< 列王記Ⅱ 13 >

1 ユダの王アハジアの子ヨアシの二十三年にヱヒウの子ヨハアズ、サマリヤにおいてイスラエルの王となり十七年位にありき
ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ତେଇଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ।
2 彼はヱホバの目の前に惡をなし夫のイスラエルに罪を犯させたるネバテの子ヤラベアムの罪を行ひつづけて之に離れざりき
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ଯିହୋୟାହସ୍‍ ତହିଁରୁ ବିମୁଖ ହେଲେ ନାହିଁ।
3 是においてヱホバ、イスラエルにむかひて怒を發しこれをその代のあひだ恒にスリアの王ハザエルの手にわたしおき又ハザエルの子ベネハダデの手に付し置たまひしが
ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍‍ହଦଦ୍‍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।
4 ヨアハズ、ヱホバに請求めたればヱホバつひにこれを聽いれたまへり其はイスラエルの苦難を見そなはしたればなり即ちスリアの王これをなやませるなり
ପୁଣି ଯିହୋୟାହସ୍‍ ସଦାପ୍ରଭୁଙ୍କ ନିକଟରେ ନିବେଦନ କରନ୍ତେ, ସଦାପ୍ରଭୁ ତାଙ୍କ ପ୍ରତି ମନୋଯୋଗ କଲେ; କାରଣ ଅରାମର ରାଜା ଇସ୍ରାଏଲ ପ୍ରତି କିପରି ଅତ୍ୟାଚାର କଲା, ସେମାନଙ୍କର ସେହି ଅତ୍ୟାଚାର ସେ ଦେଖିଲେ।
5 ヱホバつひに救者をイスラエルにたまひたればイスラエルの子孫はスリア人の手を脱れて疇昔の如くに己々の天幕に住にいたれり
ଯେହେତୁ ଅରାମର ରାଜା ଲୋକମାନଙ୍କ ମଧ୍ୟରୁ କେବଳ ପଚାଶ ଜଣ ଅଶ୍ୱାରୂଢ଼ ଓ ଦଶ ରଥ ଓ ଦଶ ସହସ୍ର ପଦାତିକ ଛଡ଼ା ଯିହୋୟାହସ୍‍ ନିମନ୍ତେ ଆଉ କାହାକୁ ଅବଶିଷ୍ଟ ନ ରଖି ସେମାନଙ୍କୁ ବିନଷ୍ଟ ଓ ମର୍ଦ୍ଦିତ ଧୂଳି ତୁଲ୍ୟ କରିଥିଲା।
6 但し彼等はイスラエルに罪を犯さしめたるヤラベアムの家の罪をはなれずして之をおこなひつづけたりサマリヤにも亦アシタロテの像たちをりぬ
ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ବୁରେ ବାସ କଲେ।
7 嚮にスリアの王は民を滅し踐くだく塵のごとくに是をなして只騎兵五十人車十輌歩兵一萬人而巳をヨアハズに遺せり
ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହି ସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।
8 ヨアハズのその餘の行爲とその凡て爲たる事およびその能はイスラエルの王の歴代志の書にしるさるるに非ずや
ଏହି ଯିହୋୟାହସ୍‍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
9 ヨアハズその先祖等とともに寝りたればこれをサマリヤに葬れりその子ヨアシこれに代て王となる
ଏଥିଉତ୍ତାରେ ଯିହୋୟାହସ୍‍ଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ, ପୁଣି ତାଙ୍କର ପୁତ୍ର ଯୋୟାଶ୍‍ ତାଙ୍କର ପଦରେ ରାଜ୍ୟ କଲେ।
