< 創世記 49 >
1 ヤコブその子等を呼ていひけるは汝らあつまれ我後の日に汝らが遇んところの事を汝等につげん
ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।
2 汝等つどひて聽けヤコブの子等よ汝らの父イスラエルに聽け
ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ।
3 ルベン汝はわが冢子わが勢わが力の始威光の卓越たる者權威の卓越たる者なり
ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।
4 汝は水の沸あがるがごとき者なれば卓越を得ざるべし汝父の床にのぼりて浼したればなり嗚呼彼はわが寢牀にのぼれり
ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।
ଶିମୀୟୋନ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ୍ଗ ଦୌରାତ୍ମ୍ୟର ଅସ୍ତ୍ର।
6 我魂よかれらの席にのぞむなかれ我寶よかれらの集會につらなるなかれ其は彼等その怒にまかせて人をころしその意にまかせて牛を筋截たればなり
ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ୱେଚ୍ଛାଚାରିତାରେ ବଳଦଗୁଡ଼ିକର ଲାଙ୍ଗୁଡ଼ କାଟିଲେ।
7 その怒は烈しかれば詛ふべしその憤は暴あれば詛ふべし我彼らをヤコブの中に分ちイスラエルの中に散さん
ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ଡ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ, କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।
8 ユダよ汝は兄弟の讚る者なり汝の手はなんぢの敵の頸を抑へんなんぢの父の子等なんぢの前に鞠ん
ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବେ।
9 ユダは獅子の子の如しわが子よ汝は所掠物をさきてかへりのぼる彼は牡獅子のごとく伏し牝獅のごとく蹲まる誰か之をおこすことをせん
ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?
10 杖ユダを離れず法を立る者その足の間をはなるることなくしてシロの來る時にまでおよばん彼に諸の民したがふべし
ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
11 彼その驢馬を葡萄の樹に繋ぎその牝驢馬の子を葡萄の蔓に繋がん又その衣を酒にあらひ其服を葡萄の汁にあらふべし
ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।
12 その目は酒によりて紅くその齒は乳によりて白し
ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦନ୍ତ ଶ୍ୱେତବର୍ଣ୍ଣ ହେବ।
13 ゼブルンは海邊にすみ舟の泊る海邊に住はんその界はシドンにおよぶべし
ସବୂଲୂନ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି, ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ।
ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ, ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେ;
15 彼みて安泰を善としその國を樂とし肩をさげて負ひ租税をいだして僕となるべし
ସେ ବିଶ୍ରାମ-ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠିକର୍ମ କରିବାକୁ ଦାସ ହେଲା।
16 ダンはイスラエルの他の支派の如く其民を鞫かん
ଦାନ୍ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ।
17 ダンは路の旁の蛇のごとく途邊にある蝮のごとし馬の踵を噛てその騎者をして後に落しむ
ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍ ପଡ଼ିଯାଏ।
ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।
19 ガドは軍勢これにせまらんされど彼返てその後にせまらん
ସୈନ୍ୟଦଳ ଗାଦ୍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍ ସେମାନଙ୍କୁ ଆକ୍ରମଣ କରିବ।
20 アセルよりいづる食物は美るべし彼王の食ふ美味をいださん
ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ।
21 ナフタリは釋れたる麀のごとし彼美言をいだすなり
ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ୱରୂପ, ସେ ମନୋହର ବାକ୍ୟ କହିବ।
22 ヨセフは實を結ぶ樹の芽のごとし即ち泉の傍にある實をむすぶ樹の芽のごとしその枝つひに垣を踰ゆ
ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ।
ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି, ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି,
24 然どかれの弓はなほ勁くあり彼の手の臂は力あり是ヤコブの全能者の手によりてなり其よりイスラエルの磐なる牧者いづ
ମାତ୍ର ତାହାର ଧନୁ ଦୃଢ଼ ହୋଇ ରହିଲା, ପୁଣି, ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
25 汝の父の神による彼なんぢを助けん全能者による彼なんぢを祝まん上なる天の福、下によこたはる淵の福、乳哺の福、胎の福、汝にきたるべし
ଅର୍ଥାତ୍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।
26 父の汝を祝することはわが父祖の祝したる所に勝て恒久の山の限極にまでおよばん是等の祝福はヨセフの首に歸しその兄弟と別になりたる者の頭頂に歸すべし
ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାଙ୍କର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ।
27 ベニヤミンは物を噛む狼なり朝にその所掠物を啖ひ夕にその所攫物をわかたん
ବିନ୍ୟାମୀନ୍ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ।”
28 是等はイスラエルの十二の支派なり斯その父彼らに語り彼等を祝せりすなはちその祝すべき所にしたがひて彼等諸人を祝せり
ଏମାନେ ଇସ୍ରାଏଲଙ୍କର ଦ୍ୱାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ବିଶେଷ ଆଶୀର୍ବାଦ କଲେ।
29 ヤコブまた彼等に命じて之にいひけるは我はわが民にくははらんとすヘテ人エフロンの田にある洞穴にわが先祖等とともに我をはうむれ
ଏଥିଉତ୍ତାରେ ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, “ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ।
30 その洞穴はカナンの地にてマムレのまへなるマクペラの田にあり是はアブラハムがヘテ人エフロンより田とともに購て所有の墓所となせし者なり
ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହିତ୍ତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହିତ୍ତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ।
31 アブラハムとその妻サラ彼處にはうむられイサクとその妻リベカ彼處に葬られたり我またかしこにレアを葬れり
ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ଇସ୍ହାକଙ୍କର ଓ ତାଙ୍କର ଭାର୍ଯ୍ୟା ରିବିକାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ମୁଁ ମଧ୍ୟ ଲେୟାକୁ କବର ଦେଇଅଛି;
32 彼田とその中の洞穴はヘテの子孫より購たる者なり
ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ହିତ୍ତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି।”
33 ヤコブその子に命ずることを終し時足を床に斂めて氣たえてその民にくははる
ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ।