< Giudici 7 >
1 Ierub-Baal dunque, cioè Gedeone, con tutta la gente che era con lui, alzatosi di buon mattino, si accampò alla fonte di Carod. Il campo di Madian era al nord, verso la collina di More, nella pianura.
ଏଥିଉତ୍ତାରେ ଯିରୁବ୍ବାଲ୍, ଅର୍ଥାତ୍, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ପ୍ରଭାତରେ ଉଠି ହାରୋଦ ନିର୍ଝର ନିକଟରେ ଛାଉଣି କଲେ; ସେସମୟରେ ମିଦୀୟନର ଛାଉଣି ସେମାନଙ୍କ ଉତ୍ତର ଆଡ଼େ ମୋରି ପର୍ବତ ନିକଟସ୍ଥ ତଳଭୂମିରେ ଥିଲା।
2 Il Signore disse a Gedeone: «La gente che è con te è troppo numerosa, perché io metta Madian nelle sue mani; Israele potrebbe vantarsi dinanzi a me e dire: La mia mano mi ha salvato.
ଏଥିଉତ୍ତାରେ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, “ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ବିରୁଦ୍ଧରେ ଦର୍ପ କରିବ।
3 Ora annunzia davanti a tutto il popolo: Chiunque ha paura e trema, torni indietro». Gedeone li mise così alla prova. Tornarono indietro ventiduemila uomini del popolo e ne rimasero diecimila.
ଏଣୁ ଏବେ ଏହା କର, ‘ଯେକେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର।’” ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ।
4 Il Signore disse a Gedeone: «La gente è ancora troppo numerosa; falli scendere all'acqua e te li metterò alla prova. Quegli del quale ti dirò: Questi venga con te, verrà; e quegli del quale ti dirò: Questi non venga con te, non verrà».
ତହୁଁ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, “ତଥାପି ବହୁତ ଲୋକ ଅଛନ୍ତି; ସେମାନଙ୍କୁ ଜଳ ନିକଟକୁ ଆଣ, ସେଠାରେ ଆମ୍ଭେ ତୁମ୍ଭ ନିମନ୍ତେ ସେମାନଙ୍କୁ ପରୀକ୍ଷା କରିବା; ତହିଁରେ ଆମ୍ଭେ ଯାହା ବିଷୟରେ ତୁମ୍ଭକୁ କହିବା, ‘ଏ ତୁମ୍ଭ ସଙ୍ଗରେ ଯିବ,’ ସେ ତୁମ୍ଭ ସଙ୍ଗରେ ଯିବ; ପୁଣି ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିବା, ‘ଏ ତୁମ୍ଭ ସଙ୍ଗରେ ଯିବ ନାହିଁ,’ ସେ ଯିବ ନାହିଁ।”
5 Gedeone fece dunque scendere la gente all'acqua e il Signore gli disse: «Quanti lambiranno l'acqua con la lingua, come la lambisce il cane, li porrai da una parte; porrai da un'altra quanti, per bere, si metteranno in ginocchio».
ତେଣୁ ସେ ଲୋକମାନଙ୍କୁ ଜଳ ନିକଟକୁ ଆଣିଲେ; ତହିଁରେ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, “କୁକ୍କୁର ପରି ଆପଣା ଜିହ୍ୱାରେ ଚାକୁ ଚାକୁ କରି ଜଳ ଖାଇବା ପ୍ରତ୍ୟେକ ଲୋକକୁ, ସେହିପରି ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିବା ପ୍ରତ୍ୟେକ ଲୋକକୁ ପୃଥକ କର।”
6 Il numero di quelli che lambirono l'acqua portandosela alla bocca con la mano, fu di trecento uomini; tutto il resto della gente si mise in ginocchio per bere l'acqua.
ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶହ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳ ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ।
7 Allora il Signore disse a Gedeone: «Con questi trecento uomini che hanno lambito l'acqua, io vi salverò e metterò i Madianiti nelle tue mani. Tutto il resto della gente se ne vada, ognuno a casa sua».
