< 歴代誌Ⅱ 35 >

1 茲にヨシア、ヱルサレムにおいてヱホバに逾越節を行はんとし正月の十四日に逾越の物を宰らしめ
ଏଥିଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାର ପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ।
2 祭司をしてその職を執行はせ之を勵してヱホバの室の務をなさしめ
ପୁଣି, ସେ ଯାଜକମାନଙ୍କୁ ସେମାନଙ୍କ ରକ୍ଷଣୀୟ ସ୍ଥାନରେ ନିଯୁକ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କରିବାକୁ ସେମାନଙ୍କୁ ସାହସ ଦେଲେ।
3 またヱホバの聖者となりてイスラエルの人衆を誨ふるレビ人に言ふ汝らイスラエルの王ダビデの子ソロモンが建たる家に聖契約の匱を放け再び肩に擔ふこと有ざるべし然ば今汝らの神ヱホバおよびその民イスラエルに事ふべし
ପୁଣି, ଯେଉଁ ଲେବୀୟମାନେ ସମଗ୍ର ଇସ୍ରାଏଲକୁ ଶିକ୍ଷା ଦେଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହୋଇଥିଲେ, ସେମାନଙ୍କୁ ସେ କହିଲେ, “ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କର ନିର୍ମିତ ଗୃହ ମଧ୍ୟରେ ପବିତ୍ର ସିନ୍ଦୁକ ରଖ; ତୁମ୍ଭମାନଙ୍କ ସ୍କନ୍ଧରେ ଆଉ ଭାର ରହିବ ନାହିଁ; ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ସେବା କର।
4 汝らまたイスラエルの王ダビデの書およびその子ソロモンの書に本づきて父祖の家に循がひその班列に依て自ら準備をなし
ପୁଣି, ଇସ୍ରାଏଲର ରାଜା ଦାଉଦଙ୍କର ଲିଖନାନୁସାରେ ଓ ତାଙ୍କର ପୁତ୍ର ଶଲୋମନଙ୍କର ଲିଖନାନୁସାରେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ପାଳି ଅନୁକ୍ରମେ ଆପଣାମାନଙ୍କୁ ପ୍ରସ୍ତୁତ କର।
5 汝らの兄弟なる民の人々の宗家の區分に循ひて聖所に立ち之にレビ人の宗族の分缺ること無らしむべし
ଆଉ, ଲୋକମାନଙ୍କ ସନ୍ତାନଗଣର, ଅର୍ଥାତ୍‍, ତୁମ୍ଭମାନଙ୍କ ଭ୍ରାତୃଗଣର ପିତୃବଂଶୀୟ ବିଭାଗାନୁସାରେ ପବିତ୍ର ସ୍ଥାନରେ ଠିଆ ହୁଅ ଓ ଲେବୀୟମାନଙ୍କର ପ୍ରତ୍ୟେକ ପିତୃବଂଶ ପାଇଁ ଏକ ଏକ ଅଂଶ ହେଉ।
6 汝ら逾越の物を宰り身を潔め汝らの兄弟のために準備をなしモーセが傳へしヱホバの言のごとく行ふべしと
ପୁଣି, ନିସ୍ତାର ପର୍ବର ବଳି ବଧ କର ଓ ଆପଣାମାନଙ୍କୁ ପବିତ୍ର କର ଓ ମୋଶାଙ୍କ ହସ୍ତରେ (ଦତ୍ତ) ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ କର୍ମ କରିବା ନିମନ୍ତେ ଆପଣାମାନଙ୍କ ଭ୍ରାତୃଗଣ ପାଇଁ ପ୍ରସ୍ତୁତ ହୁଅ।”
7 ヨシアすなはち羔羊および羔山羊を民の人々に餽る其數三萬また牡牛三千を餽る是みな王の所有の中より出して其處に居る一切の人のために逾越の祭物となせるなり
ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା।
8 その牧伯等も民と祭司とレビ人に誠意より與ふる所ありまた神の室の長等ヒルキヤ、ゼカリヤ、ヱヒエルも綿羊二千六百牛三百を祭司に與へて逾越の祭物と爲す
ପୁଣି, ତାଙ୍କର ଅଧିପତିମାନେ ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ। ହିଲ୍‍କୀୟ ଓ ଜିଖରୀୟ ଓ ଯିହୀୟେଲ, ପରମେଶ୍ୱରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ।
9 またレビ人の長たる人々すなはちコナニヤおよびその兄弟シマヤ、ネタンエル並にハシヤビヤ、ヱイエル、ヨザバデなども綿羊五千牛五百をレビ人に餽りて逾越の祭物となす