10 ユダの王ヨアシの三十七年にヨアハズの子ヨアシ、サマリヤにおいてイスラエルの王となり十六年位にありき
ଯିହୁଦାର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ସଇଁତିରିଶ ବର୍ଷରେ ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ।
11 彼ヱホバの目の前に惡をなし夫のイスラエルに罪を犯させたるネバテの子ヤラベアムの諸の罪にはなれずしてこれを行ひつづけたり
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ମାତ୍ର ସେ ତହିଁରେ ହିଁ ଚାଲିଲେ।
12 ヨアシのその餘の行爲とその凡て爲たる事およびそのユダの王アマジヤと戰ひし能はイスラエルの王の歴代志の書に記さるるに非ずや
ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାର ରାଜା ଅମତ୍‍ସୀୟ ସଙ୍ଗେ ଯୁଦ୍ଧ କଲେ, ତାହାସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
13 ヨアシその先祖等とともに寝りてヤラベアム位にのぼれりヨアシはイスラエルの王等とおなじくサマリヤに葬らる
ଏଥିଉତ୍ତାରେ ଯୋୟାଶ୍‍ ମୃତ୍ୟୁବରଣ କଲେ। ତହିଁରେ ଯାରବୀୟାମ ତାଙ୍କ ସିଂହାସନରେ ଉପବିଷ୍ଟ ହେଲେ, ପୁଣି ଯୋୟାଶ୍‍ ଇସ୍ରାଏଲ ରାଜାମାନଙ୍କ ସହିତ ଶମରୀୟାରେ କବରପ୍ରାପ୍ତ ହେଲେ।
14 茲にエリシヤ死病にかかりて疾をりしかばイスラエルの王ヨアシ彼の許にくだり來てその面の上に涙をこぼし吾父吾父イスラエルの兵車よその騎兵よと言り
ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”
15 エリシヤかれにむかひ弓矢をとれと言ければすなはち弓矢をとれり
ଏଥିରେ ଇଲୀଶାୟ ତାଙ୍କୁ କହିଲେ, “ଧନୁ ଓ ତୀର ଧର,” ତହୁଁ ସେ ଧନୁ ଓ ତୀର ଧରିଲେ।
16 エリシヤまたイスラエルの王に汝の手を弓にかけよと言ければすなはちその手をかけたり是においてエリシヤその手を王の手の上に按て
ତେବେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ଧନୁ ଉପରେ ତୁମ୍ଭ ହାତ ଦିଅ,” ତହୁଁ ସେ ତହିଁ ଉପରେ ହାତ ଦେଲେ। ସେତେବେଳେ ଇଲୀଶାୟ ରାଜାଙ୍କ ହସ୍ତ ଉପରେ ଆପଣା ହସ୍ତ ରଖିଲେ।
17 東向の窓を開けと言たれば之を開きけるにエリシヤまた射よと言り彼すなはち射たればエリシヤ言ふヱホバよりの拯救の矢スリアに對する拯救の矢汝必らずアベクにおいてスリア人を撃やぶりてこれを滅しつくすにいたらん
ଆଉ ଇଲୀଶାୟ କହିଲେ, “ପୂର୍ବଆଡ଼ ଝରକା ଫିଟାଅ,” ତହିଁରେ ସେ ତାହା ଫିଟାଇଲେ। ତେବେ ଇଲୀଶାୟ କହିଲେ, “ତୀର ମାର,” ତହିଁରେ ସେ ତୀର ମାରିଲେ। ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁଙ୍କର ଜୟତୀର, ଅରାମର ବିପକ୍ଷ ଜୟତୀର, କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କରିବ।”
18 エリシヤまた矢を取れと言ければ取りエリシヤまたイスラエルの王に地を射よといひけるに三次射て止たれば