ତହୁଁ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, “ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲିଯାଆନ୍ତୁ।”
8 Egli prese dalle mani del popolo le brocche e le trombe; rimandò tutti gli altri Israeliti ciascuno alla sua tenda e tenne con sé i trecento uomini. L'accampamento di Madian gli stava al di sotto, nella pianura.
ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେ; ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା।
9 In quella stessa notte il Signore disse a Gedeone: «Alzati e piomba sul campo, perché io te l'ho messo nelle mani.
ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ।
10 Ma se hai paura di farlo, scendivi con Pura tuo servo
ମାତ୍ର ତୁମ୍ଭେ ଯିବାକୁ ଭୟ କଲେ, ତୁମ୍ଭ ଦାସ ଫୁରାକୁ ସଙ୍ଗେ ନେଇ ଛାଉଣିକୁ ଓହ୍ଲାଇ ଯାଅ।
11 e udrai quello che dicono; dopo, prenderai vigore per piombare sul campo». Egli scese con Pura suo servo fino agli avamposti dell'accampamento.
ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକୁ ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ।” ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରାନ୍ତ ପର୍ଯ୍ୟନ୍ତ ଗଲେ।
12 I Madianiti, gli Amaleciti e tutti i figli dell'oriente erano sparsi nella pianura e i loro cammelli erano senza numero come la sabbia che è sul lido del mare.
ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।
13 Quando Gedeone vi giunse, ecco un uomo raccontava un sogno al suo compagno e gli diceva: «Ho fatto un sogno. Mi pareva di vedere una pagnotta di orzo rotolare nell'accampamento di Madian: giunse alla tenda, la urtò e la rovesciò e la tenda cadde a terra».
ପୁଣି ଗିଦିୟୋନ୍ ଉପସ୍ଥିତ ହେଲା ବେଳେ, “ଦେଖ, ଜଣେ ଲୋକ ଆପଣା ସଙ୍ଗୀକୁ ଗୋଟିଏ ସ୍ୱପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ୱପ୍ନ ଦେଖିଲି ଯେ, ଏକ ଯବ ରୁଟି ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ବୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ବୁ ଶୋଇ ପଡ଼ିଲା।”
14 Il suo compagno gli rispose: «Questo non è altro che la spada di Gedeone, figlio di Ioas, uomo di Israele; Dio ha messo nelle sue mani Madian e tutto l'accampamento».
ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, “ଏହା ଇସ୍ରାଏଲୀୟ ଯୋୟାଶ୍ର ପୁତ୍ର ଗିଦିୟୋନ୍ଙ୍କର ଖଡ୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।”
15 Quando Gedeone ebbe udito il racconto del sogno e la sua interpretazione, si prostrò; poi tornò al campo di Israele e disse: «Alzatevi, perché il Signore ha messo nelle vostre mani l'accampamento di Madian».
ସେତେବେଳେ ଗିଦିୟୋନ୍ ସେହି ସ୍ୱପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେ; ପୁଣି ସେ ଇସ୍ରାଏଲ ଛାଉଣିକୁ ଫେରିଆସି କହିଲେ, “ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।”
16 Divise i trecento uomini in tre schiere, consegnò a tutti trombe e brocche vuote con dentro fiaccole;
ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳସ ଓ କଳସ ମଧ୍ୟରେ ଦିହୁଡ଼ି ଦେଲେ।
17 disse loro: «Guardate me e fate come farò io, così farete voi.
ଆଉ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋʼ ପ୍ରତି ଦୃଷ୍ଟି ରଖି ମୋʼ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ମଧ୍ୟ ସେରୂପ କରିବ।
18 Quando io, con quanti sono con me, suonerò la tromba, anche voi suonerete le trombe intorno a tutto l'accampamento e griderete: Per il Signore e per Gedeone!».
