< Bilangan 33 >
1 Sesudah bangsa Israel meninggalkan Mesir, dalam barisan menurut suku bangsa masing-masing di bawah pimpinan Musa dan Harun, mereka singgah di beberapa tempat.
ଇସ୍ରାଏଲ-ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ସମୟରେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି।
2 TUHAN memerintahkan Musa untuk mencatat nama dari setiap tempat di mana mereka singgah.
ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି।
3 Bangsa Israel meninggalkan Mesir pada tanggal lima belas bulan satu, sehari sesudah Paskah yang pertama. Di bawah perlindungan TUHAN mereka meninggalkan kota Rameses, disaksikan oleh bangsa Mesir,
ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍ଠାରୁ ଯାତ୍ରା କଲେ;
4 yang tengah menguburkan anak-anak sulung mereka yang telah dibunuh oleh TUHAN. Dengan perbuatan itu, TUHAN membuktikan bahwa Ia lebih kuat daripada ilah-ilah Mesir.
ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସରୀୟମାନେ ସଦାପ୍ରଭୁଙ୍କ ଦ୍ୱାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ସମୟରେ ଇସ୍ରାଏଲ-ସନ୍ତାନଗଣ ମିସରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଊର୍ଦ୍ଧ୍ୱ ହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ଡ ଦେଇଥିଲେ।
5 Setelah bangsa Israel meninggalkan Rameses, mereka berkemah di Sukot.
ଇସ୍ରାଏଲ-ସନ୍ତାନଗଣ ରାମିଷେଷ୍ଠାରୁ ଯାତ୍ରା କରି ସୁକ୍କୋତରେ ଛାଉଣି ସ୍ଥାପନ କଲେ।
6 Lalu mereka berangkat lagi dan berkemah di Etam, di tepi padang gurun.
ପୁଣି, ସେମାନେ ସୁକ୍କୋତରୁ ଯାତ୍ରା କରି ପ୍ରାନ୍ତରର ସୀମାସ୍ଥିତ ଏଥମରେ ଛାଉଣି ସ୍ଥାପନ କଲେ।
7 Dari situ mereka kembali ke Pi-Hahirot, di sebelah timur Baal-Zefon, lalu berkemah di dekat Migdol.
ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲ-ସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।
8 Kemudian mereka meninggalkan Pi-Hahirot, menyeberangi laut dan masuk ke padang gurun Etam; sesudah tiga hari perjalanan, mereka berkemah di Mara.
ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ।
9 Dari situ mereka terus dan berkemah di Elim; di situ ada dua belas sumber air dan tujuh puluh pohon kurma.
ପୁଣି, ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ।
10 Kemudian mereka meninggalkan Elim dan berkemah di dekat Teluk Suez.
ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସାଗର ନିକଟରେ ଛାଉଣି ସ୍ଥାପନ କଲେ।
11 Selanjutnya mereka berkemah di padang gurun Sin, lalu di dekat Dofka, sesudah itu di Alus, dan kemudian di Rafidim, tetapi di situ tidak ada air minum.
ପୁଣି, ସେମାନେ ସୂଫ ସାଗର ନିକଟରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ।
ପୁଣି, ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ଦପ୍କାରେ ଛାଉଣି ସ୍ଥାପନ କଲେ।
ସେମାନେ ଦପ୍କାରୁ ଯାତ୍ରା କରି ଆଲୁଶରେ ଛାଉଣି ସ୍ଥାପନ କଲେ।
ପୁଣି, ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା।
15 Dari Rafidim mereka terus ke Gunung Hor dan berkemah di tempat-tempat ini: padang gurun Sinai, Kibrot-Taawa, "Kuburan Kerakusan", Hazerot, Ritma, Rimon-Peres, Libna, Risa, Kehelata, Gunung Syafer, Harada, Makhelot, Tahat, Tarah, Mitka, Hasmona, Moserot, Bene-Yaakan, Hor-Gidgad, Yotbata, Abrona, Ezion-Geber, padang gurun Zin, dan Gunung Hor, di perbatasan tanah Edom.
ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ
ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍-ହତ୍ତାବାରେ ଛାଉଣି ସ୍ଥାପନ କଲେ।
ପୁଣି, ସେମାନେ କିବ୍ରୋତ୍-ହତ୍ତାବାରୁ ଯାତ୍ରା କରି ହତ୍ସେରୋତରେ ଛାଉଣି ସ୍ଥାପନ କଲେ।
ପୁଣି, ସେମାନେ ହତ୍ସେରୋତରୁ ଯାତ୍ରା କରି ରିତ୍ମାରେ ଛାଉଣି ସ୍ଥାପନ କଲେ
ଓ ସେମାନେ ରିତ୍ମାରୁ ଯାତ୍ରା କରି ରିମ୍ମୋନ୍-ପେରସରେ ଛାଉଣି ସ୍ଥାପନ କଲେ।
ପୁଣି, ସେମାନେ ରିମ୍ମୋନ୍-ପେରସରୁ ଯାତ୍ରା କରି ଲିବ୍ନାରେ ଛାଉଣି ସ୍ଥାପନ କଲେ।
ପୁଣି, ସେମାନେ ଲିବ୍ନାରୁ ଯାତ୍ରା କରି ରିସ୍ସାରେ ଛାଉଣି ସ୍ଥାପନ କଲେ।
ପୁଣି, ସେମାନେ ରିସ୍ସାରୁ ଯାତ୍ରା କରି କହେଲାତରେ ଛାଉଣି ସ୍ଥାପନ କଲେ,
ଓ ସେମାନେ କହେଲାତରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ
ତହୁଁ ସେମାନେ ଶେଫର ପର୍ବତରୁ ଯାତ୍ରା କରି ହରାଦାରେ ଛାଉଣି ସ୍ଥାପନ କଲେ,
ଓ ସେମାନେ ହରାଦାରୁ ଯାତ୍ରା କରି ମଖେଲୋତରେ ଛାଉଣି ସ୍ଥାପନ କଲେ,
ଓ ସେମାନେ ମଖେଲୋତରୁ ଯାତ୍ରା କରି ତହତରେ ଛାଉଣି ସ୍ଥାପନ କଲେ।
ସେମାନେ ତହତରୁ ଯାତ୍ରା କରି ତେରହରେ ଛାଉଣି ସ୍ଥାପନ କଲେ,
ଓ ସେମାନେ ତେରହରୁ ଯାତ୍ରା କରି ମିତ୍କାରେ ଛାଉଣି ସ୍ଥାପନ କଲେ
ଓ ସେମାନେ ମିତ୍କାରୁ ଯାତ୍ରା କରି ହଶ୍ମୋନାରେ ଛାଉଣି ସ୍ଥାପନ କଲେ,
ଓ ସେମାନେ ହଶ୍ମୋନାରୁ ଯାତ୍ରା କରି ମୋଷେରୋତରେ ଛାଉଣି ସ୍ଥାପନ କଲେ।
ପୁଣି, ସେମାନେ ମୋଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ,
ଓ ସେମାନେ ବନେୟାକନରୁ ଯାତ୍ରା କରି ହୋର୍ହଗିଦ୍ଗଦରେ ଛାଉଣି ସ୍ଥାପନ କଲେ
ଓ ସେମାନେ ହୋର୍ହଗିଦ୍ଗଦରୁ ଯାତ୍ରା କରି ଯଟ୍ବାଥାରେ ଛାଉଣି ସ୍ଥାପନ କଲେ,
ଓ ସେମାନେ ଯଟ୍ବାଥାରୁ ଯାତ୍ରା କରି ଆବ୍ରୋଣାରେ ଛାଉଣି ସ୍ଥାପନ କଲେ।
ପୁଣି, ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ।
ପୁଣି, ସେମାନେ ଇତ୍ସିୟୋନ-ଗେବରରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି),
ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତରସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।
38 Atas perintah TUHAN, Imam Harun naik ke Gunung Hor. Di situ ia meninggal pada tanggal satu bulan lima dalam tahun yang keempat puluh sesudah umat Israel meninggalkan Mesir. Waktu meninggal, Harun berumur 123 tahun.
ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।
ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା।
40 Sementara itu raja negeri Arad, di Tanah Negeb, Kanaan Selatan, mendapat kabar bahwa umat Israel sedang menuju ke negerinya.
ଏଥିଉତ୍ତାରେ କିଣାନର ଦକ୍ଷିଣ ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ।
41 Dalam perjalanan dari Gunung Hor ke dataran Moab, orang Israel berkemah di tempat-tempat ini: Zalmona, Funon, Obot, reruntuhan Abarim di daerah Moab, Dibon-Gad, Almon-Diblataim, Gunung Abarim di dekat Gunung Nebo, dan di dataran Moab di tepi Sungai Yordan, dekat kota Yerikho, di antara Bet-Yesimot dan Lembah Sitim.
ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍ମୋନାରେ ଛାଉଣି ସ୍ଥାପନ କଲେ,
ଓ ସେମାନେ ସଲ୍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ,
ଓ ସେମାନେ ପୂନୋନରୁ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।
ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ପ୍ରାନ୍ତସ୍ଥିତ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ,
ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍-ଗାଦ୍ରେ ଛାଉଣି ସ୍ଥାପନ କଲେ,
ଓ ସେମାନେ ଦୀବୋନ୍-ଗାଦ୍ରୁ ଯାତ୍ରା କରି ଅଲମୋନ-ଦିବ୍ଲାଥୟିମରେ ଛାଉଣି ସ୍ଥାପନ କଲେ।
ତହୁଁ ସେମାନେ ଅଲମୋନ-ଦିବ୍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ୍ ପର୍ବତରେ ଛାଉଣି ସ୍ଥାପନ କଲେ।
ପୁଣି, ସେମାନେ ଅବାରୀମ୍ ପର୍ବତରୁ ଯାତ୍ରା କରି ଯିରୀହୋ ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବେଥ୍-ଯିଶିମୋତଠାରୁ ଆବେଲ୍-ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ।
50 Di dataran Moab itu, di tepi Sungai Yordan, dekat kota Yerikho, TUHAN memberi kepada Musa
ଏଥିଉତ୍ତାରେ ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
51 perintah-perintah ini untuk bangsa Israel, "Kalau kamu menyeberangi Sungai Yordan untuk masuk ke negeri Kanaan,
“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
52 kamu harus mengusir seluruh penduduk negeri itu. Binasakanlah semua berhala mereka dari batu dan logam serta tempat-tempat ibadat mereka.
ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀ ସମସ୍ତଙ୍କୁ ତଡ଼ି ବାହାର କରିଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ।
53 Tanah itu harus kamu rebut dan kamu duduki, karena Aku memberikannya kepadamu.
ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ।
54 Kemudian kamu harus membagikannya menjadi milik pusaka kaum-kaummu dengan jalan membuang undi. Kepada kaum yang besar harus kamu berikan bagian yang besar, dan kepada kaum yang kecil, bagian yang kecil.
ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ।
55 Tetapi kalau penduduk negeri itu tidak kamu usir, orang-orang yang tetap tinggal di situ akan menyusahkan kamu seperti pasir di matamu atau duri di kakimu. Nanti merekalah yang memerangi kamu.
ମାତ୍ର ଯଦି ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ୱରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ।
56 Kalau kamu tidak mengusir mereka, Aku akan membinasakan kamu seperti yang Kurencanakan terhadap mereka."
ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”