता है, “अपने मेलबलियों के साथ अपने होमबलि भी चढ़ाओ और माँस खाओ।
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଅନ୍ୟାନ୍ୟ ବଳି ସହିତ ତୁମ୍ଭମାନଙ୍କର ହୋମବଳି ଯୋଗ କରି ମାଂସ ଭୋଜନ କର।
22 २२ क्योंकि जिस समय मैंने तुम्हारे पूर्वजों को मिस्र देश में से निकाला, उस समय मैंने उन्हें होमबलि और मेलबलि के विषय कुछ आज्ञा न दी थी।
କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ;
23 २३ परन्तु मैंने तो उनको यह आज्ञा दी कि मेरे वचन को मानो, तब मैं तुम्हारा परमेश्वर होऊँगा, और तुम मेरी प्रजा ठहरोगे; और जिस मार्ग की मैं तुम्हें आज्ञा दूँ उसी में चलो, तब तुम्हारा भला होगा।
ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।
24 २४ पर उन्होंने मेरी न सुनी और न मेरी बातों पर कान लगाया; वे अपनी ही युक्तियों और अपने बुरे मन के हठ पर चलते रहे और पीछे हट गए पर आगे न बढ़े।
ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍‍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।
25 २५ जिस दिन तुम्हारे पुरखा मिस्र देश से निकले, उस दिन से आज तक मैं तो अपने सारे दासों, भविष्यद्वक्ताओं को, तुम्हारे पास बड़े यत्न से लगातार भेजता रहा;
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ;
26 २६ परन्तु उन्होंने मेरी नहीं सुनी, न अपना कान लगाया; उन्होंने हठ किया, और अपने पुरखाओं से बढ़कर बुराइयाँ की हैं।
ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।
27 २७ “तू सब बातें उनसे कहेगा पर वे तेरी न सुनेंगे; तू उनको बुलाएगा, पर वे न बोलेंगे।
ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ।
28 २८ तब तू उनसे कह देना, ‘यह वही जाति है जो अपने परमेश्वर यहोवा की नहीं सुनती, और ताड़ना से भी नहीं मानती; सच्चाई नाश हो गई, और उनके मुँह से दूर हो गई है।
ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।
29 २९ “‘अपने बाल मुँड़ाकर फेंक दे; मुँण्ड़े टीलों पर चढ़कर विलाप का गीत गा, क्योंकि यहोवा ने इस समय के निवासियों पर क्रोध किया और उन्हें निकम्मा जानकर त्याग दिया है।’
ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।’
30 ३० “यहोवा की यह वाणी है, इसका कारण यह है कि यहूदियों ने वह काम किया है, जो मेरी दृष्टि में बुरा है; उन्होंने उस भवन में जो मेरा कहलाता है, अपनी घृणित वस्तुएँ रखकर उसे अशुद्ध कर दिया है।
ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି।
31 ३१ और उन्होंने हिन्नोमवंशियों की तराई में तोपेत नामक ऊँचे स्थान बनाकर, अपने बेटे-बेटियों को आग में जलाया है; जिसकी आज्ञा मैंने कभी नहीं दी और न मेरे मन में वह कभी आया।
ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍‍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।
32 ३२ यहोवा की यह वाणी है, इसलिए ऐसे दिन आते हैं कि वह तराई फिर न तो तोपेत की और न हिन्नोमवंशियों की कहलाएगी, वरन् घात की तराई कहलाएगी; और तोपेत में इतनी कब्रें होंगी कि और स्थान न रहेगा।
ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ତାହା ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତ୍‍ରେ କବର ଦେବେ।
33 ३३ इसलिए इन लोगों की लोथें आकाश के पक्षियों और पृथ्वी के पशुओं का आहार होंगी, और उनको भगानेवाला कोई न रहेगा।
ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ।
34 ३४ उस समय मैं ऐसा करूँगा कि यहूदा के नगरों और यरूशलेम की सड़कों में न तो हर्ष और आनन्द का शब्द सुन पड़ेगा, और न दुल्हे और न दुल्हन का; क्योंकि देश उजाड़ ही उजाड़ हो जाएगा।
ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।

< यिर्मयाह 7 >