< 歴代誌Ⅰ 16 >
1 人々神の契約の櫃を舁いりて之をダビデがその爲に張たる幕屋の中に置ゑ而して燔祭と酬恩祭を神の前に献げたり
ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
2 ダビデ燔祭と酬恩祭を献ぐることを終しかばヱホバの名をもて民を祝し
ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
3 イスラエルの衆庶に男にも女にも都てパン一箇肉一片乾葡萄一塊を分ち與へたり
ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।
4 ダビデまたレビ人を立てヱホバの契約の櫃の前にて職事をなさしめ又イスラエルの神ヱホバを崇め讃めかつ頌へしめたり
ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।
5 伶長はアサフその次はゼカリヤ、ヱイエル、セミラモテ、ヱヒエル、マツタテヤ、エリアブ、ベナヤ、オベデエドム、ヱイエルこれは瑟と琴とを弾じアサフは鐃鈸を打鳴し
ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍, ବନାୟ, ଓବେଦ୍-ଇଦୋମ ଓ ଯିୟୀୟେଲ୍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;
6 また祭司ベナヤとヤハジエルは喇叭をとりて恒に神の契約の櫃の前に侍れり
ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।
7 當日ダビデ始めてアサフとその兄弟等を立てヱホバを頌へしめたり其言に云く
ଆଉ ସେହି ଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।
8 ヱホバに感謝しその名をよびその作たまへることをもろもろの民輩の中にしらしめよ
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
9 ヱホバにむかひてうたへヱホバを讃うたへそのもろもろの奇しき跡をかたれ
ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକର୍ମ ବିଷୟରେ କଥୋପକଥନ କର।
10 そのきよき名をほこれヱホバをたづぬるものの心はよろこぶべし
ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
11 ヱホバとその能力とをたづねよ恒にその聖顔をたづねよ
ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।
12 その僕イスラエルの裔よヤコダの子輩よそのえらびたまひし所のものよそのなしたまへる奇しき跡とその異事とその口のさばきとを心にとむれ
ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ, ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ,
13 その僕イスラエルの裔よヤコダの子輩よそのえらびたまひし所のものよそのなしたまへる奇しき跡とその異事とその口のさばきとを心にとむれ
ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
14 彼はわれらの神ヱホバなりそのおほくの審判は全地にあり
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି।
15 なんぢらたえずその契約をこころに記よ此はよろづ代に命じたまひし聖言なり
ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି;
16 アブラハムとむすびたまひし契約イサクに與へたまひし誓なり
ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍ହାକଙ୍କ ପ୍ରତି କରିଥିଲେ;
17 之をかたくしヤコブのために律法となしイスラエルのためにとこしへの契約となして
ପୁଣି, ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଇସ୍ରାଏଲ ପ୍ରତି ସ୍ଥିର କଲେ।
18 言たまひけるは我なんぢにカナンの地をたまひてなんぢらの嗣業の分となさん
ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;”
19 この時なんぢらの數おほからず甚すくなくしてかしこにて旅人となり
ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;
20 この國よりかの國にゆきこの國よりほかの民にゆけり
ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ।
21 人のかれらを虐ぐるをゆるしたまはずかれらの故によりて王たちを懲しめて
ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;
22 宣給くわが受膏者たちにふるるなかれわが預言者たちをそこなふなかれ
କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର।”
23 全地よヱホバにむかひて謳へ日ごとにその拯救をのべつたへよ
ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।
24 もろもろの國のなかにその榮光をあらはしもろもろの民のなかにその奇しきみわざを顯すべし
ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।
25 そはヱホバはおほいなり大にほめたたふべきものなりまたもろもろの神にまさりて畏るべきものなり
କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।
26 もろもろの民のすべての神はことごとく虚しされどヱホはもろもろの天をつくりたまへり
କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
27 尊貴と稜威とはその前にあり能とよろこびとはその聖所にあり
ସମ୍ଭ୍ରମ ଓ ପ୍ରଭାବ ତାହାଙ୍କର ଅଗ୍ରବର୍ତ୍ତୀ, ଶକ୍ତି ଓ ଆହ୍ଲାଦ ତାହାଙ୍କ ସ୍ଥାନରେ ବିଦ୍ୟମାନ।
28 もろもろのたみの諸族よ榮光とちからとをヱホバにあたへよヱホバにあたへよ
ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
29 その聖名にかなふ榮光をもてヱホバにあたへ献物をたづさへて其前にきたれきよき美はしき物をもてヱホバを拝め
ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର।
30 全地よその前にをののけ世界もかたくたちて動かさるることなし
ସମୁଦାୟ ପୃଥିବୀ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।
31 天はよろこび地はたのしむべしもろもろの國のなかにいへヱホバは統治たまふ
ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, “ସଦାପ୍ରଭୁ ରାଜ୍ୟ କରନ୍ତି।”
32 海とそのなかに盈るものとはなりどよみ田畑とその中のすべての物とはよろこぶべし
ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ;
33 かくて林のもろもろの樹もまたヱホバの前によろこびうたはんヱホバ地をさばかんとて來りたまふ
ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି।
34 ヱホバに感謝せよそのめぐみはふかくその憐憫はかぎりなし
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
35 汝ら言へ我らの拯救の神よ我らを救ひ我らを取り集め列邦のなかより救ひいだしたまへ我らは聖名に謝しなんぢのほむべき事をほこらん
ଆଉ, ତୁମ୍ଭେମାନେ କୁହ, “ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”
36 イスラエルの神ヱホバは窮なきより窮なきまでほむべきかなすべての民はアーメンととなへてヱホバを讃稱へたり
ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।
37 ダビデはアサフとその兄弟等をヱホバの契約の櫃の前に留めおきて契約の櫃の前に常に侍りて日々の事を執行なはせたり
ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ
38 オベデエドムとその兄弟等は合せて六十八人またヱドトンの子なるオベデエドムおよびホサは司門たり
ଆଉ ଓବେଦ୍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍ର ପୁତ୍ର ଓବେଦ୍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ
39 祭司ザドクおよびその兄弟たる祭司等はギベオンなる崇邱においてヱホバの天幕の前に侍り
ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ
40 燔祭の壇の上にて朝夕斷ず燔祭をヱホバに献げ且ヱホバがイスラエルに命じたまひし律法に記されたる諸の事を行へり
ସାଦୋକ ଯାଜକ ଓ ତାହାର ଯାଜକ-ଭ୍ରାତୃଗଣ ଗିବୀୟୋନ୍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;
41 またヘマン、ヱドトンおよびその餘の選ばれて名を記されたる者等彼らとともにありてヱホバの恩寵の世々限なきを讃まつれり
ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ।
42 即ちヘマンおよびヱドトンかれらとともに居て喇叭鐃鈸など神の樂器を操て樂を奏せり又ヱドトンの子等は門を守れり
ଆଉ, ହେମନ, ଯିଦୂଥୂନ୍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନ୍ର ପୁତ୍ରମାନେ ଦ୍ୱାରପାଳ ହେଲେ।
43 かくて民みな各々その家にかへれり又ダビデはその家族を祝せんとて還りゆけり
ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ।