< Jenesis 35 >
1 Chineke sịrị Jekọb, “Bilie, gaa Betel, birikwa nʼebe ahụ. Wuo ebe ịchụ aja nye Chineke, onye mere ka ị hụ ya mgbe ị na-agbanarị Ịsọ nwanne gị nwoke.”
ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।”
2 Ya mere, Jekọb gwara ndị ezinaụlọ ya na ndị niile so ya sị, “Wezuganụ chi ndị ala ọzọ dị nʼetiti unu. Doonụ onwe unu ọcha, gbanweekwanụ uwe unu.
ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।
3 Bilienụ, ka anyị gaa Betel, ebe m ga-ewu ebe ịchụ aja nye Chineke, onye zara m oku nʼụbọchị nsogbu m, ma nọnyekwara m na njem nke m gara.”
ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋʼ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”
4 Ya mere, ha nyere Jekọb chi ndị ala ọzọ niile ha ji nʼaka, na ọla niile dị ha na ntị. Jekọb chịịrị ha niile lie ha nʼokpuru osisi ook dị na Shekem.
ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହାସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ଲୁଚାଇ ରଖିଲେ।
5 Ha biliri ije. Egwu Chineke dakwasịrị obodo niile gbara ha gburugburu. Ọ dịghị ndị chụsoro ha.
ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।
6 Jekọb na ndị niile so ya rutere Luz, nke a na-akpọkwa Betel nke dị na Kenan.
ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସ୍ରେ, ଅର୍ଥାତ୍, ବେଥେଲ୍ରେ ଉପସ୍ଥିତ ହେଲେ।
7 Jekọb wuru ebe ịchụ aja nʼebe a, kpọọ aha ebe ahụ El Betel, nʼihi na ọ bụ nʼebe ahụ ka Chineke gosiri ya onwe ya mgbe ọ na-agbanarị Ịsọ nwanne ya nwoke.
ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍ ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।
8 Mgbe nke a gasịrị, Debọra, nwanyị lekọtara Ribeka mgbe ọ bụ nwantakịrị, nwụrụ. E liri ya nʼokpuru osisi ook dị na Betel. A kpọkwara ebe ahụ, “Osisi ook ebe ịkwa akwa.”
ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍ର ଅଧଃସ୍ଥିତ ଅଲୋନ ବୃକ୍ଷ ମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍ ହେଲା।
9 Chineke gosiri Jekọb onwe ya ọzọ, mgbe o sitere na Padan Aram pụta, gọziekwa ya.
ଏଥିଉତ୍ତାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ।
10 Chineke sịrị ya, “Aha gị bụ Jekọb ma a gaghị akpọkwa gị Jekọb ọzọ, kama aha gị ga-abụ Izrel.” Ya mere ọ kpọrọ ya Izrel.
ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ;” ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।
11 Chineke sịrị ya, “Abụ m Chineke onye pụrụ ime ihe niile. Mụọ ọmụmụ, baakwa ụba nʼọnụọgụgụ. Otu mba na igwe mba ga-esi na gị pụta. Ndị eze ga-esitekwa gị nʼahụ pụta.
ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।
12 Ala ahụ m nyere Ebraham na Aịzik ka m na-enyekwa gị. Aga m enyekwa ya ụmụ ụmụ gị ndị ga-esote gị.”
ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।”
13 Emesịa, Chineke si nʼebe ahụ ha nọ kparịtaa ụka pụọ.
ସେହି ସ୍ଥାନରେ ତାଙ୍କ ସହିତ ଏହିପରି କଥାବାର୍ତ୍ତା କରି ପରମେଶ୍ୱର ତାଙ୍କ ନିକଟରୁ ଊର୍ଦ୍ଧ୍ୱଗମନ କଲେ।
14 Jekọb wuru ogidi nkume nʼebe ahụ Chineke nọ gwa ya okwu. Ọ wụsara onyinye ihe ọṅụṅụ wụkwasịkwa mmanụ nʼelu ogidi nkume ahụ.
ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।
15 Jekọb kpọrọ ebe ahụ ya na Chineke nọ kparịtaa ụka Betel.
ପୁଣି, ଯାକୁବ ପରମେଶ୍ୱରଙ୍କ ସହିତ କଥୋପକଥନ ସ୍ଥାନର ନାମ ବେଥେଲ୍ ରଖିଲେ।
16 Ha biliri ije, site na Betel. Ma mgbe ha ka nọ ebe dị anya site nʼobodo Efrat, Rechel mụrụ nwa, ma o nwere ihe mgbu ka ọ na-amụ nwa.
