< 歴代誌Ⅱ 32 >
1 ヒゼキヤが此等の事を行ひ且つ忠實なりし後アツスリヤの王セナケリブ來りてユダに入り堅固なる邑々にむかひて陣を張り之を攻取んとす
ଏହି ସକଳ ଘଟଣା ଓ ଏହି ବିଶ୍ୱସ୍ତତାର କର୍ମ ଉତ୍ତାରେ ଅଶୂରର ରାଜା ସନ୍ହେରୀବ ଆସି ଯିହୁଦାରେ ପ୍ରବେଶ କଲା ଓ ପ୍ରାଚୀର-ବେଷ୍ଟିତ ନଗର ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହାସବୁ ଆପଣା ପାଇଁ ଲାଭ କରିବାକୁ ବିଚାର କଲା।
2 ヒゼキヤ、セナケリブの旣に來りヱルサレムに攻むかはんとするを見
ପୁଣି, ସନ୍ହେରୀବ ଆସିଅଛି ଓ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ମନସ୍ଥ କରିଅଛି, ହିଜକୀୟ ଏହା ଦେଖନ୍ତେ,
3 その牧伯等および勇士等と謀りて邑の外なる一切の泉水を塞がんとす彼等これを助く
ସେ ନଗରର ବହିଃସ୍ଥିତ ନିର୍ଝରସବୁ ବନ୍ଦ କରିବା ପାଇଁ ଆପଣାର ଅଧିପତି ଓ ବଳବାନ ଲୋକଙ୍କ ସହିତ ମନ୍ତ୍ରଣା କଲେ; ଆଉ, ସେମାନେ ତାଙ୍କର ସାହାଯ୍ୟ କଲେ।
4 衆多の民あつまりて一切の泉水および國の中を流れわたる渓河を塞ぎていひけるはアツスリヤの王等來りて水を多く得ば豈で可らんやと
“ଏଣୁ ଅଶୂର-ରାଜାଗଣ ଆସି କାହିଁକି ଅନେକ ଜଳ ପାଇବେ?” ଏହା କହି ଅସଂଖ୍ୟ ଲୋକ ଏକତ୍ରିତ ହୋଇ ସମସ୍ତ ଝର ଓ ଦେଶମଧ୍ୟବାହୀ ସ୍ରୋତ ବନ୍ଦ କଲେ।
5 ヒゼキヤまた力を強くし破れたる石垣をことごとく建なほして之を戌樓まで築き上げその外にまた石垣をめぐらしダビデの邑のミロを堅くし戈盾を多く造り
ପୁଣି, ସେ ସାହସ ବାନ୍ଧି ସମସ୍ତ ଭଗ୍ନ ପ୍ରାଚୀର ନିର୍ମାଣ କରି ଦୁର୍ଗ ସମାନ ଓ ବହିଃସ୍ଥିତ ଅନ୍ୟ ପ୍ରାଚୀର ସମାନ ଉଚ୍ଚ କଲେ ଓ ଦାଉଦ-ନଗରସ୍ଥ ମିଲ୍ଲୋ ଦୃଢ଼ କଲେ, ଆଉ ପ୍ରଚୁର ଅସ୍ତ୍ର ଓ ଢାଲ ପ୍ରସ୍ତୁତ କଲେ।
6 軍長を多く民の上に立て邑の門の廣場に民を集めてこれを努ひて言ふ
ଆଉ, ସେ ଲୋକମାନଙ୍କ ଉପରେ ସେନାପତି ନିଯୁକ୍ତ କଲେ ଓ ନଗର-ଦ୍ୱାର ଛକରେ ଆପଣା ନିକଟରେ ସେମାନଙ୍କୁ ଏକତ୍ର କରି ସେମାନଙ୍କୁ ଚିତ୍ତ ପ୍ରବୋଧକ ବାକ୍ୟ କହିଲେ,
7 汝ら心を強くし且勇めアツスリヤの王のためにも彼とともなる群衆のためにも懼るる勿れ慄く勿れ我らとともなる者は彼とともになる者よりも多きぞかし
“ବଳବାନ ଓ ସାହସିକ ହୁଅ, ଅଶୂରର ରାଜା ଓ ତାହାର ସଙ୍ଗୀ ସମସ୍ତ ଜନତା ସକାଶୁ ଭୀତ କି ନିରାଶ ହୁଅ ନାହିଁ; କାରଣ ତାହାର ସହାୟ ଅପେକ୍ଷା ଆମ୍ଭମାନଙ୍କ ସହାୟ ମହାନ;
8 彼とともなる者は肉の腕なり然れども我らとともなる者は我らの神ヱホバにして我らを助け我らに代りて戰かひたまふべしと民はユダの王ヒゼキヤの言に安んず
ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ସହାୟ ଅଛନ୍ତି।” ଏଥିରେ ଲୋକମାନେ ଯିହୁଦା-ରାଜା ହିଜକୀୟଙ୍କ ବାକ୍ୟରେ ନିର୍ଭର ରଖିଲେ।
9 此後アツスリヤの王セナケリブその全軍をもてラキシを攻圍み居りて臣僕をヱルサレムに遣はしてユダの王ヒゼキヤおよびヱルサレムにをる一切のユダ人に告しめて云く
ଏଥିଉତ୍ତାରେ ଅଶୂରର ରାଜା ସନ୍ହେରୀବ ଓ ତାହା ସଙ୍ଗେ ତାହାର ସୈନ୍ୟସାମନ୍ତ ଲାଖୀଶ୍ ନଗର ସମ୍ମୁଖରେ ଥିବା ବେଳେ ସେ ଯିରୂଶାଲମକୁ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ଓ ଯିରୂଶାଲମରେ ଉପସ୍ଥିତ ସମଗ୍ର ଯିହୁଦା ନିକଟକୁ ଆପଣା ଦାସଗଣ ପଠାଇ କହିଲା,
