< イザヤ書 11 >
1 ヱツサイの株より一つの芽いで その根より一つの枝はえて實をむすばん
ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;
2 その上にヱホバの靈とどまらん これ智慧聰明の靈 謀略才能の靈 知識の靈 ヱホバをおそるるの靈なり
ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
3 かれはヱホバを畏るるをもて歡樂とし また目みるところによりて審判をなさず 耳きくところによりて斷定をなさず
ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ,
4 正義をもて貧しき者をさばき 公平をもて國のうちの卑しき者のために斷定をなし その口の杖をもて國をうちその口唇の氣息をもて惡人をころすべし
ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।
5 正義はその腰の帶となり 忠信はその身のおびとならん
ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ୱସ୍ତତା ତାହାଙ୍କ କଟିର ପଟୁକା ହେବ।
6 おほかみは小羊とともにやどり 豹は小山羊とともにふし 犢 をじし 肥たる家畜ともに居てちひさき童子にみちびかれ
ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।
7 牝牛と熊とはくひものを同にし 熊の子と牛の子とともにふし 獅はうしのごとく藁をくらひ
ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ।
8 乳兒は毒蛇のほらにたはふれ 乳ばなれの兒は手をまむしの穴にいれん
ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ।
9 斯てわが聖山のいづこにても害ふことなく傷ることなからん そは水の海をおほへるごとくヱホバをしるの知識地にみつべければなり
ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
10 その日ヱツサイの根たちてもろもろの民の旂となり もろもろの邦人はこれに服ひきたり榮光はそのとどまる所にあらん
ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ-ସ୍ଥାନ ଗୌରବାନ୍ୱିତ ହେବ।
11 その日主はまたふたたび手をのべてその民ののこれる僅かのものをアツスリヤ、エジプト、パテロス、エテオピア、エラム、シナル、ハマテおよび海のしまじまより贖ひたまふべし
ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।
12 ヱホバは國々の爲に旂をたててイスラエルの逐やられたる者をあつめ地の四極よりユダの散失たるものを集へたまはん
ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।
13 またエフライムの猜はうせ ユダを惱ますものは斷れ エフライムはユダをそねまず ユダはエフライムを惱ますことなかるべし
ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।
14 かれらは西なるペリシテ人の境にとびゆき相共にひがしの子輩をかすめ その手をエドムおよびモアブにのべアンモンの子孫をおのれに服はしめん
ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନର ଲୋକମାନେ ସେମାନଙ୍କର ଆଜ୍ଞାବହ ହେବେ।
15 ヱホバ、エジプトの海汊をからし河のうへに手をふりて熱風をふかせ その河をうちて七の小流となし 履をはきて渉らしめたまはん
ପୁଣି, ସଦାପ୍ରଭୁ ମିସରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟଦେଇ ଗମନ କରାଇବେ।
16 斯てその民ののこれる僅かのものの爲にアツスリヤより來るべき一つの大路あり 昔しイスラエルがエジプトの地よりいでし時のごとくなるべし
ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେହିପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।