< イザヤ書 51 >
1 義をおひ求めヱホバを尋ねもとむるものよ我にきけ なんぢらが斫出されたる磐となんぢらの掘出されたる穴とをおもひ見よ
“ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।
2 なんぢらの父アブラハム及びなんぢらを生たるサラをおもひ見よ われ彼をその唯一人なりしときに召しこれを祝してその子孫をまし加へたり
ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।
3 そはヱホバ、シオンを慰め またその凡てあれたる所をなぐさめて その荒野をエデンのごとくその沙漠をヱホバの園のごとくなしたまへり 斯てその中によろこびと歡樂とあり感謝とうたうたふ聲とありてきこゆ
କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।
4 わが民よわが言にこころをとめよ わが國人よわれに耳をかたぶけよ 律法はわれより出づ われわが途をかたく定めてもろもろの民の光となさん
ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।
5 わが義はちかづきわが救はすでに出たり わが臂はもろもろの民をさばかん もろもろの島はわれを俟望み わがかひなに依賴ん
ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।
6 なんぢら目をあげて天を觀また下なる地をみよ 天は烟のごとくきえ地は衣のごとくふるびその中にすむ者これとひとしく死ん されどわが救はとこしへにながらへ わが義はくだくることなし
ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହିରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।
7 義をしるものよ心のうちにわが律法をたもつ民よ われにきけ 人のそしりをおそるるなかれ人のののしりに慴くなかれ
ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ।
8 そはかれら衣のごとく蠧にはまれ羊の毛のごとく蟲にはまれん されどわが義はとこしへに存らへ わがすくひ萬代におよぶべし
କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”
9 さめよ醒よヱホバの臂よちからを着よ さめて古への時むかしの代にありし如くなれ ラハブをきりころし鱷をさしつらぬきたるは汝にあらずや
ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବକାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ?
10 海をかわかし大なる淵の水をかわかし また海のふかきところを贖はれたる人のすぐべき路となししは汝にあらずや
ଯେ ସମୁଦ୍ରକୁ, ମହାବାରିଧିର ଜଳସମୂହକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ନିମନ୍ତେ ସମୁଦ୍ରର ଗଭୀର ସ୍ଥାନକୁ ପଥ କଲେ, ସେ କି ତୁମ୍ଭେ ନୁହଁ?
11 ヱホバに贖ひすくはれしもの歌うたひつつ歸りてシオンにきたり その首にとこしへの歡喜をいただきて快樂とよろこびとをえん 而してかなしみと歎息とはにげさるべし
ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।
12 我こそ我なんぢらを慰むれ 汝いかなる者なれば死べき人をおそれ草の如くなるべき人の子をおそるるか
“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
13 いかなれば天をのべ地の基をすゑ汝をつくりたまへるヱホバを忘れしや 何なれば汝をほろぼさんとて豫備する虐ぐるものの憤れるをみて常にひねもす懼るるか 虐ぐるものの忿恚はいづこにありや
ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ? ଆଉ, ସେ ଉପଦ୍ରବୀର କୋପ କାହିଁ?
14 身をかがめゐる俘囚はすみやかに解れて 死ることなく穴にくだることなく その食はつくること無るべし
ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ; ପୁଣି, ସେ ମରି ଗର୍ତ୍ତକୁ ଯିବ ନାହିଁ, ଅଥବା ତାହାର ଖାଦ୍ୟର ଅଭାବ ହେବ ନାହିଁ।
15 我は海をふるはせ波をなりどよめかする汝の神ヱホバなり その御名を萬軍のヱホバといふ
କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
16 我わが言をなんぢの口におきわが手のかげにて汝をおほへり かくてわれ天をうゑ地の基をすゑ シオンにむかひて汝はわが民なりといはん
ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ‘ତୁମ୍ଭେ ଆମ୍ଭର ଲୋକ,’ ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।”
17 ヱルサレムよさめよさめよ起よ なんぢ前にヱホバの手よりその忿恚のさかづきをうけて飮み よろめかす大杯をのみ且すひほしたり
ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।
18 なんぢの生るもろもろの子のなかに汝をみちびく者なく 汝のそだてたるもろもろの子の中にてなんぢの手をたづさふる者なし
ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ।
19 この二のこと汝にのぞめり誰かなんぢのために歎んや 荒廢の饑饉ほろびの劍なんぢに及べり我いかにして汝をなぐさめんや
ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା?
20 なんぢの子らは息たえだえにして網にかかれる羚羊のごとくし街衢の口にふす ヱホバの忿恚となんぢの神のせめとはかれらに滿たり
ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଅଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।
21 このゆゑに苦しめるもの酒にあらで酔たるものよ之をきけ
ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;
22 なんぢの主ヱホバおのが民の訟をあげつらひ給ふ なんぢの神かくいひ給ふ 我よろめかす酒杯をなんぢの手より取除き わがいきどほりの大杯をとりのぞきたり 汝ふたたびこれを飮ことあらじ
ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ;
23 我これを汝をなやますものの手にわたさん 彼らは曩になんぢの靈魂にむかひて云らく なんぢ伏せよわれら越ゆかんと 而してなんぢその背を地のごとくし衢のごとくし彼等のこえゆくに任せたり
ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ‘ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା:’ ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”