10 アツスリヤの王セナケリブかく言ふ汝ら何を恃みてヱルサレムに閉籠りをるや
“ଅଶୂରର ରାଜା ସନ୍ହେରୀବ ଏହି କଥା କହନ୍ତି, ତୁମ୍ଭେମାନେ କାହିଁରେ ନିର୍ଭର ରଖି ଅବରୋଧ କାଳରେ ଯିରୂଶାଲମରେ ରହୁଅଛ?
11 ヒゼキヤ我らの神ヱホバ、アツスリヤの王の手より我らを救ひ出したまはんと言て汝らを浚かし汝らをして饑渇て死しめんとするに非ずや
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଅଶୂର ରାଜାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି ଦୁର୍ଭିକ୍ଷରେ ଓ ତୃଷାରେ ମରିବା ପାଇଁ ତୁମ୍ଭମାନଙ୍କୁ ସମର୍ପି ଦେବାକୁ କʼଣ ହିଜକୀୟ ମଣାଉ ନାହାନ୍ତି?
12 此ヒゼキヤはすなはちヱホバの諸の崇邱と祭壇を取のぞきユダとヱルサレムとに命じて汝らは唯一の壇の前にて崇拝を爲しその上に香を焚べしと言し者にあらずや
ଏହି ହିଜକୀୟ ତାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରି ଯିହୁଦା ଓ ଯିରୂଶାଲମକୁ ଆଜ୍ଞା କରି କି କହି ନାହାନ୍ତି, ତୁମ୍ଭେମାନେ ଏକ ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ ଓ ତହିଁ ଉପରେ ଧୂପ ଜ୍ୱଳାଇବ?
13 汝らは我およびわが先祖等が諸の國の民に爲したる所を知ざるか其等の國々の民の神少許にてもその國をわが手より救ひ取ることを得しや
ମୁଁ ଓ ମୋʼ ପିତୃଲୋକମାନେ ଏହିସବୁ ଦେଶର ଲୋକମାନଙ୍କ ପ୍ରତି ଯାହା କରିଅଛୁ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେହି ସବୁ ଦେଶସ୍ଥ ଗୋଷ୍ଠୀମାନଙ୍କ ଦେବଗଣ କି କୌଣସି ରୂପେ ଆମ୍ଭ ହସ୍ତରୁ ଆପଣା ଆପଣା ଦେଶ ଉଦ୍ଧାର କରି ପାରିଲେ?
14 わが先祖等の滅ぼし盡せし國民の諸の神の中誰か己の民をわが手より救ひ出すことを得し者あらんや然れば汝らの神いかでか汝らをわが手より救ひいだすことを得ん
ମୋʼ ପିତୃଲୋକମାନେ ଯେଉଁ ଗୋଷ୍ଠୀମାନଙ୍କୁ ନିଃଶେଷରେ ବିନାଶ କଲେ, ସେମାନଙ୍କ ଦେବଗଣ ମଧ୍ୟରୁ କିଏ ଆପଣା ଲୋକଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିଅଛି ଯେ, ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବେ?
15 然れば斯ヒゼキヤに欺かるる勿れ浚かさるる勿れまた彼を信ずる勿れ何の民何の國の神もその民を我手または我父祖の手より救ひ出すことを得ざりしなれば况て汝らの神いかでか我手より汝らを救ひ出すことを得んと
ଏହେତୁ ହିଜକୀୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ୱାସ କର ନାହିଁ; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଓ ମୋʼ ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରିପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ୱର କି ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବେ?”