ଆହୁରି ସେ କହିଲେ, “ତୀରସବୁ ନିଅ,” ତହିଁରେ ସେ ତାହାସବୁ ନେଲେ। ତହୁଁ ସେ ଇସ୍ରାଏଲର ରାଜାଙ୍କୁ କହିଲେ, “ଭୂମିକୁ ଆଘାତ କର,” ତହିଁରେ ସେ ତିନି ଥର ଆଘାତ କରି ନିବୃତ୍ତ ହେଲେ।
19 神の人怒て言ふ汝は五回も六回も射るべかりしなり然せしならば汝スリアを撃やぶりて之を滅しつくすことを得ん然ど今然せざれば汝がスリアを撃やぶることは三次のみなるべしと
ଏଥିରେ ପରମେଶ୍ୱରଙ୍କ ଲୋକ ତାଙ୍କ ପ୍ରତି କ୍ରୁଦ୍ଧ ହୋଇ କହିଲେ, “ତୁମ୍ଭେ ତ ପାଞ୍ଚ କି ଛଅ ଥର ଆଘାତ କରିଥାʼନ୍ତ; ତାହା କରିଥିଲେ, ତୁମ୍ଭେ ଅରାମକୁ ନିଃଶେଷ କରିବା ପର୍ଯ୍ୟନ୍ତ ଆଘାତ କରିଥାʼନ୍ତ; ମାତ୍ର ଏବେ ତୁମ୍ଭେ କେବଳ ତିନି ଥର ଅରାମକୁ ଆଘାତ କରିବ।”
20 エリシヤ終に死たればこれを葬りしが年の立かへるに及てモアブの賊黨國にいりきたれり
ଏଥିଉତ୍ତାରେ ଇଲୀଶାୟଙ୍କ ମୃତ୍ୟୁୁ ହୁଅନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ।
21 時に一箇の人を葬らんとする者ありしが賊黨を見たればその人をエリシヤの墓におしいれけるにその人いりてエリシヤの骨にふるるや生かへりて起あがれり
ସେସମୟରେ ଲୋକମାନେ ଜଣେ ମନୁଷ୍ୟକୁ କବର ଦେବା ବେଳେ ଏପରି ଘଟିଲା ଯେ, ଦେଖ, ସେମାନେ ଏକ ଲୁଟକାରୀ ଦଳକୁ ଦୂରରୁ ଦେଖିଲେ। ତହିଁରେ ସେମାନେ ସେହି ମନୁଷ୍ୟକୁ ଇଲୀଶାୟଙ୍କର କବରରେ ପକାଇ ଦିଅନ୍ତେ, ସେ ମନୁଷ୍ୟ ଇଲୀଶାୟଙ୍କର ଅସ୍ଥି ସ୍ପର୍ଶ କରିବା ମାତ୍ରେ ସଜୀବ ହୋଇ ଆପଣା ଚରଣରେ ଠିଆ ହେଲା।
22 スリアの王ハザエルはヨアハズの一生の間イスラエルをなやましたりしが
ଯିହୋୟାହସ୍‍ଙ୍କ ଅଧିକାରର ସମସ୍ତ କାଳ ଅରାମର ରାଜା ହସାୟେଲ ଇସ୍ରାଏଲ ପ୍ରତି ଅତ୍ୟାଚାର କଲା।
23 ヱホバそのアブラハム、イサク、ヤコブと契約をむすびしがためにイスラエルをめぐみ之を憐みこれを眷みたまひ之を滅すことを好まず尚これをその前より棄はなちたまはざりき
ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।
24 スリアの王ハザエルつひに死てその子ベネハダデこれに代りて王となれり
ଏଥିଉତ୍ତାରେ ଅରାମର ରାଜା ହସାୟେଲ ମଲା; ତହୁଁ ତାହାର ପୁତ୍ର ବିନ୍‍ହଦଦ୍‍ ତାହାର ପଦରେ ରାଜ୍ୟ କଲା।
25 是においてヨアズの子ヨアシはその父ヨアハズがハザエルに攻取れたる邑々をハザエルの子ベネハダデの手より取かへせり即ちヨアシは三次かれを敗りてイスラエルの邑々を取かへしぬ
ପୁଣି ଯୋୟାଶ୍‍ଙ୍କର ପିତା ଯିହୋୟାହାସ୍‍ଙ୍କଠାରୁ ହସାୟେଲ ଯେ ଯେ ନଗର ଯୁଦ୍ଧରେ ନେଇଥିଲା, ସେହି ସକଳ ନଗର ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ ହସାୟେଲର ପୁତ୍ର ବିନ୍‍ହଦଦ୍‍ଠାରୁ ପୁନର୍ବାର ନେଲେ। ଯୋୟାଶ୍‍ ତାହାକୁ ତିନି ଥର ଆଘାତ କରି ଇସ୍ରାଏଲର ସେହି ସକଳ ନଗର ପୁନର୍ବାର ନେଲେ।

< 列王記Ⅱ 13 >