ମଧ୍ୟ କୋନାନୀୟ ଓ ଶମୟୀୟ ଓ ନଥନେଲ ନାମକ ତାହାର ଭାଇମାନେ, ଆଉ ହଶବୀୟ ଓ ଯିୟୀୟେଲ୍‍ ଓ ଯୋଷାବଦ୍‍, ଏହି ଲେବୀୟ ପ୍ରଧାନମାନେ ନିସ୍ତାର ପର୍ବର ବଳି ନିମନ୍ତେ ଲେବୀୟମାନଙ୍କୁ ପାଞ୍ଚ ସହସ୍ର ମେଷାଦିର ବତ୍ସ ଓ ପାଞ୍ଚ ଶହ ବୃଷ ଦେଲେ।
10 是のごとく献祭の事備はりぬれば王の命にしたがひて祭司等はその擔任場に立ちレビ人はその班列に循がひ居り
ଏହିରୂପେ କର୍ମର ଆୟୋଜନ ହୁଅନ୍ତେ, ରାଜାଜ୍ଞାନୁସାରେ ଯାଜକମାନେ ଆପଣା ଆପଣା ସ୍ଥାନରେ ଓ ଲେବୀୟମାନେ ଆପଣା ଆପଣା ପାଳି ଅନୁସାରେ ଠିଆ ହେଲେ।
11 やがて逾越の物を宰りければ祭司その血をこれが手より受て洒げりレビ人その皮を剥り
ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯାʼନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ।
12 かくて燔祭の物を移して民の人々の父祖の家の區分に付してヱホバに献げしむモーセの書に記されたるが如し其牛に行ふところも亦是のごとし
ଆଉ, ମୋଶାଙ୍କ ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ।
13 而して例規のごとくに逾越の物を火にて炙りその他の聖物を鍋釜鼎などに烹て一切の民の人々に奔配れり
ଏଉତ୍ତାରେ ସେମାନେ ବିଧାନାନୁସାରେ ନିସ୍ତାର ପର୍ବର ବଳି ଅଗ୍ନିରେ ପାକ କଲେ; ଆଉ, ସେମାନେ ଅନ୍ୟାନ୍ୟ ପବିତ୍ର ବଳି ହାଣ୍ଡିରେ ଓ ହଣ୍ଡାରେ ଓ କରେଇରେ ସିଦ୍ଧ କଲେ ଓ ଲୋକମାନଙ୍କ ସନ୍ତାନଗଣ ନିକଟକୁ ତାହାସବୁ ଶୀଘ୍ର ନେଇ ପରିବେଷଣ କଲେ।
14 かくて後かれら自身のためと祭司等のために備ふ其はアロンの子孫たる祭司等は燔祭と脂を献げて夜に入たればなり是に因て斯レビ人自分のためとアロンの子孫たる祭司等のために備ふるなり
ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ-ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣାମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ।
15 アサフの子孫たる謳歌者等はダビデ、アサフ、ヘマンおよび王の先見者ヱドトンの命にしたがひてその擔任場に居り門を守る者等は門々に居てその職務を離るるに及ばざりき其はその兄弟たるレビ人これがために備へたればなり
ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନ୍‍‍ର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ।
16 斯のごとく其日ヱホバの献祭の事ことごとく備はりければヨシア王の命にしたがひて逾越節を行ひヱホバの壇に燔祭を献げたり
ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା।
17 即ち其處に來れるイスラエルの子孫その時逾越節を行ひ七日の間酵いれぬパンの節を行へり
ଏଣୁ ଉପସ୍ଥିତ ଇସ୍ରାଏଲ ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ।
18 預言者サムエルの日より以來イスラエルにて是のごとくに逾越節を行ひし事なし又イスラエルの諸王の中にはヨシアが祭司レビ人ならびに來りあつまれるユダとイスラエルの諸人およびヱルサレムの民とともに行ひし如き逾越節を行ひし者一人もあらず
ପୁଣି, ଶାମୁୟେଲ ଭବିଷ୍ୟଦ୍‍ବକ୍ତାଙ୍କର ଦିନଠାରୁ ଇସ୍ରାଏଲ ମଧ୍ୟରେ ଏପ୍ରକାର ନିସ୍ତାର ପର୍ବ ପ୍ରତିପାଳିତ ହୋଇ ନ ଥିଲା; କିଅବା ଯୋଶୀୟ ଓ ଯାଜକମାନେ ଓ ଲେବୀୟମାନେ, ପୁଣି ଉପସ୍ଥିତ ସମଗ୍ର ଯିହୁଦା ଓ ଇସ୍ରାଏଲ ଓ ଯିରୂଶାଲମ ନିବାସୀମାନେ ଯେପରି ନିସ୍ତାର ପର୍ବ ପାଳନ କଲେ, ସେପରି ଇସ୍ରାଏଲର କୌଣସି ରାଜା କରି ନାହାନ୍ତି।
19 この逾越節はヨシアの治世の十八年に行ひしなり
ଯୋଶୀୟଙ୍କର ରାଜତ୍ଵର ଅଠର ବର୍ଷରେ ଏହି ନିସ୍ତାର ପର୍ବ ପ୍ରତିପାଳିତ ହେଲା।
20 是のごとくヨシア殿をととのへし後エジプトの王ネコ、ユフラテの邊なるカルケミシを攻撃んとて上り來りけるにヨシアこれを禦がんとて出往り
ଏହିସବୁର ଉତ୍ତାରେ, ଅର୍ଥାତ୍‍, ଯୋଶୀୟ ମନ୍ଦିର ପ୍ରସ୍ତୁତ କରି ସାରିଲା ଉତ୍ତାରେ ମିସରର ରାଜା ନଖୋ ଫରାତ୍‍ ନଦୀ ନିକଟସ୍ଥ କର୍କମୀଶ୍‍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲା; ତହୁଁ ଯୋଶୀୟ ତାହା ବିରୁଦ୍ଧରେ ଗଲେ;
21 是においてネコ使者をかれに遣はして言ふユダの王よ是あに汝の與る所ならんや今日は汝を攻んとには非ず我敵の家を攻んとするなり神われに命じて急がしむ神われとともにあり汝神に逆ふことを罷よ恐らくは彼なんぢを滅ぼしたまはんと
ମାତ୍ର ସେ ତାଙ୍କ ନିକଟକୁ ଦୂତ ପଠାଇ କହିଲା, “ହେ ଯିହୁଦାର ରାଜନ୍‍, ତୁମ୍ଭ ସଙ୍ଗେ ମୋହର କʼଣ କରିବାର ଅଛି? ମୁଁ ଆଜି ତୁମ୍ଭ ବିରୁଦ୍ଧରେ ଆସି ନାହିଁ, ମାତ୍ର ଯେଉଁ ବଂଶ ସଙ୍ଗେ ମୋହର ଯୁଦ୍ଧ ଅଛି, ତାହା ବିରୁଦ୍ଧରେ ଆସିଅଛି; ଆଉ ପରମେଶ୍ୱର ଶୀଘ୍ର କରିବା ପାଇଁ ମୋତେ ଆଜ୍ଞା କରିଅଛନ୍ତି; ମୋହର ସହବର୍ତ୍ତୀ ପରମେଶ୍ୱର ଯେପରି ତୁମ୍ଭକୁ ବିନାଶ ନ କରନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କଠାରୁ ନିରସ୍ତ ହୁଅ;”
22 然るにヨシア面を轉して去ことを肯はず却てこれと戰はんとて服装を變へ神の口より出しネコの言を聽いれずしてメギドンの谷に到りて戰ひけるが
ତଥାପି ଯୋଶୀୟ ତାହାଠାରୁ ବିମୁଖ ହେବାକୁ ସମ୍ମତ ନୋହିଲେ, ମାତ୍ର ତାହା ସଙ୍ଗେ ଯୁଦ୍ଧ କରିବା ପାଇଁ ଛଦ୍ମବେଶ ଧାରଣ କଲେ, ଆଉ ପରମେଶ୍ୱରଙ୍କ ମୁଖନିର୍ଗତ ନଖୋର ବାକ୍ୟରେ ମନୋଯୋଗ ନ କରି ମଗିଦ୍ଦୋ ଉପତ୍ୟକାରେ ଯୁଦ୍ଧ କରିବା ପାଇଁ ଉପସ୍ଥିତ ହେଲେ।
23 射手の者等ヨシア王に射中たれば王その臣僕にむかひて我を扶け出せ我太痍を負ふと言り
ଏଥିଉତ୍ତାରେ ଧନୁର୍ଦ୍ଧରମାନେ ଯୋଶୀୟ ରାଜାଙ୍କୁ ତୀର ମାରିଲେ; ତହିଁରେ ରାଜା ଆପଣା ଦାସମାନଙ୍କୁ କହିଲେ, “ମୋତେ ନେଇଯାଅ, ମୁଁ ଅତ୍ୟନ୍ତ ଆହତ ହୋଇଅଛି।”
24 是においてその臣僕等かれをその車より扶けおろし其引せたる次の車に乗てヱルサレムにつれゆきけるが遂に死たればその先祖の墓にこれを葬りぬユダとヱルサレムみなヨシアのために哀しめり
ତହୁଁ ତାଙ୍କର ଦାସମାନେ ସେହି ରଥରୁ ତାଙ୍କୁ ନେଇ ତାଙ୍କର ଦ୍ୱିତୀୟ ରଥରେ ଚଢ଼ାଇ ଯିରୂଶାଲମକୁ ଆଣିଲେ; ଆଉ ସେ ମଲେ ଓ ଆପଣା ପିତୃଲୋକଙ୍କର କବରରେ କବର ପାଇଲେ। ଏଥିରେ ଯୋଶୀୟଙ୍କ ଲାଗି ସମଗ୍ର ଯିହୁଦା ଓ ଯିରୂଶାଲମ ଶୋକ କଲେ।
25 時にヱレミヤ、ヨシアのために哀歌を作れり謳歌男謳歌女今日にいたるまでその哀歌の中にヨシアの事を述べイスラエルの中に之を例となせりその詞は哀歌の中に書さる
ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି।
26 ヨシアのその餘の行爲そのヱホバの律法に録されたる所にしたがひて爲し徳行
ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁଯାୟୀ ତାଙ୍କର ସୁକର୍ମ
27 およびその始終の行爲などはイスラエルとユダの列王の書に記さる
ଓ ତାଙ୍କର ଆଦ୍ୟନ୍ତ କ୍ରିୟାସକଳ, ଦେଖ, ଇସ୍ରାଏଲ ଓ ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲିଖିତ ଅଛି।

< 歴代誌Ⅱ 35 >