< Bilangan 34 >
1 TUHAN memberi kepada Musa
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 perintah-perintah ini untuk bangsa Israel, "Sebentar lagi kamu masuk ke negeri Kanaan, negeri yang Kuberikan kepadamu sebagai tanah pusaka. Inilah batas-batas negerimu itu.
“ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
3 Di selatan, batas itu mulai dari padang gurun Zin menyusuri Edom. Di timur batas itu mulai dari ujung selatan Laut Mati,
ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
4 belok ke selatan menuju Jalan Akrabim dan terus ke Zin sampai Kades-Barnea di selatan. Dari situ belok ke barat laut sampai Hazar-Adar, dan terus ke Azmon.
ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ।
5 Di situ belok ke lembah di perbatasan Mesir dan berakhir di Laut Tengah.
ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ।
6 Laut Tengah merupakan batas negerimu di sebelah barat.
ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।
7 Di utara, batas itu mulai di Laut Tengah menuju ke Gunung Hor
ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;
8 dan dari situ ke Jalan Hamat, lalu terus ke Zedad
ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ।
9 dan ke Zifron dan berakhir di Hazar-Enan.
ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନ୍ରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।
10 Di timur, batas itu mulai dari Hazar-Enan ke Sefam.
ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍ସର-ଐନନ୍ଠାରୁ ଶଫାମ୍ ପର୍ଯ୍ୟନ୍ତ ଚିହ୍ନିତ କରିବ।
11 Dari situ turun ke Ribla di sebelah timur Ain, lalu terus ke bukit-bukit di pantai timur Danau Galilea,
ତହୁଁ ସେହି ସୀମା ଶଫାମ୍ଠାରୁ ଐନ୍ର ପୂର୍ବଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।
12 lalu ke selatan sepanjang Sungai Yordan sampai ke Laut Mati. Itulah negerimu menurut batas-batas di sekelilingnya."
ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।’”
13 Musa berkata kepada bangsa Israel, "Itulah tanah yang akan kamu terima dengan cara membuang undi, tanah yang menurut perintah TUHAN harus dibagikan kepada sembilan setengah suku bangsa Israel.
ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।
14 Suku-suku Ruben dan Gad serta sebagian dari suku Manasye sudah menerima bagian mereka, dan tanah itu pun sudah dibagikan kepada keluarga-keluarga mereka.
କାରଣ ରୁବେନ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
15 Tanah pusaka mereka itu di sebelah timur Sungai Yordan, di dekat kota Yerikho."
ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।”
16 TUHAN berkata kepada Musa,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
17 "Yang harus membagikan tanah itu di antara kamu adalah Imam Eleazar, dan Yosua anak Nun.
“ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ।
18 Tunjuklah juga seorang pemimpin dari setiap suku untuk menolong Eleazar dan Yosua membagikan tanah itu."
ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।
19 Nama orang-orang itu adalah: (Suku-Pemimpin), Yuda-Kaleb anak Yefune, Simeon-Samuel anak Amihud, Benyamin-Elidad anak Kislon, Dan-Buki anak Yogli, Manasye-Haniel anak Efod, Efraim-Kemuel anak Siftan, Zebulon-Elisafan anak Parnah, Isakhar-Paltiel anak Azan, Asyer-Ahihud anak Selomi, Naftali-Pedael anak Amihud.
ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,
ଓ ଶିମୀୟୋନର ସନ୍ତାନମାନଙ୍କ ବଂଶୀୟ ଅମ୍ମୀହୂଦର ପୁତ୍ର ଶେମୂୟେଲ।
ବିନ୍ୟାମୀନ୍ ବଂଶୀୟ କିଶଲୋନର ପୁତ୍ର ଇଲୀଦଦ୍।
ଆଉ ଦାନ୍-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଯଗ୍ଲିର ପୁତ୍ର ବୁକ୍କି।
ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ।
ପୁଣି, ଇଫ୍ରୟିମ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ।
ଆଉ ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ପର୍ଣ୍ଣକର ପୁତ୍ର ଇଲୀଶାଫନ୍,
ଓ ଇଷାଖର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅସ୍ସନର ପୁତ୍ର ପଲ୍ଟୀୟେଲ,
ଓ ଆଶେର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶଲୋମିର ପୁତ୍ର ଅହୀହୂଦ୍।
ନପ୍ତାଲି-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ୍।”
29 Itulah orang-orang yang diperintahkan TUHAN untuk membagikan tanah pusaka kepada bangsa Israel di negeri Kanaan.
କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।