< 申命記 27 >

1 モーセ、イスラエルの長老等とともにありて民に命じて曰ふ我が今日なんぢらに命ずるこの誡命を汝ら全く守るべし
ଏଥିଉତ୍ତାରେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ପାଳନ କର।
2 汝らヨルダンを濟り汝の神ヱホバが汝に與へたまふ地にいる時は大なる石數箇を立て石灰をその上に塗り
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।
3 旣に濟りて後この律法の諸の言語をその上に書すべし然すれば汝の神ヱホバの汝にたまふ地なる乳と蜜の流るる國に汝いるを得ること汝の先祖等の神ヱホバの汝に言たまひしごとくならん
ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ।
4 即ち汝らヨルダンを濟るにおよばば我が今日なんぢらに命ずるその石をエバル山に立て石灰をその上に塗べし
ପୁଣି ଆଜି ମୁଁ ଯେଉଁ ପ୍ରସ୍ତରଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଏବଲ ପର୍ବତରେ ସେହି ପ୍ରସ୍ତରସବୁ ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।
5 また其處に汝の神ヱホバのために石の壇一座を築くべし但し之を築くには鐵の器を用ゐるべからず
ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍‍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେହି ସବୁ ପ୍ରସ୍ତର ଉପରେ ଲୌହ ଅସ୍ତ୍ର ଉଞ୍ଚାଇବ ନାହିଁ।
6 汝新石をもて汝の神ヱホバのその壇を築きその上にて汝の神ヱホバに燔祭を献ぐべし
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ;
7 汝また彼處にて酬恩祭を獻げその物を食ひて汝の神ヱホバの前に樂むべし
ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
8 汝この律法の諸の言語をその石の上に明白に書すべし
ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।”
9 モーセまた祭司たるレビ人とともにイスラエルの全家に告て曰ふイスラエルよ謹みて聽け汝は今日汝の神ヱホバの民となれり
ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, “ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଲୋକ ହେଲ।
10 然ば汝の神ヱホバの聲に聽從ひ我が今日汝に命ずる之が誡命と法度をおこなふべし
ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ।”
11 その日にモーセまた民に命じて言ふ
ସେହି ଦିନ ମୋଶା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ,
12 汝らがヨルダンを渡りし後是らの者ゲリジム山にたちて民を祝すべし即ちシメオン、レビ、ユダ、イツサカル、ヨセフおよびベニヤミン
ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର, ଯୋଷେଫ ଓ ବିନ୍ୟାମୀନ୍, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ ପର୍ବତରେ ଠିଆ ହେବେ।
13 また是らの者はエバル山にたちて呪詛ことをすべし即ちルベン、ガド、アセル、ゼブルン、ダンおよびナフタリ
ପୁଣି ରୁବେନ୍‍ ଓ ଗାଦ୍‍ ଓ ଆଶେର ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ।
14 レビ人大聲にてイスラエルの人々に告て言べし
ଆଉ ଲେବୀୟମାନେ ଉଚ୍ଚସ୍ୱରରେ ସମସ୍ତ ଇସ୍ରାଏଲୀୟ ଲୋକଙ୍କୁ ଉତ୍ତର ଦେଇ କହିବେ:
15 偶像は工人の手の作にしてヱホバの憎みたまふ者なれば凡てこれを刻みまたは鋳造りて密に安置く人は詛はるべしと民みな對へてアーメンといふべし
“ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, “ଆମେନ୍‍” (ଏହିପରି ହେଉ)।
16 その父母を軽んずる者は詛はるべし民みな對てアーメンといふべし
“ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
17 その鄰の地界を侵す者は詛はるべし民みな對へてアーメンといふべし
“ଯେକେହି ଆପଣା ପ୍ରତିବାସୀର ଭୂମିଚିହ୍ନ ଘୁଞ୍ଚାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
18 盲者をして路に迷はしむる者は詛はるべし民みな對へてアーメンといふべし
“ଯେକେହି ଅନ୍ଧକୁ ବାଟରୁ ବୁଲାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
19 客旅孤子および寡婦の審判を枉る者は詛はるべし民みな對へてアーメンといふべし
“ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
20 その父の妻と寝る者はその父を辱しむるなれば詛はるべし民みな對へてアーメンといふべし
“ଯେକେହି ଆପଣା ପିତୃର ଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ଯେହେତୁ ସେ ଆପଣା ପିତାର ଅଧିକାରକୁ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
21 凡て獣畜と交る者は詛はるべし民みな對へてアーメンといふべし
“ଯେକେହି କୌଣସି ପ୍ରକାର ପଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
22 その父の女子またはその母の女子たる己の姉妹と寝る者は詛はるべし民みな對へてアーメンとふべし
“ଯେକେହି ଆପଣା ଭଗିନୀ, ଅର୍ଥାତ୍‍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
23 その妻の母と寝る者は詛はるべし民みな對へてアーメンといふべし
“ଯେକେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
24 暗の中にその鄰を撃つ者は詛はるべし民みな對へてアーメンといふべし
“ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
25 報酬をうけて無辜者を殺してその血を流す者は詛はるべし民みな對へてアーメンといふべし
“ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
26 この律法の言を守りて行はざる者は詛はるべし民みな對へてアーメンといふべし
“ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

< 申命記 27 >