< Salmi 41 >
1 Al maestro del coro. Salmo. Di Davide. Beato l'uomo che ha cura del debole, nel giorno della sventura il Signore lo libera.
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
2 Veglierà su di lui il Signore, lo farà vivere beato sulla terra, non lo abbandonerà alle brame dei nemici.
ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦ ପ୍ରାପ୍ତ ହେବ; ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କରିବେ ନାହିଁ।
3 Il Signore lo sosterrà sul letto del dolore; gli darai sollievo nella sua malattia.
ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।
4 Io ho detto: «Pietà di me, Signore; risanami, contro di te ho peccato».
ମୁଁ କହିଲି, “ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”
5 I nemici mi augurano il male: «Quando morirà e perirà il suo nome?».
ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, “ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?”
6 Chi viene a visitarmi dice il falso, il suo cuore accumula malizia e uscito fuori sparla.
ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।
7 Contro di me sussurrano insieme i miei nemici, contro di me pensano il male:
ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।
8 «Un morbo maligno su di lui si è abbattuto, da dove si è steso non potrà rialzarsi».
ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।
9 Anche l'amico in cui confidavo, anche lui, che mangiava il mio pane, alza contro di me il suo calcagno.
ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।
10 Ma tu, Signore, abbi pietà e sollevami, che io li possa ripagare.
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।
11 Da questo saprò che tu mi ami se non trionfa su di me il mio nemico;
ମୋହର ଶତ୍ରୁ ମୋʼ ଉପରେ ଜୟଧ୍ୱନି କରୁ ନାହିଁ, ଏଥିସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼ ଠାରେ ସନ୍ତୁଷ୍ଟ ଅଛ।
12 per la mia integrità tu mi sostieni, mi fai stare alla tua presenza per sempre.
ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ।
13 Sia benedetto il Signore, Dio d'Israele, da sempre e per sempre. Amen, amen.
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍, ଆମେନ୍।