< 列王記Ⅰ 9 >

1 ソロモン、ヱホバの家と王の家を建る事を終へ且凡てソロモンが爲んと欲し望を遂し時
ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଓ ଆପଣାର ଇଚ୍ଛାମତ ଯେଉଁ ସମସ୍ତ କର୍ମ କରିବାକୁ ସନ୍ତୁଷ୍ଟ ହେଲେ, ସେସବୁର ନିର୍ମାଣ ସମାପ୍ତ କରନ୍ତେ,
2 ヱホバ再ソロモンに甞てギベオンにて顯現たまひし如くあらはれたまひて
ସଦାପ୍ରଭୁ ଯେପରି ଶଲୋମନଙ୍କୁ ଗିବୀୟୋନ୍‍ରେ ଦର୍ଶନ ଦେଇଥିଲେ, ସେପରି ଦ୍ୱିତୀୟ ଥର ତାଙ୍କୁ ଦର୍ଶନ ଦେଲେ।
3 彼に言たまひけるは我は爾が我まへに願し祈祷と祈願を聽たり我爾が建たる此家を聖別てわが名を永く其處に置べし且わが目とわが心は恒に其處にあるべし
ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି, ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ।
4 爾若爾の父ダビデの歩みし如く心を完うして正しく我前に歩みわが爾に命じたる如く凡て行ひてわが憲法と律例を守らば
ଆଉ ଆମ୍ଭେ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ, ତଦନୁସାରେ କର୍ମ କରିବା ପାଇଁ ଯଦି ତୁମ୍ଭେ ଆପଣା ପିତା ଦାଉଦ ପରି ଏକାନ୍ତ ଚିତ୍ତରେ ଓ ସରଳ ଭାବରେ ଆମ୍ଭ ସାକ୍ଷାତରେ ଚାଲିବ, ପୁଣି, ଆମ୍ଭ ବିଧି ଓ ଶାସନ ପାଳନ କରିବ;
5 我は爾の父ダビデに告てイスラエルの位に上る人爾に缺ること無るべしと言しごとく爾のイスラエルに王たる位を固うすべし
‘ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ତୁମ୍ଭ ବଂଶରେ ଲୋକର ଅଭାବ ହେବ ନାହିଁ,’ ଏହି ଯେଉଁ ପ୍ରତିଜ୍ଞା ଆମ୍ଭେ ତୁମ୍ଭ ପିତା ଦାଉଦ ପ୍ରତି କରିଅଛୁ, ତଦନୁସାରେ ଆମ୍ଭେ ଇସ୍ରାଏଲ ଉପରେ ତୁମ୍ଭ ରାଜସିଂହାସନ ଅନନ୍ତକାଳ ସ୍ଥିର କରିବା।
6 若爾等又は爾等の子孫全く轉きて我にしたがはずわが爾等のまへに置たるわが誡命と法憲を守らずして往て他の神に事へ之を拝まば
ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍‍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
7 我イスラエルをわが與へたる地の面より絶ん又わが名のために我が聖別たる此家をば我わがまへより投げ棄んしかしてイスラエルは諸の民の中に諺語となり嘲笑となるべし
ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;
8 且又此家は高くあれども其傍を過る者は皆之に驚き嘶きて言んヱホバ何故に此地に此家に斯爲たまひしやと
ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ‘ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ?’
9 人答へて彼等は己の父祖をエジプトの地より導き出せし其神ヱホバを棄て他の神に附從ひ之を拝み之に事へしに因てヱホバ此の凡の害惡を其上に降せるなりと言ん
ତହିଁରେ ଲୋକମାନେ ଉତ୍ତର କରିବେ, ‘ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।’”
10 ソロモン二十年を經て二の家即ちヱホバの家と王の家を建をはりヒウムにガリラヤの地の城邑二十を與へたり
ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ, ଏହି ଦୁଇ ଗୃହ ନିର୍ମାଣ କରିବା ପାଇଁ ଶଲୋମନଙ୍କୁ କୋଡ଼ିଏ ବର୍ଷ ଲାଗିଲା;
11 其はツロの王ヒラムはソロモンに凡て其望に循ひて香柏と松の木と金を供給たればなり
ତହିଁର ଶେଷରେ ଶଲୋମନ ରାଜା ସୋରର ରାଜା ହୂରମ୍‍କୁ; ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ; ଏହି ହୂରମ୍‍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ସୁବର୍ଣ୍ଣ ଯୋଗାଇ ଦେଇଥିଲା।
12 ヒラム、ツロより出てソロモンが己に與へたる諸邑を見しに其目に善らざりければ
ଏଉତ୍ତାରେ ହୂରମ୍‍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।
13 我兄第よ爾が我に與へたる此等の城邑は何なるやといひて之をカブルの地となづけたり其名今日までのこる
ତହୁଁ ସେ କହିଲା, “ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ?” ପୁଣି, ସେ ସେହିସବୁର ନାମ କାବୂଲ ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।