ଏଥିଉତ୍ତାରେ ସେମାନେ ବେଥେଲ୍ଠାରୁ ପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବବେଦନା ହେଲା; ପୁଣି, ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।
17 Mgbe o sitere nʼoke ihe mgbu na-amụpụta nwa ahụ, nwanyị na-aghọ nwa gwara ya, “Atụla egwu, nʼihi na ọ bụ nwa nwoke ọzọ ka ị mụtara.”
ଆଉ ପ୍ରସବ ବ୍ୟଥା ଅତିଶୟ ହୁଅନ୍ତେ, ଧାତ୍ରୀ ତାହାକୁ କହିଲା, “ଭୟ କର ନାହିଁ, ତୁମ୍ଭେ ଏହିଥର ମଧ୍ୟ ପୁତ୍ର ପ୍ରସବ କରିବ।”
18 Ma tupu Rechel ekuo ume ikpeazụ, nʼihi na ọ na-anwụ, ọ kpọrọ aha nwa ọhụrụ ahụ Ben-Oni, ma nna ya kpọrọ ya Benjamin.
ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ୍ ରଖିଲେ।
19 Rechel nwụrụ, e lie ya nʼakụkụ ụzọ gara Efrat, nke a na-akpọkwa Betlehem.
ଏହି ପ୍ରକାରେ ରାହେଲର ମୃତ୍ୟୁୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା।
20 Jekọb wuru ogidi nʼelu ili ya, nke na-eguzokwa ruo taa, igosi ebe e liri Rechel.
ଏଥିଉତ୍ତାରେ ଯାକୁବ ସେହି କବର ଉପରେ ଏକ ସ୍ତମ୍ଭ ସ୍ଥାପନ କଲେ; ରାହେଲ-କବରସ୍ଥ ସେହି ସ୍ତମ୍ଭ ଆଜି ପର୍ଯ୍ୟନ୍ତ ଅଛି।
21 Izrel malitere ije ya, tutu ruo ebe o wuru ebe izuike ya nʼala dị nʼofe ọzọ nke Migdal Eda.
ଏଥିଉତ୍ତାରେ ଇସ୍ରାଏଲ ସେଠାରୁ ପ୍ରସ୍ଥାନ କରି ଏଦର ଗଡ଼ ପାର ହୋଇ ତହିଁ ନିକଟରେ ତମ୍ବୁ ସ୍ଥାପନ କଲେ।
22 Mgbe Izrel bi nʼala ahụ, Ruben gara dinakwuru Bilha, iko nwanyị nna ya. E mekwara ka Izrel nụ ihe a Ruben mere. Ụmụ ndị ikom Jekọb dị iri na abụọ.
ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍ ଯାଇ ଆପଣା ପିତାଙ୍କର ବିଲ୍ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।
23 Ụmụ Lịa bụ, Ruben, ọkpara Jekọb. Simiọn, Livayị, Juda, Isaka na Zebụlọn.
ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ, ଏମାନେ ଲେୟାର ସନ୍ତାନ;
24 Ụmụ Rechel bụ, Josef na Benjamin.
ପୁଣି, ଯୋଷେଫ ଓ ବିନ୍ୟାମୀନ୍ ରାହେଲର ସନ୍ତାନ;
25 Ụmụ Bilha, odibo nwanyị Rechel bụ, Dan na Naftalị.
ପୁଣି, ଦାନ୍ ଓ ନପ୍ତାଲି ରାହେଲର ଦାସୀ ବିଲ୍ହାର ସନ୍ତାନ;
26 Ụmụ Zilpa, odibo nwanyị Lịa bụ, Gad na Asha. Ụmụ ndị ikom ndị a ka a mụụrụ Jekọb na Padan Aram.
ଆଉ ଗାଦ୍ ଓ ଆଶେର ଲେୟାର ଦାସୀ ସିଳ୍ପାର ସନ୍ତାନ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍ ଅରାମଠାରେ ଜନ୍ମିଥିଲେ।
27 Nʼikpeazụ, Jekọb bịakwutere nna ya Aịzik na Mamre nke dị nso na Kiriat Arba (ebe a na-akpọ Hebrọn). Ebe ahụ ka Ebraham na Aịzik biri na mbụ.
ଏଥିଉତ୍ତାରେ କିରୀୟଥ୍-ଅର୍ବ, ଅର୍ଥାତ୍, ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍ହାକ ନିକଟରେ ଉପସ୍ଥିତ ହେଲେ।
28 Nʼoge ahụ Aịzik gbara narị afọ na iri afọ asatọ.
ଇସ୍ହାକଙ୍କର ଆୟୁର ପରିମାଣ ଏକ ଶହ ଅଶୀ ବର୍ଷ ଥିଲା।
29 Ọ dịkwaghị anya site nʼoge a, Aịzik nwụrụ, mgbe o mere nnọọ agadi. Ụmụ ya ndị ikom abụọ, Ịsọ na Jekọb, liri ya.
ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ।