< 列王記Ⅰ 19 >
1 アハブ、イゼベルにエリヤの凡て爲たる事及び其如何に諸の預言者を刀劍にて殺したるかを告しかば
ଏଥିଉତ୍ତାରେ ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ୍ଗରେ ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍କୁ ଜଣାଇଲେ।
2 イゼベル使をエリヤに遣はして言けるは神等斯なし復重て斯なしたまへ我必ず明日の今時分汝の命を彼人々の一人の生命のごとくせんと
ତହିଁରେ ଈଷେବଲ୍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
3 かれ恐れて起ち其生命のために逃げ往てユダに屬するベエルシバに至り少者を其處に遺して
ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।
4 自ら一日程ほど曠野に入り往て金雀花の下に坐し其身の死んことを求めていふヱホバよ足り今わが生命を取たまへ我はわが父祖よりも善にはあらざるなりと
ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”
5 彼金雀花の下に伏して寝りしが天の使彼に捫り興て食へと言ければ
ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।”
6 彼見しに其頭の側に炭に燒きたるパンと一瓶の水ありき乃ち食ひ飮て復偃臥たり
ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନପାନ କରି ପୁନର୍ବାର ଶୟନ କଲେ।
7 ヱホバの使者復再び來りて彼に捫りていひけるは興て食へ其は途長くして汝勝べからざればなりと
ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ।”
8 彼興て食ひ且飮み其食の力に仗て四十日四十夜行て神の山ホレブに至る
ତହୁଁ ସେ ଉଠି ଭୋଜନପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।
9 彼處にて彼洞穴に入りて其處に宿りしが主の言彼に臨みて彼に言けるはエリヤよ汝此にて何を爲や
ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, “ଏଲୀୟ, ତୁମ୍ଭେ ଏଠାରେ କʼଣ କରୁଅଛ?”
10 彼いふ我は萬軍の神ヱホバのために甚だ熱心なり其はイスラエルの子孫汝の契約を棄て汝の壇を毀ち刀劍を以て汝の預言者を殺したればなり惟我一人存るに彼等我生命を取んことを求むと
ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
11 ヱホバ言たまひけるは出てヱホバの前に山の上に立てと茲にヱホバ過ゆきたまふにヱホバのまへに當りて大なる強き風山を裂き岩石を碎しが風の中にはヱホバ在さざりき風の後に地震ありしが地震の中にはヱホバ在さざりき
ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।
12 又地震の後に火ありしが火の中にはヱホバ在さざりき火の後に靜なる細微き聲ありき
ଆଉ ଭୂମିକମ୍ପ ଉତ୍ତାରେ ଅଗ୍ନି ହେଲା; ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ; ପୁଣି, ଅଗ୍ନି ଉତ୍ତାରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା।
13 エリヤ聞て面を外套に蒙み出て洞穴の口に立ちけるに聲ありて彼に臨みエリヤよ汝此にて何をなすやといふ
ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ। ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, “ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?”
14 かれいふ我は萬軍の神ヱホバの爲に甚だ熱心なり其はイスラエルの子孫汝の契約を棄て汝の壇を毀ち刀劍を以て汝の預言者を殺したればなり惟我一人存れるに彼等我が生命を取んことを求むと
ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
15 ヱホバかれに言たまひけるは往て汝の途に返りダマスコの曠野に至り往てハザエルに膏を沃ぎてスリアの王となせ
ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, “ଆପଣା ପଥରେ ଫେରି ଦମ୍ମେଶକ ପ୍ରାନ୍ତରକୁ ଯାଅ; ଆଉ ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ହସାୟେଲକୁ ଅରାମ ଉପରେ ରାଜାଭିଷିକ୍ତ କର;
16 又汝ニムシの子エヒウに膏を注ぎてイスラエルの王となすべし又アベルメホラのシヤパテの子エリシヤに膏をそそぎ爾に代りて預言者とならしむべし
ଆଉ ନିମ୍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍-ମହୋଲା ନିବାସୀ ଶାଫଟ୍ର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍ବକ୍ତା କରି ଅଭିଷେକ କର।
17 ハザエルの刀劍を逃るる者をばエヒウ殺さんエヒウの刀劍を逃るる者をばエリシヤ殺さん
ତହିଁରେ ଯେଉଁ ଲୋକ ହସାୟେଲର ଖଡ୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ।
18 又我イスラエルの中に七千人を遺さん皆其膝をバアルに跼めず其口を之に接ざる者なりと
ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ଯେଉଁମାନଙ୍କର ଆଣ୍ଠୁ ବାଲ୍ ସମ୍ମୁଖରେ ନତ ହୋଇ ନାହିଁ ଓ ଯେଉଁମାନଙ୍କର ମୁଖ ତାହାକୁ ଚୁମ୍ବନ କରି ନାହିଁ।”
19 エリヤ彼處よりゆきてシヤパテの子エリシヤに遭ふ彼は十二軛の牛を其前に行しめて己は其第十二の牛と偕にありて耕し居たりエリヤ彼の所にわたりゆきて外套を其上にかけたれば
ଏଥିରେ ଏଲୀୟ ଏଠାରୁ ପ୍ରସ୍ଥାନ କରି ଶାଫଟ୍ର ପୁତ୍ର ଇଲୀଶାୟଙ୍କର ସନ୍ଧାନ ପାଇଲେ। ସେସମୟରେ ସେ ହଳ ବୁଲାଉଥିଲେ, ତାଙ୍କ ଆଗରେ ବାର ହଳ ବଳଦ ଥିଲେ, ପୁଣି, ସେ ଦ୍ୱାଦଶ ହଳରେ ଥିଲେ; ତହିଁରେ ଏଲୀୟ ତାଙ୍କ ନିକଟକୁ ଯାଇ ଆପଣା ବସ୍ତ୍ର ତାଙ୍କ ଉପରେ ପକାଇଲେ।
20 牛を棄てエリヤの後に趨ゆきて言けるは請ふ我をしてわが父母に接吻せしめよしかるのち我爾にしたがはんとエリヤかれに言けるは行け還れ我爾に何をなしたるやと
ତହିଁରେ ସେ ବଳଦ ଛାଡ଼ି ଏଲୀୟଙ୍କ ପଛେ ଦୌଡ଼ି ତାଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପିତା ଓ ମାତାଙ୍କୁ ଚୁମ୍ବନ ଦେବା ପାଇଁ ଅନୁମତି ଦେଉନ୍ତୁ, ତହିଁ ଉତ୍ତାରେ ମୁଁ ଆପଣଙ୍କ ପଛେ ଯିବି।” ତହୁଁ ଏଲୀୟ ତାଙ୍କୁ କହିଲେ, “ଫେରିଯାଅ; କିନ୍ତୁ ଚିନ୍ତା କର ଆମ୍ଭେ ତୁମ୍ଭର କଅଣ କଲୁ।”
21 エリシヤ彼をはなれて還り一軛の牛をとりて之をころし牛の器具を焚て其肉を煮て民にあたへて食はしめ起て往きエリヤに從ひて之に事へたり
ତହିଁରେ ସେ ତାଙ୍କ ପଶ୍ଚାତ୍ଗମନରୁ ଫେରିଗଲେ ଓ ସେହି ବଳଦ ହଳକ ନେଇ ବଧ କରି ଯୁଆଳି କାଠରେ ସେହି ମାଂସ ସିଦ୍ଧ କରି ଲୋକମାନଙ୍କୁ ଦିଅନ୍ତେ, ସେମାନେ ଭୋଜନ କଲେ। ତହୁଁ ସେ ଉଠି ଏଲୀୟଙ୍କର ପଶ୍ଚାତ୍ଗମନ କରି ତାଙ୍କର ପରିଚର୍ଯ୍ୟା କଲେ।