16 セナケリブの臣僕等この外にも多くヱホバ神およびその僕ヒゼキヤを誹れり
ପୁଣି, ତାହାର ଦାସମାନେ ସଦାପ୍ରଭୁ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ତାହାଙ୍କ ଦାସ ହିଜକୀୟଙ୍କ ବିରୁଦ୍ଧରେ ଆହୁରି ଅନେକ କଥା କହିଲେ।
17 セナケリブまた書をかきおくりてイスラエルの神ヱホバを嘲りかつ誹り諸國の民の神々その民をわが手より救ひいださざりし如くヒゼキヤの神もその民をわが手より救ひ出さじと云ふ
ମଧ୍ୟ ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ନିନ୍ଦା କରିବାକୁ ଓ ତାହାଙ୍କ ବିରୁଦ୍ଧରେ କଥା କହିବାକୁ ଏହିପରି ପତ୍ରମାନ ଲେଖିଲା, ଯଥା, “ନାନା ଦେଶୀୟ ଲୋକମାନଙ୍କ ଦେବଗଣ ଯେପରି ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ନାହାନ୍ତି, ସେପରି ହିଜକୀୟର ପରମେଶ୍ୱର ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବେ ନାହିଁ।”
18 彼ら遂に大聲を擧げユダヤ語をもて石垣の上なるヱルサレムの民に語ひ之を威しかつ擾せり是は邑を取んとてなり
ଆଉ, ଯିରୂଶାଲମର ଯେଉଁ ଲୋକମାନେ ପ୍ରାଚୀର ଉପରେ ଥିଲେ, ସେମାନଙ୍କୁ ଭୟାର୍ତ୍ତ ଓ ବ୍ୟାକୁଳ କରି ନଗର ହସ୍ତଗତ କରିବା ପାଇଁ ସେମାନେ ଯିହୁଦୀୟ ଭାଷାରେ ଉଚ୍ଚସ୍ୱରରେ ଡାକି କହିଲେ।
19 斯かれらはヱルサレムの神を論ずること人の手の作なる地上の民の神々を論ずるがごとくせり
ଆଉ, ପୃଥିବୀସ୍ଥ ନାନା ଗୋଷ୍ଠୀୟମାନଙ୍କର ମନୁଷ୍ୟ ହସ୍ତକୃତ ଦେବଗଣ ବିରୁଦ୍ଧରେ କଥା କହିବା ତୁଲ୍ୟ ସେମାନେ ଯିରୂଶାଲମର ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିଲେ।
20 是によりてヒゼキヤ王およびアモツの子預言者イザヤともに祈祷て天に呼はりければ
ଏଥିରେ ହିଜକୀୟ ରାଜା ଓ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ଏସକାଶୁ ପ୍ରାର୍ଥନା କରି ସ୍ୱର୍ଗ ଆଡ଼େ ଡାକ ପକାଇଲେ।
21 ヱホバ天の使一箇を遣はしてアツスリヤ王の陣營にある一切の大勇士および將官軍長等を絶しめたまへり斯りしかば王面を赧らめて己の國に還りけるがその神の家にいりし時其身より出たる者等劍をもて之を其處に弑せり
ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ। ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା। ତହିଁ ଉତ୍ତାରେ ସେ ଆପଣା ଦେବ ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ୍ଗରେ ବଧ କଲେ।
22 是のごとくヱホバ、ヒゼキヤとヱルサレムの民をアツスリヤの王セナケリブの手および諸人の手より救ひいだし四方において之を守護たまへり
ଏହିରୂପେ ସଦାପ୍ରଭୁ ହିଜକୀୟଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ ଅଶୂରର ରାଜା ସନ୍ହେରୀବ ହସ୍ତରୁ ଓ ଅନ୍ୟ ସମସ୍ତଙ୍କ ହସ୍ତରୁ ଉଦ୍ଧାର କଲେ, ପୁଣି ଚତୁର୍ଦ୍ଦିଗରୁ ସେମାନଙ୍କୁ ପଥ ଦେଖାଇଲେ।
23 是において衆多の人献納物をヱルサレムに携へきたりてヱホバに奉りまた財寳をユダの王ヒゼキヤに餽れり此後ヒゼキヤは萬國の民に尊び見らる
ତହିଁରେ ଅନେକେ ଯିରୂଶାଲମକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ ଓ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ବହୁମୂଲ୍ୟ ପଦାର୍ଥ ଆଣିଲେ; ତହୁଁ ସେ ସେହି ସମୟଠାରୁ ସମଗ୍ର ଗୋଷ୍ଠୀର ଦୃଷ୍ଟିରେ ଉନ୍ନତ ହେଲେ।
24 當時ヒゼキヤ病て死んとせしがヱホバに祈りければヱホバこれに告をなし之に休徴を賜へり
ସେହି ସମୟରେ ହିଜକୀୟଙ୍କୁ ସାଂଘାତିକ ପୀଡ଼ା ହୋଇଥିଲା; ପୁଣି ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କୁ ଉତ୍ତର ଓ ଏକ ଚିହ୍ନ ଦେଲେ।