ଯେତେବେଳେ ମୁଁ ଓ ଆମ୍ଭ ସଙ୍ଗୀ ସମସ୍ତେ ତୂରୀ ବଜାଇବୁ, ସେତେବେଳେ ତୁମ୍ଭେମାନେ ମଧ୍ୟ ସମୁଦାୟ ଛାଉଣିର ଚାରିଆଡ଼େ ତୂରୀ ବଜାଅ ଓ କୁହ, (ଖଡ୍ଗ) ‘ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।’”
19 Gedeone e i cento uomini che erano con lui giunsero all'estremità dell'accampamento, all'inizio della veglia di mezzanotte, quando appena avevano cambiato le sentinelle. Egli suonò la tromba spezzando la brocca che aveva in mano.
ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳସ କଚାଡ଼ି ଭାଙ୍ଗି ପକାଇଲେ।
20 Allora le tre schiere suonarono le trombe e spezzarono le brocche, tenendo le fiaccole con la sinistra e con la destra le trombe per suonare e gridarono: «La spada per il Signore e per Gedeone!».
ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳସ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, “ଖଡ୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।”
21 Ognuno di essi rimase al suo posto, intorno all'accampamento; tutto il campo si mise a correre, a gridare, a fuggire.
ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ।
22 Mentre quelli suonavano le trecento trombe, il Signore fece volgere la spada di ciascuno contro il compagno, per tutto l'accampamento. L'esercito fuggì fino a Bet-Sitta a Zerera fino alla riva di Abel-Mecola, sopra Tabbat.
ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବେଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲ୍-ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।
23 Gli Israeliti di Nèftali, di Aser e di tutto Manàsse si radunarono e inseguirono i Madianiti.
ଏଥିଉତ୍ତାରେ ନପ୍ତାଲି ଓ ଆଶେର ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।
24 Intanto Gedeone aveva mandato messaggeri per tutte le montagne di Efraim a dire: «Scendete contro i Madianiti e tagliate loro i guadi sul Giordano fino a Bet-Bara». Così tutti gli uomini di Efraim si radunarono e si impadronirono dei guadi sul Giordano fino a Bet-Bara.
ପୁଣି ଗିଦିୟୋନ୍ ଇଫ୍ରୟିମର ପର୍ବତମୟ ସମସ୍ତ ଦେଶର ଚାରିଆଡ଼େ ଏହି କଥା କହିବାକୁ ଦୂତ ପଠାଇଲେ, “ମିଦୀୟନ ବିରୁଦ୍ଧରେ ଓହ୍ଲାଇ ଆସ ଓ ସେମାନଙ୍କ ଆଗେ ବେଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କର;” ତହିଁରେ ଇଫ୍ରୟିମର ସମସ୍ତ ଲୋକ ଏକତ୍ରିତ ହୋଇ ବେଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କଲେ।
25 Presero due capi di Madian, Oreb e Zeeb; uccisero Oreb alla roccia di Oreb e Zeeb al Torchio di Zeeb. Inseguirono i Madianiti e portarono le teste di Oreb e di Zeeb a Gedeone, oltre il Giordano.
ଏଥିରେ ସେମାନେ ଓରେବ୍ ଓ ସେବ୍ ନାମକ ମିଦୀୟନର ଦୁଇ ଅଧିପତିଙ୍କୁ ଧରିଲେ; ପୁଣି ସେମାନେ ଓରେବ୍କୁ ଓରେବ୍-ଶୈଳ ନିକଟରେ ବଧ କଲେ, ଆଉ ସେବ୍କୁ ସେମାନେ ସେବ୍-ଦ୍ରାକ୍ଷାଯନ୍ତ୍ର ନିକଟରେ ବଧ କରି ମିଦୀୟନର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଓରେବ୍ ଓ ସେବ୍ର ମସ୍ତକ ଯର୍ଦ୍ଦନ ସେପାରିକି ଗିଦିୟୋନ୍ଙ୍କ ନିକଟକୁ ଆଣିଲେ।