< ヘブル人への手紙 2 >
1 この故に我ら聞きし所をいよいよ篤く愼むべし、恐らくは流れ過ぐる事あらん。
ଅତଏବ, ଶୁଣାଯାଇଥିବା ସତ୍ୟ ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।
2 若し御使によりて語り給ひし言すら堅くせられて、咎と不 從順とみな正しき報を受けたらんには、
କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା,
3 我ら斯くのごとき大なる救を等閑にして爭でか遁るることを得ん。この救は初め主によりて語り給ひしものにして、聞きし者ども之を我らに確うし、
ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;
4 神また徴と不思議とさまざまの能力ある業と、御旨のままに分ち與ふる聖 靈とをもて證を加へたまへり。
ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।
5 それ神は我らの語るところの來らんとする世界を、御使たちには服はせ給はざりき。
କାରଣ ଯାହା ଭାବି ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ଈଶ୍ବର ଦୂତମାନଙ୍କ ଅଧୀନ କରି ନାହାନ୍ତି।
6 或 篇に人 證して言ふ『人は如何なる者なれば、之を御心にとめ給ふか。人の子は如何なる者なれば、之を顧み給ふか。
କିନ୍ତୁ ଜଣେ କୌଣସି ସ୍ଥାନରେ ଏହି କଥା କହି ସାକ୍ଷ୍ୟ ଦେଇଅଛନ୍ତି, “ମନୁଷ୍ୟ କିଏ, ଯେ ତୁମ୍ଭେ ତାହାକୁ ସ୍ମରଣ କରିଥାଅ? ମନୁଷ୍ୟ-ସନ୍ତାନ କିଏ, ଯେ ତୁମ୍ଭେ ତାହାର ଯତ୍ନ ନେଇଥାଅ?
7 汝これを御使よりも少しく卑うし、光榮と尊貴とを冠らせ、
ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,
8 萬の物をその足の下の服はせ給へり』と。既に萬の物を之に服はせ給ひたれば、服はぬものは一つだに殘さるる事なし。されど今もなほ我らは萬の物の之に服ひたるを見ず。
ତୁମ୍ଭେ ତାହାର ଅଧୀନ କରି ସମସ୍ତ ବିଷୟ ପାଦ ତଳେ ରଖିଅଛ।” ପ୍ରକୃତରେ ସେ ସମସ୍ତ ବିଷୟକୁ ତାହାର ବଶୀଭୂତ କରିବାରେ କୌଣସି ବିଷୟକୁ ତାହାର ବଶୀଭୂତ ନ କରି ଛାଡ଼ି ନାହାନ୍ତି। ଆମ୍ଭେମାନେ ଏପର୍ଯ୍ୟନ୍ତ ସମସ୍ତ ବିଷୟ ତାହାର ବଶୀଭୂତ ହୋଇଥିବାର ଦେଖୁ ନାହୁଁ ସତ,
9 ただ御使よりも少しく卑くせられしイエスの、死の苦難を受くるによりて榮光と尊貴とを冠らせられ給へるを見る。これ神の恩惠によりて萬民のために死を味ひ給はんとてなり。
କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।
10 それ多くの子を光榮に導くに、その救の君を苦難によりて全うし給ふは、萬の物の歸するところ、萬の物を造りたまふ所の者に相應しき事なり。
କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତା ଯୀଶୁଙ୍କ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ଈଶ୍ବରଙ୍କର ଉପଯୁକ୍ତ ଥିଲା।
11 潔めたまふ者も、潔めらるる者も、皆ただ一つより出づ。この故に彼らを兄弟と稱ふるを恥とせずして言ひ給ふ、
ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,
12 『われ御名を我が兄弟たちに告げ、集會の中にて汝を讃め歌はん』
ଯେପରି ସେ ଈଶ୍ବରଙ୍କୁ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସଭା ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,”
13 また『われ彼に依頼まん』又『視よ、我と神の我に賜ひし子 等とは……』と。
ପୁନଶ୍ଚ କହନ୍ତି, “ମୁଁ ତାହାଙ୍କଠାରେ ମୋହର ବିଶ୍ୱାସ ରଖିବି।” ପୁନର୍ବାର, “ଏହି ଦେଖ, ମୁଁ ଓ ଈଶ୍ବରଙ୍କ ଦ୍ଵାରା ଦିଆଯାଇଥିବା ମୋହର ସନ୍ତାନମାନେ।”
14 子 等はともに血肉を具ふれば、主もまた同じく之を具へ給ひしなり。これは死の權力を有つもの、即ち惡魔を死によりて亡し、
ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରିପାରନ୍ତି;
15 かつ死の懼によりて生涯、奴隷となりし者どもを解放ち給はんためなり。
ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।
16 實に主は御使を扶けずしてアブラハムの裔を扶けたまふ。
କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି।
17 この故に神の事につきて憐憫ある忠實なる大 祭司となりて、民の罪を贖はんために、凡ての事において兄弟の如くなり給ひしは宜なり。
ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।
18 主は自ら試みられて苦しみ給ひたれば、試みられるる者を助け得るなり。
କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି।