< Jeremaya 43 >

1 Mgbe Jeremaya gwasịrị ndị ahụ niile okwu ahụ Onyenwe anyị Chineke ha ziri ya ka o zie ha,
ଏଥିଉତ୍ତାରେ ଯିରିମୀୟ ଏହିସବୁ କଥା, ଅର୍ଥାତ୍‍, ଯେଉଁ ସକଳ କଥା ସମଗ୍ର ଲୋକଙ୍କୁ କହିବା ନିମନ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ସେମାନଙ୍କ ନିକଟକୁ ତାଙ୍କୁ ପଠାଇଥିଲେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେହି ସକଳ କଥା କହିବାର ସମାପ୍ତ କରନ୍ତେ,
2 Azaraya nwa Hoshaya, Johanan nwa Kariya na ndị nganga niile nọ nʼebe ahụ, gwara Jeremaya okwu sị ya, “Ọ bụ okwu ụgha ka i kwuru! Onyenwe anyị Chineke anyị ezighị gị ka i kwuo na anyị ekwesighị ịga biri nʼIjipt,
ହୋଶୋୟୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍‍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ; ‘ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ,’ ଏ କଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ପଠାଇ ନାହାନ୍ତି;
3 Kama ọ bụ Baruk nwa Neraya na-akwalị gị megide anyị, nʼihi na ọ chọrọ inyefe anyị nʼaka ndị Babilọn ka ha gbuo anyị, maọbụ buru anyị gaa Babilọn dịka ndị a dọtara nʼagha.”
ମାତ୍ର କଲ୍‍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି।”
4 Ya mere, Johanan nwa Kariya na ndịisi agha ahụ niile, nakwa ndị mmadụ ahụ niile nupuru isi nʼiwu Onyenwe anyị, jụụ ịnọgide nʼala Juda.
ଏହିରୂପେ କାରେହର ପୁତ୍ର ଯୋହାନନ୍‍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।
5 Kama Johanan nwa Kariya, na ndịisi agha ahụ, duuru ndị ahụ fọdụrụ na Juda pụọ, ha na ndị ahụ si na mba ndị ọzọ dị iche iche, ebe ha gbagara lọta.
ମାତ୍ର କାରେହର ପୁତ୍ର ଯୋହାନନ୍‍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍‍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ,
6 Ha duuru ndị ikom niile na ndị inyom niile na ụmụntakịrị niile, na ụmụ ndị inyom eze niile, bụ ndị ahụ Nebuzaradan ọchịagha ndị nche eze Babilọn tinyere na nlekọta Gedaliya nwa Ahikam, nwa Shefan na Jeremaya onye amụma na Baruk nwa Neraya.
ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟାଗଣକୁ ଓ ଯେ ପ୍ରତ୍ୟେକ ଲୋକକୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ,
7 Ya mere, ha nupuru isi nʼebe Onyenwe anyị nọ site nʼịbanye ala Ijipt. Ha jegidere ije ruo nʼobodo Tapanhis.
ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍‍ହେଷର ପର୍ଯ୍ୟନ୍ତ ଗଲେ।
8 Mgbe ha nọ na Tapanhis, okwu Onyenwe anyị ruru Jeremaya ntị sị ya,
ଏଥିଉତ୍ତାରେ ତଫନ୍‍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
9 “Mgbe ndị Juu nọ na-ele gị anya, chịrị ụfọdụ nkume buru ibu nʼaka gị, gaa zoo ha nʼime ụrọ dị na mpụta ihu ụlọ e ji aja ụrọ wuo, nke dị nʼọnụ ụzọ e si abata nʼụlọ Fero dị na Tapanhis.
“ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍‍ହେଷରରେ ଫାରୋ ଗୃହର ପ୍ରବେଶ ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;
10 Mgbe ahụ sị ha, ‘Ihe ndị a ka Onyenwe anyị, Onye pụrụ ime ihe niile, bụ Chineke Izrel sịrị, Aga m ezi ozi kpọta ohu m bụ Nebukadneza, eze Babilọn. Aga m edokwasịkwa ocheeze ya nʼelu nkume ndị a m zoro nʼebe a, ọ ga-agbasa ụlọ ndo nke ịbụ eze ya nʼelu ha.
ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।
11 Ọ ga-abịa buso Ijipt agha, si otu a mee ka ha nwụọ, bụ ndị ahụ a kwadobere maka ọnwụ, mee ka a dọta ha nʼagha, bụ ndị ahụ a kwadobere na-aga adọta nʼagha; mekwaa ka ha nwụọ site na mma agha bụ ndị ahụ a kwadobere na ha ga-anwụ site na mma agha.
ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ।
12 Ọ ga-esunyekwa ọkụ nʼụlọ ebe a nọ na-efe chi niile nke ndị Ijipt. Ọ ga-esure ụlọ ndị a ọkụ, dọtakwa chi ha niile nʼagha. Dịka onye ọzụzụ atụrụ si ewepụcha igwu site na uwe ya, ọ ga-esikwa otu a wezuga onwe ya nʼudo site nʼIjipt pụọ.
ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ଘୋଡ଼ାଇଥାଏ, ସେହିପରି ସେ ମିସର ଦେଶ ଦ୍ୱାରା ଆପଣାକୁ ଘୋଡ଼ାଇବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ।
13 Nʼime ụlọnsọ anyanwụ dị nʼIjipt, ka ọ ga-akwatu ogidi nsọ niile, surekwaa ụlọnsọ niile nke chi dị iche iche nʼIjipt ọkụ.’”
ଆହୁରି, ସେ ମିସର ଦେଶସ୍ଥ ବେଥ୍-ଶେମଶର ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ମିସର ଦେଶସ୍ଥ ଦେବାଳୟସବୁ ସେ ଅଗ୍ନିରେ ଦଗ୍ଧ କରିବ।’”

< Jeremaya 43 >