25 然るにヒゼキヤその蒙むりし恩に酬ゆることをせずして心に高ぶりければ震怒これに臨まんとしまたユダとヱルサレムに臨まんとせしが
ମାତ୍ର ହିଜକୀୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
26 ヒゼキヤその心に高慢を悔て身を卑くしヱルサレムの民も同じく然なしたるに因てヒゼキヤの世にはヱホバの震怒かれらに臨まざりき
ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକୀୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକୀୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ।
27 ヒゼキヤは富と貴を極め府庫を造りて金銀寶石香物楯および各種の寶貴き器物を蔵め
ଆଉ, ହିଜକୀୟଙ୍କର ଅତି ପ୍ରଚୁର ସମ୍ପଦ ଓ ସମ୍ଭ୍ରମ ଥିଲା ପୁଣି, ସେ ରୂପା, ସୁନା, ବହୁମୂଲ୍ୟ ପ୍ରସ୍ତର, ସୁଗନ୍ଧି ଦ୍ରବ୍ୟ, ଢାଲ ଓ ସର୍ବପ୍ରକାର ମନୋହର ପାତ୍ର ନିମନ୍ତେ ଭଣ୍ଡାର ପ୍ରସ୍ତୁତ କଲେ;
28 また倉廩を造りて穀物酒油などの產物を蔵め圈を造りて種々の家畜を置き牢を造りて羊の群を置き
ମଧ୍ୟ ଉତ୍ପନ୍ନ ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳ ନିମନ୍ତେ ଭଣ୍ଡାର, ପୁଣି ସର୍ବପ୍ରକାର ପଶୁ ନିମନ୍ତେ ଶାଳା ଓ ମେଷପଲ ନିମନ୍ତେ ଖୁଆଡ଼ ପ୍ରସ୍ତୁତ କଲେ।
29 また許多の邑を設けかつ牛羊を夥多しく有り是は神貨財を甚だ多くこれに賜ひしが故なり
ଆହୁରି, ସେ ଆପଣା ନିମନ୍ତେ ନାନା ନଗର ଓ ଗୋମେଷାଦି ପ୍ରଚୁର ପଶୁଧନ ଆୟୋଜନ କଲେ; କାରଣ ପରମେଶ୍ୱର ତାଙ୍କୁ ବହୁତ ବହୁତ ସମ୍ପତ୍ତି ଦେଇଥିଲେ।
30 このヒゼキヤまたギホンの水の上の源を塞ぎてこれを下より眞直にダビデの邑の西の方に引り斯ヒゼキヤはその一切の工を善なし就たり
ଏହି ହିଜକୀୟ ମଧ୍ୟ ଗୀହୋନସ୍ଥିତ ଉଚ୍ଚତର ଜଳଝର ବନ୍ଦ କରି ତାହା ସଳଖ ପଥରେ ଦାଉଦ-ନଗରର ପଶ୍ଚିମ ପାର୍ଶ୍ୱକୁ ଆଣିଲେ। ପୁଣି, ହିଜକୀୟ ଆପଣାର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେଲେ।
31 但しバビロンの君等が使者を遣はしてこの國にありし奇蹟を問しめたる時には神かれを棄おきたまへり是その心に有ところの事を盡く知んがために之を試みたまへるなり
ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ବନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ୱର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ିଦେଲେ।
32 ヒゼキヤのその餘の行爲およびその徳行はユダとイスラエルの列王紀の書の中なるアモツの子預言者イザヤの默示の中に記さる
ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସୁକ୍ରିୟା, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକ ଅନ୍ତର୍ଗତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାର ଦର୍ଶନ ପୁସ୍ତକରେ ଲେଖାଅଛି।
33 ヒゼキヤその先祖等と偕に寝りたればダビデの子孫の墓の中なる高き處にこれを葬りユダの人々およびヱルサレムの民みな厚くその死を送れり其子マナセこれに代りて王となる
ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ, ତହିଁରେ ଲୋକମାନେ ଦାଉଦ-ସନ୍ତାନଗଣର କବର ସ୍ଥାନର ଊର୍ଦ୍ଧ୍ୱଗାମୀ ପଥ ପାର୍ଶ୍ୱରେ ତାଙ୍କୁ କବର ଦେଲେ; ପୁଣି, ତାଙ୍କର ମରଣ ସମୟରେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀମାନେ ତାଙ୍କର ସମ୍ମାନ କଲେ। ତହୁଁ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।