< イザヤ書 58 >
1 大によばはりて聲ををしむなかれ 汝のこゑをラッパのごとくあげ わが民にその愆をつげヤコブの家にその罪をつげしめせ
“ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
2 かれらは日々われを尋求めわが途をしらんことをこのむ 義をおこなひ神の法をすてざる國のごとく義しき法をわれにもとめ神と相近づくことをこのめり
ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।
3 かれらはいふ われら斷食するになんぢ見たまはず われら心をくるしむるになんぢ知たまはざるは何ぞやと 視よなんぢらの斷食の日にはおのがこのむ作をなし その工人をことごとく惱めつかふ
ସେମାନେ କୁହନ୍ତି, ‘ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?’ ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।
4 視よなんぢら斷食するときは相あらそひ相きそひ惡の拳をもて人をうつ なんぢらの今のだんじきはその聲をうへに聞えしめんとにあらざるなり
ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।
5 斯のごとき斷食はわが悦ぶところのものならんや かくのごときは人その靈魂をなやますの日ならんや その首を葦のごとくにふし麁服と灰とをその下にしくをもて斷食の日またヱホバに納らるる日ととなふべけんや
ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?
6 わが悦ぶところの斷食はあくの繩をほどき 軛のつなをとき虐げらるるものを放ちさらしめ すべての軛ををるなどの事にあらずや
ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,
7 また饑たる者になんぢのパンを分ちあたへ さすらへる貧民をなんぢの家にいれ裸かなるものを見てこれに衣せ おのが骨肉に身をかくさざるなどの事にあらずや
କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?
8 しかる時はなんぢのひかり暁の如くにあらはれいで 汝すみやかに愈さるることを得 なんぢの義はなんぢの前にゆき ヱホバの榮光はなんぢの軍後となるべし
ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍ବର୍ତ୍ତୀ ହେବ।
9 また汝よぶときはヱホバ答へたまはん なんぢ叫ぶときは我ここに在りといひ給はん/もし汝のなかより軛をのぞき指點をのぞき惡きことをかたるを除き
ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’ ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;
10 なんぢの靈魂の欲するものをも饑たる者にほどこし 苦しむものの心を滿足しめば なんぢの光くらきにてりいで なんぢの闇は晝のごとくならん
ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;
11 ヱホバは常になんぢをみちびき 乾けるところにても汝のこころを滿足しめ なんぢの骨をかたうし給はん なんぢは潤ひたる園のごとく水のたえざる泉のごとくなるべし
ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।
12 汝よりいづる者はひさしく荒廢れたる所をおこし なんぢは累代やぶれたる基をたてん 人なんぢをよびて破隙をおぎなふ者といひ 市街をつくろひてすむべき所となす者といふべし
ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବକାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।
13 もし安息日になんぢの歩行をとどめ 我聖日になんぢの好むわざをおこなはず 安息日をとなへて樂日となし ヱホバの聖日をとなへて尊むべき日となし 之をたふとみて己が道をおこなはず おのが好むわざをなさず おのが言をかたらずば
ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:
14 その時なんぢヱホバを樂しむべし ヱホバなんぢを地のたかき處にのらしめ なんぢが先祖ヤコブの產業をもて汝をやしなひ給はん こはヱホバ口より語りたまへるなり
ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।”