< 出エジプト記 3 >
1 モーセその妻の父なるミデアンの祭司ヱテロの群を牧ひをりしがその群を曠野の奧にみちびきて神の山ホレブに至るに
ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।
2 ヱホバの使者棘の裏の火燄の中にて彼にあらはる彼見るに棘火に燃れどもその棘燬ず
ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।
3 モーセいひけるは我ゆきてこの大なる觀を見 何故に棘の燃たえざるかを見ん
ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।”
4 ヱホバ彼がきたり觀んとするを見たまふ即ち神棘の中よりモーセよモーセよと彼をよびたまひければ我ここにありといふに
ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
5 神いひたまひけるは此に近よるなかれ汝の足より履を脱ぐべし汝が立つ處は聖き地なればなり
ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”
6 又いひたまひけるは我はなんぢの父の神アブラハムの神イサクの神ヤコブの神なりとモーセ神を見ることを畏れてその面を蔽せり
ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
7 ヱホバ言たまひけるは我まことにエジプトにをるわが民の苦患を觀また彼等がその驅使者の故をもて號ぶところの聲を聞り我かれらの憂苦を知るなり
ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।
8 われ降りてかれらをエジプト人の手より救ひいだし之を彼地より導きのぼりて善き廣き地乳と蜜との流るる地すなはちカナン人ヘテ人アモリ人ベリジ人ヒビ人ヱブス人のをる處に至らしめんとす
ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।
9 今イスラエルの子孫の號呼われに達る我またエジプト人が彼らを苦むるその暴虐を見たり
ଯେହେତୁ ଦେଖ, ଇସ୍ରାଏଲ-ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।
10 然ば來れ我なんぢをパロにつかはし汝をしてわが民イスラエルの子孫をエジプトより導きいださしめん
ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବ।”
11 モーセ神にいひけるは我は如何なる者ぞや我豈パロの許に往きイスラエルの子孫をエジプトより導きいだすべき者ならんや
ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବି?”
12 神いひたまひけるは我かならず汝とともにあるべし是はわが汝をつかはせる證據なり汝民をエジプトより導きいだしたる時汝等この山にて神に事へん
ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”
13 モーセ神にいひけるは我イスラエルの子孫の所にゆきて汝らの先祖等の神我を汝らに遣はしたまふと言んに彼等もし其名は何と我に言ば何とかれらに言べきや
ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, ‘କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି;’ ପୁଣି, ସେମାନେ ପଚାରିବେ, ‘ତାହାଙ୍କର ନାମ କଅଣ?’ ସେତେବେଳେ ମୁଁ କି ଉତ୍ତର ଦେବି?”
14 神モーセにいひたまひけるは我は有て在る者なり又いひたまひけるは汝かくイスラエルの子孫にいふべし我有といふ者我を汝らに遣したまふと
ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି।’”
15 神またモーセにいひたまひけるは汝かくイスラエルの子孫にいふべし汝らの先祖等の神アブラハムの神イサクの神ヤコブの神ヱホバわれを汝らにつかはしたまふと是は永遠にわが名となり世々にわが誌となるべし
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’
16 汝往てイスラエルの長老等をあつめて之にいふべし汝らの先祖等の神アブラハム、イサク、ヤコブの神ヱホバ我にあらはれて言たまひけらく我誠になんぢらを眷み汝らがエジプトにて蒙るところの事を見たり
ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।
17 我すなはち言り我汝らをエジプトの苦患の中より導き出してカナン人ヘテ人アモリ人ペリジ人ヒビ人エブス人の地すなはち乳と蜜の流るる地にのぼり至らしめんと
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’
18 彼等なんぢの言に聽したがふべし汝とイスラエルの長老等エジプトの王の許にいたりて之に言へヘブル人の神ヱホバ我らに臨めり然ば請ふわれらをして三日程ほど曠野に入しめわれらの神ヱホバに犠牲をささぐることを得せしめよと
ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’
19 我しるエジプトの王は假令能力ある手をくはふるも汝等の往をゆるさざるべし
ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।
20 我すなはちわが手を舒ベエジプトの中に諸の奇跡を行ひてエジプトを撃ん其後かれ汝等を去しむべし
ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।
21 我エジプト人をして此民をめぐましめん汝ら去る時手を空うして去るべからず
ଆଉ ଆମ୍ଭେ ମିସରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ;
22 婦女皆その隣人とおのれの家に寓る者とに金の飾品銀の飾品および衣服を乞べし而して汝らこれを汝らの子女に穿戴せよ汝等かくエジプト人の物を取べし
ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”