< エゼキエル書 30 >
ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
2 人の子よ預言して言へ主ヱホバかく言たまふ汝ら叫べ其日は禍なるかな
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେହି ଦିନ!
3 その日近しヱホバの日近し是雲の日これ異邦人の時なり
କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟଦେଶୀୟମାନଙ୍କର କାଳ ହେବ।
4 劍エジプトに臨まん殺さるる者のエジプトに仆るる時エテオピアに痛苦あるべし敵その財寶を奪はんその基址は毀たるべし
ପୁଣି, ମିସର ବିରୁଦ୍ଧରେ ଖଡ୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଧନସମ୍ପତ୍ତି ଘେନିଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ।
5 エテオピア人フテ人ルデ人凡て加勢の兵およびクブ人ならびに同盟の國の人々彼らとともに劍にたふれん
କୂଶ ଓ ପୂଟ୍ ଓ ଲୁଦ୍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ୍ଗରେ ପତିତ ହେବେ।
6 ヱホバかく言ふエジプトを扶くる者は仆れ其驕るところの勢力は失せんミグドルよりスエネにいたるまで人劍によりて己の中に仆るべし主ヱホバこれを言なり
ସଦାପ୍ରଭୁ ଏହି କଥା କହନ୍ତି, ମିସରର ସହାୟକାରୀମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ମିଗ୍ଦୋଲଠାରୁ ସିବେନୀ ଦୁର୍ଗ ପର୍ଯ୍ୟନ୍ତ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ୍ଗ ଦ୍ୱାରା ପତିତ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
7 其は荒て荒地の中にあり其邑々は荒たる邑の中にあるべし
ପୁଣି, ସେମାନେ ଧ୍ୱଂସିତ ନଗରସମୂହ ମଧ୍ୟରେ ଧ୍ୱଂସିତ ହେବେ ଓ ତାହାର ନଗରସକଳ ଉତ୍ସନ୍ନ ନଗରସମୂହର ମଧ୍ୟରେ ଥିବ।
8 我火をエジプトに降さん時又是を助くる者の皆ほろびん時は彼等我のヱホバなるを知ん
ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
9 その日には使者船にて我より出てかの心強きエテオピア人を懼れしめんエジプトの日にありし如く彼等の中に苦痛あるべし視よ是は至る
ସେହି ଦିନ ନିଶ୍ଚିନ୍ତ କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେହିପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି।
10 主ヱホバかく言たまふ我バビロンの王ネブカデネザルをもてエジプトの喧噪を止むべし
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମଧ୍ୟ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତ ଦ୍ୱାରା ମିସରର ଲୋକସମୂହ ଶେଷ କରିବା।
11 彼および彼にしたがふ民即ち國民の中の暴き者を召來りてその國を滅さん彼ら劍をぬきてエジプトを攻めその殺せる者を國に滿すべし
ସେ ଓ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ତାହାର ଲୋକମାନେ ତାହା ସଙ୍ଗେ ଦେଶ ବିନାଶାର୍ଥେ ଅଣାଯିବେ; ଆଉ, ସେମାନେ ମିସରର ବିରୁଦ୍ଧରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ହତ ଲୋକରେ ଦେଶ ପୂର୍ଣ୍ଣ କରିବେ।
12 我その河々を涸し國を惡き人の手に賣り外國人の手をもて國とその中の物を荒すべし我ヱホバこれを言り
ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ୱାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
13 主ヱホバかく言たまふ我偶像を毀ち神々をノフに絕さんエジプトの國よりは再び君のいづることなかるべし我エジプトの國に畏怖を蒙らしめん
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।
14 我バテロスを荒しゾアンに火を擧げノに鞫を行ひ
ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ୱଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ଡାଜ୍ଞା ସଫଳ କରିବା।
15 わが怒をエジプトの要害なるシンに洩しノの群衆を絕つべし
ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକସମୂହକୁ ଉଚ୍ଛିନ୍ନ କରିବା।
16 我火をエジプトに降さんシンは苦痛に悶えノは打破られノフは日中敵をうけん
ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇବା; ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ; ଆଉ, ଦିବସ ସମୟରେ ନୋଫର ବିପକ୍ଷମାନେ ଉତ୍ପାତ କରିବେ।
17 アベンとピベセテの少者は劍に仆れ其中の人々は擄ゆかれん
ଓନ୍ ଓ ପୀବେଶହର ଯୁବାମାନେ ଖଡ୍ଗରେ ପତିତ ହେବେ ଓ ନଗରସବୁ ବନ୍ଦୀତ୍ୱ ସ୍ଥାନକୁ ଯିବେ।
18 テバネスに於ては吾がエジプトの軛を其處に摧く時に日暗くならんその誇るところの勢力は失せん雲これを覆はんその女子等は擄へゆかれん
ଆମ୍ଭେ ଯେତେବେଳେ ତଫନ୍ହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ।
19 かく我エジプトに鞫をおこなはん彼等すなはち我のヱホバなるを知べし
ଏହିରୂପେ ଆମ୍ଭେ ମିସରରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
20 十一年の一月の七日にヱホバの言われに臨みて言ふ
ଏଥିଉତ୍ତାରେ ଏକାଦଶ ବର୍ଷର ପ୍ରଥମ ମାସ, ମାସର ସପ୍ତମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
21 人の子よ我エジプトの王パロの腕を折れり是は再び束へて藥を施し裹布を卷て之を裹み強く爲して劍を執にたへしむること能はざるなり
“ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ୍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ୱାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ।
22 是故に主ヱホバかく言たまふ視よ我エジプトの王パロを罰し其強き腕と折たる腕とを俱に折り劍をその手より落しむべし
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ୍ଗ ଖସାଇ ପକାଇବା।
23 我エジプト人を諸の民の中に散し諸の國に散さん
ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସରୀୟମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।
24 而してバビロンの王の腕を強くして我劍をこれに授けん然ど我パロの腕を折れば彼は刺透されたる者の呻くが如くにその前に呻かん
ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ୍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ୱୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ।
25 我バビロンの王の腕を強くせんパロの腕は弱くならん我わが劍をバビロンの王の手に授けて彼をしてエジプトにむかひて之を伸しむる時は人衆我のヱホバなるを知ん
ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ଟେକି ଧରିବା ଓ ଫାରୋର ବାହୁଦ୍ୱୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ୍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
26 我エジプト人を諸の民の中に散し諸の國に散さん彼らすなはち我のヱホバなるを知るべし
ପୁଣି, ଆମ୍ଭେ ମିସରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”