< Malachia 1 >

1 Oracolo. Parola del Signore a Israele per mezzo di Malachia.
ମଲାଖିଙ୍କ ଦ୍ୱାରା ଇସ୍ରାଏଲ ଲୋକମାନଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟ ଘୋଷଣା।
2 Vi ho amati, dice il Signore. E voi dite: «Come ci hai amati?». Non era forse Esaù fratello di Giacobbe? - oracolo del Signore - Eppure ho amato Giacobbe
ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ‘ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ?’” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।
3 e ho odiato Esaù. Ho fatto dei suoi monti un deserto e ho dato la sua eredità agli sciacalli del deserto.
ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।”
4 Se Edom dicesse: «Siamo stati distrutti, ma ci rialzeremo dalle nostre rovine!», il Signore degli eserciti dichiara: Essi ricostruiranno: ma io demolirò. Saranno chiamati Regione empia e Popolo contro cui il Signore è adirato per sempre.
ଇଦୋମ କହୁଅଛି, “ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଦେଶ ଓ ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।”
5 I vostri occhi lo vedranno e voi direte: «Grande è il Signore anche al di là dei confini d'Israele».
ପୁଣି, ତୁମ୍ଭମାନଙ୍କର ସ୍ଵଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ମଧ୍ୟ ମହାନ ଅଟନ୍ତି।”
6 Il figlio onora suo padre e il servo rispetta il suo padrone. Se io sono padre, dov'è l'onore che mi spetta? Se sono il padrone, dov'è il timore di me? Dice il Signore degli eserciti a voi, sacerdoti, che disprezzate il mio nome. Voi domandate: «Come abbiamo disprezzato il tuo nome?».
“ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’
7 Offrite sul mio altare un cibo contaminato e dite: «Come ti abbiamo contaminato?». Quando voi dite: «La tavola del Signore è spregevole»
ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ,’ ଏହା କହି, ତାହା କରୁଅଛ।
8 e offrite un animale cieco in sacrificio, non è forse un male? Quando voi offrite un animale zoppo o malato, non è forse un male? Offritelo pure al vostro governatore: pensate che l'accetterà o che vi sarà grato? Dice il Signore degli eserciti.
ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କʼଣ ମନ୍ଦ ନୁହେଁ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କʼଣ ମନ୍ଦ ନୁହେଁ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ? ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
9 Ora supplicate pure Dio perché abbia pietà di voi! Se fate tali cose, dovrebbe mostrarsi favorevole a voi? Dice il Signore degli eserciti.
ଆଉ, ପରମେଶ୍ୱର ଯେପରି ଆମ୍ଭମାନଙ୍କ ପ୍ରତି ଦୟାଳୁ ହେବେ, ଏଥିପାଇଁ ତାହାଙ୍କର ଅନୁଗ୍ରହ ପ୍ରାର୍ଥନା କରୁଅଛ; ମାତ୍ର ତୁମ୍ଭମାନଙ୍କ ଏପରି ଆଚରଣ ଦେଖି ସେ କʼଣ ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରହଣ କରିବେ? ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
10 Oh, ci fosse fra di voi chi chiude le porte, perché non arda più invano il mio altare! Non mi compiaccio di voi, dice il Signore degli eserciti, non accetto l'offerta delle vostre mani!
ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।
11 Poiché dall'oriente all'occidente grande è il mio nome fra le genti e in ogni luogo è offerto incenso al mio nome e una oblazione pura, perché grande è il mio nome fra le genti, dice il Signore degli eserciti.
କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।
12 Ma voi lo profanate quando dite: «La tavola del Signore è contaminata e spregevole ciò che v'è sopra, il suo cibo».
ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍‍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।
13 Voi aggiungete: «Ah! che pena!». Voi mi disprezzate, dice il Signore degli eserciti, e offrite animali rubati, zoppi, malati e li portate in offerta! Posso io gradirla dalle vostre mani? Dice il Signore.
ଆହୁରି, ତୁମ୍ଭେମାନେ କହୁଅଛ, ‘ଦେଖ, ଏହା କିପରି କ୍ଳାନ୍ତିଜନକ’ ଓ ତୁମ୍ଭେମାନେ ତାହା ତୁଚ୍ଛଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି।
14 Maledetto il fraudolento che ha nel gregge un maschio, ne fa voto e poi mi sacrifica una bestia difettosa. Poiché io sono un re grande, dice il Signore degli eserciti, e il mio nome è terribile fra le nazioni.
ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”

< Malachia 1 >