< Ezechiele 21 >
1 Mi fu rivolta questa parola del Signore:
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2 «Figlio dell'uomo, volgi la faccia verso Gerusalemme e parla contro i suoi santuari, predici contro il paese d'Israele.
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର,
3 Tu riferirai al paese d'Israele: Così dice il Signore Dio: Eccomi contro di te. Sguainerò la spada e ucciderò in te il giusto e il peccatore.
ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।
4 Se ucciderò in te il giusto e il peccatore, significa che la spada sguainata sarà contro ogni carne, dal mezzogiorno al settentrione.
ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;
5 Così ogni vivente saprà che io, il Signore, ho sguainato la spada ed essa non rientrerà nel fodero.
ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ୍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ।
6 Tu, figlio dell'uomo, piangi: piangi davanti a loro con il cuore infranto e pieno d'amarezza.
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ୱାସ ଛାଡ଼; ତୁମ୍ଭେ ଆପଣା କଟି ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ୱାସ ଛାଡ଼ିବ।
7 Quando ti domanderanno: Perché piangi?, risponderai: Perché è giunta la notizia che il cuore verrà meno, le mani s'indeboliranno, lo spirito sarà costernato, le ginocchia vacilleranno. Ecco è giunta e si compie». Parola del Signore Dio.
ଆଉ, ‘ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ?’ ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,’” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
8 Mi fu rivolta questa parola del Signore:
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
9 Spada, spada aguzza e affilata, «Figlio dell'uomo, profetizza e dì loro: Così dice il Signore Dio:
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;
10 aguzza per scannare, affilata per lampeggiare!
ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା? ଆମ୍ଭ ପୁତ୍ରର ରାଜଦଣ୍ଡ ଯାବତୀୟ କାଷ୍ଠକୁ ତୁଚ୍ଛ କରେ।
11 L'ha fatta affilare perché la si impugni, l'ha aguzzata e affilata per darla in mano al massacratore!
ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ୍ଗ ଶାଣିତ ଓ ମାର୍ଜିତ ହୋଇଅଛି।
12 Grida e lamèntati, o figlio dell'uomo, perché essa pesa sul mio popolo, su tutti i prìncipi d'Israele: essi cadranno di spada insieme con il mio popolo. Perciò battiti il fianco,
ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁ ଦେଶରେ ଆଘାତ କର।
13 perché è una prova: che cosa accadrebbe se nemmeno un bastone sprezzante ci fosse Parola del Signore Dio.
କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି, ସେହି ତୁଚ୍ଛକାରୀ ରାଜଦଣ୍ଡ ଆଉ ନ ରହେ, ତେବେ ତହିଁରେ ହିଁ କି? ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
14 Tu, o figlio dell'uomo, predici e batti le mani: la spada si raddoppi e si triplichi, è la spada dei massacri, la grande spada del massacro che li circonda.
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ୍ଗ, ଆହତ ଲୋକମାନଙ୍କର ଖଡ୍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ୍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ।
15 Perché i cuori si struggano e si moltiplichino le vittime, ho messo ad ogni porta la punta della spada, fatta per lampeggiare, affilata per il massacro.
ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ଅନେକ ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ୱାର ବିରୁଦ୍ଧରେ ଖଡ୍ଗର ଅଗ୍ରଭାଗ ରଖିଅଛୁ; ଆଃ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି।
16 Volgiti a destra, volgiti a sinistra, ovunque si diriga la tua lama.
ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ପ୍ରତି ଯାଅ; ଯେକୌଣସି ପ୍ରତି ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର)।
17 Anch'io batterò le mani e sazierò la mia ira. Io, il Signore, ho parlato».
ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
18 Mi fu rivolta questa parola del Signore:
ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
19 «Figlio dell'uomo, traccia due strade per il passaggio della spada del re di Babilonia; proverranno tutte e due dallo stesso paese; tu metti un segnale a capo della strada che conduce nella città.
“ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ ମୁଣ୍ଡରେ ଚିହ୍ନିତ କର।
20 Traccia la strada per cui la spada giunga a Rabbà degli Ammoniti e in Giuda, a Gerusalemme nella città fortificata.
ଅମ୍ମୋନ-ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।
21 Infatti il re di Babilonia è fermo al bivio, all'inizio delle due strade, per interrogare le sorti: agita le frecce, interroga gli dei domestici, osserva il fegato.
କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।
22 Nella sua destra è uscito il responso: Gerusalemme, per porre contro di essa gli arieti, per farle udire l'ordine del massacro, echeggiare grida di guerra, disporre gli arieti contro le sue porte, innalzare terrapieni, costruire trincee.
ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍, ସେହି ସ୍ଥାନରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।
23 Ma questo non è che un vano presagio agli occhi di quelli che hanno fatto loro solenni giuramenti. Egli però ricorda loro l'iniquità per cui saranno catturati».
ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ।
24 Perciò dice il Signore: «Poiché voi avete fatto ricordare le vostre iniquità, rendendo manifeste le vostre trasgressioni e palesi i vostri peccati in tutto il vostro modo di agire, poiché ve ne vantate, voi resterete presi al laccio.
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ଆଜ୍ଞା-ଲଙ୍ଘନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣରେ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ।
25 A te, sconsacrato, empio principe d'Israele, di cui è giunto il giorno con il tempo della tua iniquità finale,
ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;
26 così dice il Signore Dio: Deponi il turbante e togliti la corona: tutto sarà cambiato: ciò che è basso sarà elevato e ciò che è alto sarà abbassato.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।
27 In rovina, in rovina, in rovina la ridurrò e non si rialzerà più finché non giunga colui al quale appartiene di diritto e al quale io la darò».
ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।
28 Tu, figlio dell'uomo, profetizza e annunzia: «Così dice il Signore Dio agli Ammoniti e riguardo ai loro insulti. Dì dunque: La spada, la spada è sguainata per la strage, è affilata per sterminare, per lampeggiare,
ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,
29 mentre tu hai false visioni e ti si predicono sorti bugiarde, la spada sarà messa alla gola degli empi perversi, il cui giorno è venuto, al colmo della loro malvagità.
ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜିତ ହୋଇଅଛି।
30 Rimettila nel fodero. Nel luogo stesso in cui tu fosti creato, nella terra stessa in cui sei nato, io ti giudicherò;
ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।
31 rovescerò su di te il mio sdegno, contro di te soffierò nel fuoco della mia ira e ti abbandonerò in mano di uomini violenti, portatori di distruzione.
ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।
32 Sarai preda del fuoco, del tuo sangue sarà intrisa la terra, non ti si ricorderà più perché io, il Signore, ho parlato».
ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତିପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”