14 甞てヒラムは金百二十タラントを王に遣れり
ପୁଣି, ହୂରମ୍‍ ଏକ ଶହ କୋଡ଼ିଏ ତାଳନ୍ତ ସୁନା ରାଜାଙ୍କ ନିକଟକୁ ପଠାଇଦେଲା।
15 ソロモン王の徴募人を興せし事は是なり即ちヱホバの家と自己の家とミロとエルサレムの石垣とハゾルとメギドンとゲゼルを建んが爲なりき
ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।
16 エジプトの王パロ嘗て上りてゲゼルを取り火を以て之を燬き其邑に住るカナン人を殺し之をソロモンの妻なる其女に與へて粧奩と爲り
ମିସରର ରାଜା ଫାରୋ ଯାଇ ଗେଷର ହସ୍ତଗତ କରି ତାହା ଅଗ୍ନିରେ ଦଗ୍ଧ କରି ତନ୍ନିବାସୀ କିଣାନୀୟମାନଙ୍କୁ ବଧ କରି ତାହା ଯୌତୁକ ରୂପେ ଆପଣା କନ୍ୟା ଶଲୋମନଙ୍କର ଭାର୍ଯ୍ୟାକୁ ଦେଇଥିଲା।
17 ソロモン、ゲゼルと下ベテホロンと
ଏହେତୁ ଶଲୋମନ ଦେଶ ମଧ୍ୟରେ ଗେଷର, ଅଧଃସ୍ଥିତ ବେଥ୍-ହୋରଣ,
18 バアラと國の野にあるタデモル
ବାଲତ୍‍ ଓ ପ୍ରାନ୍ତରସ୍ଥ ତାମୋର,
19 及びソロモンの有てる府庫の諸邑其戰車の諸邑其騎兵の諸邑並にソロモンがエルサレム、レバノンおよび其凡の領地に於て建んと欲し者を盡く建たり
ଆଉ ଶଲୋମନଙ୍କର ଯେ ଯେ ଭଣ୍ଡାର ନଗର ଥିଲା, ତାହାସବୁ ଓ ରଥ ପାଇଁ ନଗର ଓ ଅଶ୍ୱାରୋହୀମାନଙ୍କ ପାଇଁ ନଗର, ପୁଣି, ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ସନ୍ତୁଷ୍ଟ ହେଲେ, ତାହାସବୁ ନିର୍ମାଣ କଲେ।
20 凡てイスラエルの子孫に非るアモリ人ヘテ人ペリジ人ヒビ人ヱブス人の遺存る者
ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସକଳ ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ;
21 其地に在て彼等の後に遺存る子孫即ちイスラエルの子孫の滅し盡すことを得ざりし者にソロモン奴隸の徴募を行ひて今日に至る
ଅର୍ଥାତ୍‍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରିପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ।
22 然どもイステエルの子孫をばソロモン一人も奴隸と爲ざりき其は彼等は軍人彼の臣僕牧伯大將たり戰車と騎兵の長たればなり
ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ତାଙ୍କ ରାଜଭୃତ୍ୟ, ତାଙ୍କ ଅଧିପତି, ତାଙ୍କର ସେନାପତି, ତାଙ୍କ ରଥ ଓ ଅଶ୍ୱାରୋହୀମାନଙ୍କ ଉପରେ ଅଧ୍ୟକ୍ଷ ଥିଲେ।
23 ソロモンの工事を管理れる首なる官吏は五百五十人にして工事に働く民を治めたり
ସେମାନଙ୍କ ମଧ୍ୟରୁ ପାଞ୍ଚ ଶହ ପଚାଶ ଜଣ ଶଲୋମନଙ୍କର କର୍ମରେ ନିଯୁକ୍ତ ପ୍ରଧାନ ଅଧ୍ୟକ୍ଷ ଥିଲେ। ସେମାନେ କର୍ମକାରୀ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
24 爰にパロの女ダビデの城より上りてソロモンが彼のために建たる家に至る其時にソロモン、ミロを建たり
ମାତ୍ର ଫାରୋର କନ୍ୟା ଦାଉଦ-ନଗରରୁ ଶଲୋମନଙ୍କ ଦ୍ୱାରା ତାହା ପାଇଁ ନିର୍ମିତ ଆପଣା ଗୃହକୁ ଆସିଲା; ତେବେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।
25 ソロモン、ヱホバに築きたる壇の上に年に三次燔祭と酬恩祭を献げ又ヱホバの前なる壇に香を焚りソロモン斯家を全うせり
ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ୱଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ ନିର୍ମାଣ ସମାପ୍ତ କଲେ।
26 ソロモン王エドムの地紅海の濱に於てエラテの邊なるエジオンゲベルにて船數雙を造れり
ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସାଗରତୀରସ୍ଥ ଏଲତ୍‍ ନିକଟବର୍ତ୍ତୀ ଇତ୍‍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।
27 ヒラム海の事を知れる舟人なる其僕をソロモンの僕と偕に其船にて遣せり
ପୁଣି, ହୂରମ୍‍ ସେହି ଜାହାଜରେ ଶଲୋମନଙ୍କର ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲା।
28 彼等オフルに至り其處より金四百二十タラントを取てこれをソロモン王の所に携來る
ଆଉ ସେମାନେ ଓଫୀରକୁ ଯାଇ ସେଠାରୁ ଚାରି ଶହ କୋଡ଼ିଏ ତାଳନ୍ତ ସୁନା ନେଇ ଶଲୋମନ ରାଜାଙ୍କ ନିକଟକୁ ଆଣିଲେ।

< 列王記Ⅰ 9 >