< 2 Mózes 22 >

1 Ha valaki ökröt vagy bárányt lop, és levágja vagy eladja azt: öt barmot fizessen egy ökörért, és négy juhot egy bárányért.
ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।
2 Ha ház-fölverésen kapják a tolvajt, és úgy megverik, hogy meghal, nincs vérbűn miatta.
ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।
3 Ha reá sütött a nap, vérbűn van miatta: fizessen; ha nincs néki: adassék el tolvajságáért.
ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ।
4 Ha elevenen kapják kezében a lopott jószágot, akár ökör, akár szamár, akár juh: két annyit fizessen érette.
ଗୋରୁ ଅବା ଗର୍ଦ୍ଦଭ କି ମେଷାଦି ଚୋରା ଦ୍ରବ୍ୟ ଯଦି ଚୋର ହସ୍ତରେ ଜୀବିତ ମିଳେ, ତେବେ ସେ ତହିଁର ଦୁଇଗୁଣ ଦେବ।
5 Ha valaki mezőt vagy szőlőt étet le, úgy hogy barmát elereszti, és az a más mezején legel: mezejének javából és szőlőjének javából fizesse meg a kárt.
ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ିଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।
6 Ha tűz támad, és tövisbe kap, és megég az asztag, vagy a lábon álló gabona, vagy a mező: fizesse meg a kárt, a ki a tüzet gyujtotta.
ଆଉ ଅଗ୍ନି ଜ୍ୱଳି କଣ୍ଟକ ବନରେ ଲାଗିଲେ ଯଦି କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ।
7 Ha valaki pénzt vagy edényeket ád felebarátjának megőrzés végett, és ellopják annak a férfiúnak házából: ha megtalálják a tolvajt, fizessen kétannyit.
ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇଗୁଣ ଦେବ।
8 Ha nem találják meg a tolvajt, a ház urát vigyék a bírák eleibe: hogy nem nyújtotta-é ki kezét az ő felebarátja vagyonára.
ଯଦି ଚୋର ଧରା ନ ପଡ଼େ, ତେବେ ଗୃହର ସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେ ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ।
9 Akármi bűn dolgában, akár ökör, akár szamár, akár juh, akár ruha, akármi elveszett jószág az, a miről azt mondja: ez az; mindkettőjük ügye a bírák eleibe menjen, és a kit a bírák bűnösnek mondanak, fizessen két annyit az ő felebarátjának.
ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍‍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, “ଏହା ସେହି ଦ୍ରବ୍ୟ,” ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇଗୁଣ ଦେବ।
10 Ha valaki szamarat, vagy ökröt, vagy bárányt, vagy akármiféle barmot ád az ő felebarátja gondviselése alá, és az elhull, vagy megsérül, vagy elhajtatik, úgy hogy senki sem látta:
ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,
11 Az Úrra való esküvés legyen kettejök közt, hogy nem nyújtotta-é ki kezét felebarátja vagyonára; és ezt fogadja el annak ura, és az semmit se fizessen.
ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।
12 Ha pedig ellopták tőle: megfizesse az urának.
ମାତ୍ର ଯଦି ତାହା ନିକଟରୁ ଚୋରି ହୋଇଅଛି, ତେବେ ସେ ତାହାର ମାଲିକକୁ ତାହାର ମୂଲ୍ୟ ଦେବ।
13 Ha széttépetett, hozza el azt bizonyságul; a széttépettet nem fizeti meg.
ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ।
14 Ha pedig valaki kölcsön kér az ő felebarátjától, és az megsérül vagy elhull urának távollétében: fizesse meg a kárt.
ଆଉ, କେହି ଯଦି ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ମାଲିକ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତାନ୍ତ ତାହାର ମୂଲ୍ୟ ଦେବ।
15 Ha ura vele van, nem fizet; ha bérbe adatott, bérébe megy.
ମାତ୍ର ଯଦି ତାହାର ମାଲିକ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯଦି ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ।
16 Ha valaki hajadont csábít el, a ki nincs eljegyezve, és vele hál: jegyajándékkal jegyezze azt el magának feleségül.
ଆଉ, କେହି ଯଦି ଅବାଗ୍‍ଦତ୍ତା କନ୍ୟାକୁ ପ୍ରଲୋଭିତ କରି ତାହା ସହିତ ଶୟନ କରେ, ତେବେ ସେ ତାହାକୁ କନ୍ୟା ମୂଲ୍ୟ ଦେଇ ଅବଶ୍ୟ ବିବାହ କରିବ।
17 Ha annak atyja nem akarja azt néki adni: annyi pénzt adjon, a mennyi a hajadonok jegyajándéka.
ଯଦି ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତାନ୍ତ ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟର ବ୍ୟବସ୍ଥାନୁସାରେ ରୂପା ତୌଲି ଦେବ।
18 Varázsló asszonyt ne hagyj életben.
ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।
19 A ki barommal közösül, halállal lakoljon.
ଯେକେହି ପଶୁ ସହିତ ଯୌନ ସମ୍ପର୍କ ରଖେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
20 A ki isteneknek áldozik, nem csupán az Úrnak, megölettessék.
ଯେଉଁ ଲୋକ କେବଳ ସଦାପ୍ରଭୁଙ୍କ ବିନା କୌଣସି ଦେବତା ନିକଟରେ ବଳିଦାନ କରେ, ସେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ।
21 A jövevényen ne hatalmaskodjál, és ne nyomorgasd azt, mert jövevények voltatok Égyiptom földén.
ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
22 Egy özvegyet vagy árvát se nyomorítsatok meg.
ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ।
23 Ha nyomorgatod azt, és hozzám kiált, meghallgatom az ő kiáltását.
ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।
24 És felgerjed haragom, és megöllek titeket fegyverrel, és a ti feleségeitek özvegyekké lésznek, a ti fiaitok pedig árvákká.
ପୁଣି, ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ୍ଗ ଦ୍ୱାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ।
25 Ha pénzt adsz kölcsön az én népemnek, a szegénynek a ki veled van; ne légy hozzá olyan, mint a hitelező; ne vessetek reá uzsorát.
ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।
26 Ha zálogba veszed a te felebarátod felső ruháját: naplemente előtt visszaadd azt néki:
ଯଦି ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ।
27 Mert egyetlen takarója, testének ruhája az: miben háljon? Bizony, ha én hozzám kiált, meghallgatom; mert én irgalmas vagyok.
କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ? ପୁଣି, ସେ ଯଦି ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ ଅଟୁ।
28 A bírákat ne szidalmazd, és néped fejedelmét ne átkozd.
ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।
29 Gabonáddal és boroddal ne késlekedjél; fiaid elsőszülöttét nékem add.
ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।
30 Hasonlóképen cselekedjél ökröddel, juhoddal; hét napig legyen az ő anyjával, a nyolczadik napon nékem add azt.
ପୁଣି, ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ।
31 És szent emberek legyetek én előttem; a mezőn széttépett húst meg ne egyétek; az ebnek vessétek azt.
ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ୱାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ।

< 2 Mózes 22 >