< 1 Petelo 2 >
1 Kululo iki kuli uubi wihi, wieli, wilu, nu kihukilwa.
ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,
2 Anga iang'anya niadabu, mlowe imaele nimaza nakinkolo, ingi gwa muhume kukula muuguniki.
ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି
3 Ang'wi malulya kina umukulu muza.
ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇପାର।
4 Nzi kitalakwe nizi gwe nipanga nilikie nili hitilwe niantu, nilanso liholanigwe ni Tunda hangi iza kitalakwe.
ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,
5 Unye ingi milianga imagwe nakete upanga nizengwa migulya anyumba na kinkolo, kunsoko audimi nuuza niipumya imasengeelyo na kinkolo nagoombigwe kung'wi Tunda kukiila Yesu Kilisto.
ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।
6 I andiko liliiye iti “Goza, mbikile mu Sayuni igwe nila kumpelo nikulu naili holanigwe hangi niza, hangi wihi nuhuie kukiila ng'wenso shukuona iminyala”.
କାରଣ ଶାସ୍ତ୍ରରେ ଲିଖିତ ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ, ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ।”
7 Kululo ikulyo ingi lanyu kitalanyu unye nimuhuiie. Ingi gwa igwe naelihitilwe niazengi, ili latula igwe nikulu nilakumpelo.
ଏଣୁ ତୁମ୍ଭେମାନେ ଯେ ବିଶ୍ୱାସ କରୁଅଛ, ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, “ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର,”
8 Igwe lakukumpa, ni talagwe lakukumpa nianso ikumpa, niiluhita ulukani, kua ilo naiahalanigwe kitalao.
ପୁଣି, “ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା;” ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।
9 Ingi unye miukoo naiuholonigwe uudimi nuakitemi, ihi ninza naavitu niautemi wang'wi Tunda, kunsoko muhume kutanantya intendo yaukuilwa niang'wa uyu naumuhegilye mukiti, nukuza muwelu wakwe nuikuilwa.
କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
10 Unye ung'wandyo shaimiantu, kululo itungili miantu ang'wi Tunda. Unye shaimusingiiye ukende, itungili masingiilya ukende.
ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।
11 Alowa numitangila, anga akila nzila niasuuli kiima kupuma munsula nia milandu, izo nikendi kua ninkolo yanyu.
ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
12 Inonee kutula ni ntendo ninza kuanya kilungu, anga atula akumutambulila kina mitumile nkani nimbi, akuamba imilimo anyu nimiza nukumukulya Itunda kulu hiku nulakiza kitalakwe.
ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।
13 Tula ni kulyo kuantu nikuligwa nianaantu. Kunsoko amukulu, ingi umutemi anga umukulu.
ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,
14 Ang'wi iakulu aiatumilwe kuakua nukuapisiilya iituma mabi, nukualumbiilya ao neituma nimaza.
ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ।
15 Kunsoko ulowa wang'wi Tunda, kua kituma nimaza mukuukilaja uligitya nuanakanda kuantu niapungu.
କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା;
16 Anga antu nimukite ulekelwa, leki kitumila ulekelwa wanyu anga mufuniko kumabi, ingi mtule anga miitumi ang'wi Tunda.
ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।
17 Tuli ni kulyo kuantu ihi, alowi ianyandugu. Mogopi Itunda mumupe ikolyo umutemi.
ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ବରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।
18 Atugwa api ikulyo iakulu anyu, kuaikolyo lihi, singa iakulu ao niaza udu, nao niapolo hangi nao niabi.
ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦ୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ।
19 Kunsoko lukumo luza ku wihi uyu nukugimya uwai kumatungo nukagigwa panakutili itai kunso augombi wakwe kung'wi Tunda.
କାରଣ କେହି ଯେବେ ଈଶ୍ବରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ।
20 Ntuni nikoli kutula ukoli muitumi nuamilandu kuna uze weendelee kukuwa? Kululo ang'wi mitumile ni maza kunu muzagigwa kuaulamulwa, ulu lukumo luza kung'wi Tunda.
ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷ ହେତୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କଅଣ ସୁଖ୍ୟାତି? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ବରଙ୍କ ନିକଟରେ ପ୍ରଶଂସାର ବିଷୟ।
21 Kua ili aimitangilwe, kunsoko Ukilisto nung'wenso aiwagigwe kunsoko anyu wamulekela mpyani kunsoko anyu kutyata mpambatilyo yakwe.
ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;
22 Nuanso shaiwitumile imilandu, hangi amugila anga ukongani wihi mumulomo wakwe.
“ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।”
23 Naukutukilwa shanga akasukiilya, singa aiwogopile kagigwa aiwipumilye ing'wenso apegwe ulumalwa nuatai.
ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;
24 Ingi ngwenso au kenkile imilandu itu mumuili wako mikola la mpanga, sunga kuhege mumilandu, hangi kikie kunsoko atai. Kua kukuwa kung'wakwe unye magunika.
ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
25 Mihi naiza mazepa magila anga nkolo nilimie ingi itungili masuka kumudimi numimiili nuankolo yanyu
କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ।